Indus Valley Times

ଗଜପତି: ଜିଲ୍ଲାସ୍ତରୀୟ ପ୍ରବାସୀ ଶ୍ରମିକ ସଚେତନତା ରଥ ଶୁଭାରମ୍ଭ କାର୍ଯ୍ୟକ୍ରମ

 Breaking News

ଗଜପତି: ଜିଲ୍ଲାସ୍ତରୀୟ ପ୍ରବାସୀ ଶ୍ରମିକ ସଚେତନତା ରଥ ଶୁଭାରମ୍ଭ କାର୍ଯ୍ୟକ୍ରମ

November 16
23:34 2022

ଗଣେଶ କୁମାର ରାଜୁଙ୍କ ରିପୋର୍ଟ
ଗଜପତି, ୧୬/୧୧: ଗଜପତି ଜିଲ୍ଲାସ୍ତରୀୟ ପ୍ରବାସୀ ଶ୍ରମିକ ସଚେତନତା ରଥ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଶ୍ରୀ ସଂଗ୍ରାମ ଶେଖର ପଣ୍ଡା , ଅତିରିକ୍ତ ଜିଲ୍ଲାପାଳ ଗଜପତି ମୁଖ୍ୟ ଅତିଥି ଭାବରେ ଯୋଦେଇ ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ ।
ଜିଲ୍ଲାର ସାତ ଗୋଟି ବ୍ଲକ ଏବଂ ସମସ୍ତ ପଞ୍ଚାୟତ ସ୍ତରରେ ଆନ୍ତଃରାଜ୍ୟ ଶ୍ରମିକ ଆଇନ ଅନୁସାରେ ଥିବା ସମସ୍ତ ସୁବିଧା ସୁଯୋଗ ସହ ପ୍ରବାସୀ ଶ୍ରମିକ ମାନଙ୍କର ଅଧିକାର ବିଷୟରେ ପ୍ରଚାର ଓ ପ୍ରସାର କରାଯିବ । ଏଥିସହ ପ୍ରବାସୀ ଶ୍ରମିକମାନେ ଶୋଷଣ ର ଶିକାର ହେଲେ ଜିଲ୍ଲାର କାହା ସହିତ ଯୋଗାଯୋଗ କରିବେ ଏବଂ ଠିକାଦାର ସେମାନଙ୍କୁ କ\’ଣ କ\’ଣ ସୁବିଧା ଯୋଗାଇ ଦେବେ , ତାହା ପ୍ରବାସୀ ଶ୍ରମିକ ମାନଙ୍କ ପାଖରେ ପହଞ୍ଚାଇବା ସହ ସଚେତନ କରାଇବା ଏହି ରଥର ମୁଖ୍ୟ ଉଦ୍ଦେଶ୍ୟ ବୋଲି ବିଭାଗ ପକ୍ଷରୁ କୁହାଯାଇଛି ।
ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଗଜପତି ଜିଲ୍ଲାର ଜିଲ୍ଲା ଶ୍ରମ ଅଧିକାରୀ ଶ୍ରୀ ଲୋକନାଥ ପଣ୍ଡା , ଗ୍ରାମୀଣ ଶ୍ରମ ନିରୀକ୍ଷକ ଶ୍ରୀ ସୋମନାଥ ପାତ୍ର ଏବଂ କାର୍ଯ୍ୟାଳୟର ସମସ୍ତ କର୍ମକର୍ତ୍ତା ଉପସ୍ଥିତ ରହି କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031