Indus Valley Times

ଗଜପତି: ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ

 Breaking News

ଗଜପତି: ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ

ଗଜପତି: ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ
May 09
09:53 2023

ଗଣେଶ କୁମାର ରାଜୁଙ୍କ ରିପୋର୍ଟ
ଗଜପତି,୯/୫ : ଗଜପତି ଜିଲ୍ଲା ଗୁମ୍ମା ବ୍ଲକ ଅନ୍ତର୍ଗତ ଗାଇବା ପଞ୍ଚାୟତର ଗାଇବା ସ୍ଥିତ ପଞ୍ଚାୟତ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ତଥା ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।
ଏହି ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଗଜପତି ଜିଲ୍ଲାପାଳ ଶ୍ରୀ ଲିଙ୍ଗରାଜ ପଣ୍ଡା , ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀ ବାମଦେବ ସିଂ , ପିଏ- ଆଇଟିଡିଏ: ଶ୍ରୀ ଫାଲଗୁନି ମାଝୀ ପ୍ରମୁଖ ଏହି ମିଳିତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ ।
ଏହି କାର୍ଯ୍ୟକ୍ରମରେ ଗାଇବା ଗ୍ରାମ ପଞ୍ଚାୟତ ସମେତ ପରିଡ଼ା , ବାଇଝାଲ ଓ ବୃଶଭ ଗ୍ରାମ ପଞ୍ଚାୟତର ବହୁ ଗ୍ରାମର ଅଧିବାସୀ ଯୋଗ ଦେଇଥିବା ବେଳେ ସେମାନଙ୍କ ଠାରୁ ମୋଟ- ୭୬ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରା ଯାଇଥିଲା । ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା ୭୨ ଗୋଟି ଏବଂ ଗ୍ରାମ ଭିତ୍ତିକ ସମସ୍ୟା- ୪ ଗୋଟି ରହିଥିଲା ।
ଆସିଥିବା ଉଭୟ ବ୍ୟକ୍ତିଗତ ଓ ଗ୍ରାମଭିତ୍ତିକ ମୋଟ ୭୬ ଗୋଟି ସମସ୍ୟା ଅଭିଯୋଗ ମଧ୍ୟରୁ ୩୧ ଗୋଟି ଅଭିଯୋଗକୁ ତୁରନ୍ତ ଫୈସଲା କରାଯାଇ ସମାଧାନ କରା ଯାଇଥିଲା । ଏଥି ସମେତ ୨ ଜଣଙ୍କୁ ରେଡ୍ କ୍ରସ୍ ପାଣ୍ଠିରୁ ସହାୟତା ରାଶି ପ୍ରଦାନ କରା ଯାଇଥିଲା ।
ଆଜିର ଏହି ଅଭିଯୋଗ ଶୁଣାଣି ଶିବିର କାର୍ଯ୍ୟକ୍ରମରେ ସାମାଜିକ ସୁରକ୍ଷା , ଜମି ପଟ୍ଟା , ମନରେଗା ,ଗୃହ ନିର୍ମାଣ , ରାସନ୍ କାର୍ଡ , ଶିକ୍ଷା ,ଜଳ ସେଚନ ଓ ରାସ୍ତା ପ୍ରଭୃତି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା ।
ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ସ୍ଵତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ମୋରୀୟମା ରଇତ , ଗୁମ୍ମା ବ୍ଲକ୍ ଅଧ୍ୟକ୍ଷା ଶ୍ରୀମତୀ ସୁନେମୀ ମଣ୍ଡଳ , ଗୁମ୍ମା ବିଡ଼ିଓ: ଶ୍ରୀ ଅନୁପ ଅଭିଷେକ ବେହେରା , ତହସିଲଦାର ତଥା ଜନ ଅଭିଯୋଗ ଶୁଣାଣି ନୋଡାଲ ଅଧିକାରୀ ଓ ବିଭିନ୍ନ ବିଭାଗୀୟ ଜିଲ୍ଲା ସ୍ତରୀୟ ଅଧିକାରୀ ଗଣଙ୍କ ସମେତ ସ୍ଥାନୀୟ ଜନ-ପ୍ରତିନିଧି ଓ ବହୁ ସଂଖ୍ୟାରେ ବିଭିନ୍ନ ଗ୍ରାମର ଅଧିବାସୀ ଉପସ୍ଥିତ ଥିଲେ ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031