Indus Valley Times

ଗଜପତି: ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

 Breaking News

ଗଜପତି: ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

October 10
20:28 2022

ଗଣେଶ କୁମାର ରାଜୁଙ୍କ ରିପୋର୍ଟ
ପାରଳାଖେମୁଣ୍ଡି, ୧୦ /୧୦: ଗଜପତି ଜିଲ୍ଲା ନୂଆଗଡ ବ୍ଲକ୍ ଅନ୍ତର୍ଗତ ଖଜୁରୀପଦା ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ।
ଗଜପତି ଜିଲ୍ଲାପାଳ ଶ୍ରୀ ଲିଙ୍ଗରାଜ ପଣ୍ଡା ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଶ୍ରୀ ଜୟରାମ ଶତପଥୀଙ୍କ ମିଳିତ ଏହି ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମରେ ଯୋଗଦାନ କରି ନୂଆଗଡ ବ୍ଲକର ଖଜୁରୀପଦା , ବଡପଦା , କେ.ଝାଲାର୍ଶୀଙ୍ଗି ଓ ନୂଆଗଡ ଗ୍ରାମ ପଞ୍ଚାୟତର ଲୋକମାନେ ଯୋଗ ଦେଇଥିବା ବେଳେ ସେମାନଙ୍କ ସମୁଦାୟ ମୋଟ ୯୩ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରା ଯାଇଥିଲା ।
ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା ୩୪ ଗୋଟି ହୋଇଥିବା ବେଳେ ଗ୍ରାମ ଭିତ୍ତିକ ସାମୁହିକ ସମସ୍ୟା ୫୯ ଗୋଟି ଥିଲା ଏବଂ ଗୋଟିଏ ଅଭିଯୋଗକୁ ତୁରନ୍ତ ଫୈସଲା କରାଯାଇ ସମାଧାନ କରା ଯାଇଥିଲା ।
ଏହି କାର୍ଯ୍ୟକ୍ରମରେ ଜଣକୁ ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ୫୦୦୦/- ଟଙ୍କା ପ୍ରଦାନ କରା ଯାଇଥିଲା ଏବଂ ଆସିଥିବା ଅନ୍ୟ ସବୁ ଅଭିଯୋଗକୁ ତୁରନ୍ତ ସମାଧାନ କରାଯିବ ବୋଲି ଜିଲ୍ଲାପାଳ ଶ୍ରୀ ଲିଙ୍ଗରାଜ ପଣ୍ଡା କହିଥିଲେ ।
ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ସମୟରେ ମୂଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ , ଗଜପତି ଶ୍ରୀ ରୋମାଞ୍ଚଳ ଖମାରୀ , ଆଇଟିଡିଏ:- ପ୍ରକଳ୍ପ ପ୍ରଶାସକ ଶ୍ରୀ ଫାଲଗୁନି ମାଝୀ , ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡ଼ା.ପ୍ରଦୀପ କୁମାର ପାତ୍ର , ନୂଆଗଡ ଗୋଷ୍ଠି ଉନ୍ନୟନ ଅଧିକାରୀ ଶ୍ରୀ ଲାବନ୍ୟେନ୍ଦୁ ମହାନ୍ତି , ତହସିଲଦାର ଶ୍ରୀ ଆଶିଷ କୁମାର ପ୍ରଧାନ , ଜନ ଅଭିଯୋଗ ଶୁଣାଣି ନୋଡାଲ ଅଧିକାରୀ , ସ୍ଥାନୀୟ ପଞ୍ଚାୟତ ସମିତି ଅଧ୍ୟକ୍ଷ , ସରପଞ୍ଚ , ସମିତିସଭ୍ୟ/ସଭ୍ୟା ଓ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଏବଂ ଗ୍ରାମବାସୀ ପ୍ରମୁଖ ବହୁ ସଂଖ୍ୟାରେ ଉପସ୍ଥିତ ଥିଲେ ।

About Author

indadmin

indadmin

Related Articles

Archives

Calendar

June 2024
M T W T F S S
 12
3456789
10111213141516
17181920212223
24252627282930