Indus Valley Times

ଗଜପତି: ଜିଲ୍ଲା ଆଇନସେବା ପ୍ରାଧିକରଣ ପକ୍ଷରୁ ଜିଲ୍ଲା ସ୍ତରୀୟ ପ୍ରଥମ ରାଷ୍ଟ୍ରୀୟ ଲୋକ ଅଦାଲତ-୨୦୨୩ କାର୍ଯ୍ୟକ୍ରମ, ୧-କୋଟି ୧୧ ଲକ୍ଷ ୭୫ ହଜାର ୭୬୯ ଟଙ୍କା ଆଦାୟ

 Breaking News

ଗଜପତି: ଜିଲ୍ଲା ଆଇନସେବା ପ୍ରାଧିକରଣ ପକ୍ଷରୁ ଜିଲ୍ଲା ସ୍ତରୀୟ ପ୍ରଥମ ରାଷ୍ଟ୍ରୀୟ ଲୋକ ଅଦାଲତ-୨୦୨୩ କାର୍ଯ୍ୟକ୍ରମ, ୧-କୋଟି ୧୧ ଲକ୍ଷ ୭୫ ହଜାର ୭୬୯ ଟଙ୍କା ଆଦାୟ

February 11
22:27 2023

ଗଣେଶ କୁମାର ରାଜୁଙ୍କ ରିପୋର୍ଟ
ଗଜପତି,୧୧/୨: ଗଜପତି ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା ଦୌରାଜଜଙ୍କ କୋର୍ଟ ପରିସରରେ ଆଜି ଗଜପତି ଜିଲ୍ଲା ଆଇନସେବା ପ୍ରାଧିକରଣ ପକ୍ଷରୁ ବର୍ଷର ପ୍ରଥମ ଜିଲ୍ଲାସ୍ତରୀୟ ରାଷ୍ଟ୍ରୀୟ ଲୋକ ଅଦାଲତ-୨୦୨୩ କାର୍ଯ୍ୟକ୍ରମ ଜାତୀୟ ଆଇନସେବା ପ୍ରାଧିକରଣ ଓ ରାଜ୍ୟ ଆଇନସେବା ପ୍ରାଧିକରଣଙ୍କ ନିର୍ଦ୍ଦେଶ କ୍ରମେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୋଟ ୧ କୋଟି ୧୧ ଲକ୍ଷ ୭୫ ହଜାର ୭୬୯ ଟଙ୍କା ଆଦାୟ କରାଯାଇଛି ।
ଏହି ଜିଲ୍ଲାସ୍ତରୀୟ ରାଷ୍ଟ୍ରୀୟ ଲୋକ ଅଦାଲତ କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲା ଦୌରାଜଜ ଶ୍ରୀ ପ୍ରଦୀପ କୁମାର ସାମଲ ଉପସ୍ଥିତ ରହି ବିଭିନ୍ନ କୋର୍ଟ କାର୍ଯ୍ୟ ତଦାରଖ କରିବା ସହ ନିଜ କୋର୍ଟ କାର୍ଯ୍ୟ ପରିଚାଳନା କରିଥିଲେ ।
ଆୟୋଜିତ ଏହି ରାଷ୍ଟ୍ରୀୟ ଲୋକ ଅଦାଲତ କାର୍ଯ୍ୟକ୍ରମରେ ବିଭିନ୍ନ ପ୍ରକାରର ବିଚାରଧୀନ ଥିବା ଓ ପ୍ରାକ୍ ମକଦ୍ଦମା ମାମଲାର ତ୍ୱରିତ ବିଚାର ପାଇଁ ପଦକ୍ଷେପ ସ୍ୱରୂପ ବିଭିନ୍ନ କୋର୍ଟ ବ୍ୟାଞ୍ଚ ମାନ ପ୍ରତିଷ୍ଠା କରା ଯାଇଥିଲା ।
ଏହି ଲୋକ ଅଦାଲତ କାର୍ଯ୍ୟକ୍ରମ ରେ ପ୍ରାୟତଃ ସମସ୍ତ ପ୍ରକାର\’ର ମକଦ୍ଦମା ଯଥା: ବ୍ୟାଙ୍କ୍ ସମ୍ବନ୍ଧୀୟ , ଦେୱାନୀ , ଫୌଜଦାରୀ , ଜମିଜମା , ପରିବାର ଓ ବିବାହ ବିଚ୍ଛେଦ , ମୋଟର ଗାଡି ଜନିତ ଓ ପ୍ରାକ୍ ମକଦ୍ଦମା ସମାଧାନ ଯୋଗ୍ୟ କେଶ ଗୁଡ଼ିକ\’ର ସମାଧାନ କରା ଯାଇଥିଲା ।
ଏହି ଲୋକ ଅଦାଲତ କାର୍ଯ୍ୟକ୍ରମରେ ପରିବାର ଅଦାଲତ ଜଜ ଶ୍ରୀ ସୁବ୍ରତ ମହାନ୍ତି , ଆଇନସେବା ପ୍ରାଧିକରଣ ସଚିବ ଶ୍ରୀ ରବି ନାରାୟଣ ବେହେରା , ବରିଷ୍ଠ ଦେୱାନି ବିଚାରପତି ଶ୍ରୀ ସନ୍ତୋଷ କୁମାର ଅଗ୍ରୱାଲ , କୋର୍ଟ ରେଜିଷ୍ଟ୍ରାର ଶ୍ରୀ ସତ୍ୟବ୍ରତ ରାଣା , ଉପଖଣ୍ଡିୟ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ ଶ୍ରୀମତୀ ବର୍ଷା ଶର୍ମା , ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ ଶ୍ରୀ ଶୁଭଜିତ ବେହେରା ପ୍ରମୁଖ ଉପସ୍ଥିତ ରହି ନିଜ ନିଜ କୋର୍ଟ କାର‌୍ୟ୍ୟ ସମ୍ପାଦନ କରିଥିଲେ। ।
ସେହିପରି ଭାବେ ରା: ଉଦୟଗିରି କୋର୍ଟ ଠାରେ ଆୟୋଜିତ ରାଷ୍ଟ୍ରୀୟ ଲୋକ ଅଦାଲତ କାର୍ଯ୍ୟକ୍ରମରେ ଦେୱାନୀ ବିଚାରପତି ତଥା ସବଜଜ୍ ଶ୍ରୀ ପୁଣ୍ୟଶ୍ଲୋକ ରଥ ଓ ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ବିଚାରପତି ଶ୍ରୀ ପାରସ ପାଢ଼ୀ , ମୋହନା ଠାରେ ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ ଶ୍ରୀ ଶ୍ରୀମତୀ ଅନନ୍ୟା ଦାସ ଓ କାଶୀନଗର କୋର୍ଟ ରେ ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ ଅଙ୍କିତା ଗୁରୁ ପ୍ରମୁଖ ଉପସ୍ଥିତ ରହି ନିଜ ନିଜ କୋର୍ଟ କାର୍ଯ୍ୟ ସମ୍ପାଦନ କରିଥିଲେ ।
ଆୟୋଜିତ ଏହି ରାଷ୍ଟ୍ରୀୟ ଲୋକ ଅଦାଲତ କାର୍ଯ୍ୟକ୍ରମରେ ରାଜ୍ୟ ଆଇନସେବା ପ୍ରାଧିକରଣଙ୍କ ନିର୍ଦ୍ଦେଶ କ୍ରମେ ବିଭିନ୍ନ ରାଷ୍ଟ୍ରାୟତ ବ୍ୟାଙ୍କର ଅଧିକାରୀ ମାନେ ମଧ୍ୟ ଉପସ୍ଥିତ ରହି ବିଭିନ୍ନ ବ୍ୟାଙ୍କ୍ ସମ୍ବନ୍ଧୀୟ ମାମଲା ଗୁଡ଼ିକର ସମାଧାନ କରିଥିଲେ । ଏତଦ୍ ବ୍ୟତୀତ ବିଭିନ୍ନ ତହସିଲଦାର କୋର୍ଟ ମାନଙ୍କରେ ମଧ୍ୟ ଲୋକ ଅଦାଲତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।
ଏହି ଲୋକ ଅଦାଲତ କାର୍ଯ୍ୟକ୍ରମରେ ଜିଲ୍ଲା କୋର୍ଟ ଓକିଲ ସଂଘର ସମସ୍ତ ଓକିଲ ଉପସ୍ଥିତ ରହି ନିଜ ନିଜ କେସ ମକଦ୍ଦମା ପରିଚାଳନାରେ ସହଯୋଗ କରିଥିଲେ ।
ଏହି ରାଷ୍ଟ୍ରୀୟ ଲୋକ ଅଦାଲତ କାର୍ଯ୍ୟକ୍ରମରେ ସମୁଦାୟ ୧୨ ହଜାର ୪୩୧ ଟି କେଶର ତ୍ୱରିତ ବିଚାରକୁ ନିଆଯାଇ ମୋଟ ୧୨ ହଜାର ୨୯୬ ଟି କେଶର ସମାଧାନ କରାଯାଇ ସର୍ବମୋଟ ୧କୋଟି ୧୧ ଲକ୍ଷ ୭୫ ହଜାର ୭୬୯ ଟଙ୍କା ଆଦାୟ କରା ଯାଇଥିଲା ।
ଏହି ଜିଲ୍ଲାସ୍ତରୀୟ ରାଷ୍ଟ୍ରୀୟ ଲୋକ ଅଦାଲତର ସମସ୍ତ କାର୍ଯ୍ୟକ୍ରମରେ ଜିଲ୍ଲା ଆଇନ ସେବା ପ୍ରାଧିକରଣ\’ର କର୍ମଚାରୀ ଶ୍ରୀ ରଘୁ ନନ୍ଦନ ଦାସ , ଶ୍ରୀ କାହ୍ନୁ ଚରଣ ପଣ୍ଡା ଏବଂ ଶ୍ରୀ ଶିବ ପ୍ରସାଦ ସେନାପତି ପ୍ରମୁଖ ଉପସ୍ଥିତ ରହି ପରିଚାଳନାରେ ସହଯୋଗ କରିଥିଲେ ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031