Indus Valley Times

ଗଜପତି: ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ

 Breaking News

ଗଜପତି: ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ

May 16
10:16 2023

ଗଣେଶ କୁମାର ରାଜୁଙ୍କ ରିପୋର୍ଟ
ଗଜପତି,୧୬/୫: ଗଜପତି ଜିଲ୍ଲା ଗୋଷଣୀ ବ୍ଲକ ଅନ୍ତର୍ଗତ ସରଧାପୁର ଗ୍ରାମ ପଞ୍ଚାୟତର ସରଧାପୁର ଗ୍ରାମ ସ୍ଥିତ ଭାରତ ନିର୍ମାଣ ରାଜୀବ ଗାନ୍ଧୀ ସେବା କେନ୍ଦ୍ର ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ।
ଏହି ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଗଜପତି ଜିଲ୍ଲାର ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ରାଜେନ୍ଦ୍ର ମିଞ୍ଜ , ଆରକ୍ଷୀ ଅଧିକ୍ଷକ ସୁଶ୍ରୀ ସ୍ଵାତୀ ଏସ କୁମାର , ଉପଖଣ୍ଡ ପୋଲିସ ଅଧିକାରୀ ଶ୍ରୀ ରାମକୃଷ୍ଣ ପତି ପ୍ରମୁଖ ଏହି ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗ ଦେଇ କାର୍ଯ୍ୟ ସମ୍ପନ୍ନ କରିଥିଲେ ।
ଏହି କାର୍ଯ୍ୟକ୍ରମରେ ସରଧାପୁର ଗ୍ରାମ ପଞ୍ଚାୟତ ସମେତ ବଡ଼ ଗୋଷାଣୀ , ବାଘଶାଲା ଓ ଅଗରଖଣ୍ଡି ପଞ୍ଚାୟତର ସମୁଦାୟ ମୋଟ- ୪୪ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରା ଯାଇଥିଲା । ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୩୫ ଗୋଟି ଏବଂ ଗ୍ରାମ ଭିତ୍ତିକ ସମସ୍ୟା- ୯ ଟି ରହିଥିଲା ।
ଉଭୟ ବ୍ୟକ୍ତିଗତ ଓ ଗ୍ରାମଭିତ୍ତିକ ଆସିଥିବା ମୋଟ ୪୪ ଗୋଟି ଅଭିଯୋଗ ମଧ୍ୟରୁ ୫ ଗୋଟି ଅଭିଯୋଗକୁ ତୁରନ୍ତ ଫୈସଲା କରାଯାଇ ସମାଧାନ କରା ଯାଇଥିଲା । ସେଥି-ମଧ୍ୟରୁ ମଧୁବାବୁ ପେନସନ ଯୋଜନାରେ ୧୭ ଜଣଙ୍କୁ ପ୍ରଦାନ କରା ଯାଇଥିଲା ।
ଆଜିର ଏହି ଅଭିଯୋଗ ଶୁଣାଣି ଶିବିର କାର୍ଯ୍ୟକ୍ରମରେ ମୁଖ୍ୟତଃ ସାମାଜିକ ସୁରକ୍ଷା , ଜମି ପଟ୍ଟା , ମନରେଗା , ଗୃହ ନିର୍ମାଣ , ରାସନ୍ କାର୍ଡ , ଶିକ୍ଷା , ଜଳସେଚନ ଓ ରାସ୍ତା ପ୍ରଭୃତି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା ।
ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଗୋଷାଣୀ ବ୍ଲକ୍ ଅଧ୍ୟକ୍ଷ ଶ୍ରୀ ଏନ୍.ବିରା ରାଜୁ , ଗୋଷାଣୀ ବିଡ଼ିଓ: ଶ୍ରୀ ନୀଳମାଧବ ମାଝୀ , ତହସିଲଦାର ଶ୍ରୀ ନାରାୟଣ ବେହେରାଙ୍କ ସମେତ ବିଭିନ୍ନ ବିଭାଗୀୟ ଅଧିକାରୀ , ସ୍ଥାନୀୟ ଜନ-ପ୍ରତିନିଧି ଓ ଗ୍ରାମବାସୀ ଉପସ୍ଥିତ ଥିଲେ ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031