Legatus

ଗଜପତି: ପାରଳାଖେମୁଣ୍ଡି ପୌର ପରିଷଦ ରେ ସ୍ୱାୟତ୍ତ ଶାସନ ଦିବସ ପାଳନ ଅବସରରେ ବିଭିନ୍ନ କାର୍ଯ୍ୟକ୍ରମ

 Breaking News

ଗଜପତି: ପାରଳାଖେମୁଣ୍ଡି ପୌର ପରିଷଦ ରେ ସ୍ୱାୟତ୍ତ ଶାସନ ଦିବସ ପାଳନ ଅବସରରେ ବିଭିନ୍ନ କାର୍ଯ୍ୟକ୍ରମ

August 31
19:45 2023

ଗଣେଶ କୁମାର ରାଜୁଙ୍କ ରିପୋର୍ଟ
ଗଜପତି,୩୧/୮: ପାରଳାଖେମୁଣ୍ଡି ପୌର ପରିଷଦ ପକ୍ଷରୁ ସ୍ୱାୟତ୍ତ ଶାସନ ଦିବସ କାର୍ଯ୍ୟକ୍ରମ ପାଳନ ଅବସରରେ ବି ହିନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।
ଏହି ଅବସରରେ ଏହି କାର୍ଯ୍ୟକ୍ରମରେ ପାର୍ଲାଖେମୁଣ୍ଡି ପୌରାଧ୍ୟକ୍ଷା ଶ୍ରୀମତୀ ନିର୍ମଳା ସେଠୀ ମୁଖ୍ୟଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ ।
ଉପସ୍ଥିତ ସମସ୍ତଙ୍କୁ ସମ୍ବୋଧନ କରି କହିଥିଲେ ଯେ , ପରିବେଶ କିଭଳି ସ୍ୱଚ୍ଛ ରଖିବା ଏବଂ ସୁସ୍ଥ ପରିବେଶ ପାଇଁ ସଠିକ୍ ପରିମଳ ବ୍ୟବସ୍ଥା ପରିଚାଳନା ଉପରେ ବିଶେଷ ଗୁରୁତ୍ୱାରୋପ କରି ଏକ ସବୁଜ ସ୍ୱଚ୍ଛ ପାରଳାଖେମୁଣ୍ଡି ସହର ଗଠନ ପାଇଁ ସମସ୍ତଙ୍କ ସହଯୋଗ ଆହ୍ବାନ କରିଥିଲେ ।
ଏହି କ୍ରମରେ ପୌର ନିର୍ବାହୀ ଅଧିକାରୀ ଶ୍ରୀ ବନମାଳୀ ଶତପଥୀ ଅନ୍ୟତମ ଅତିଥି ଭାବେ ଯୋଗଦେଇ ସ୍ୱଚ୍ଛତା ଦିଗରେ ସାମୁହିକ ପ୍ରଚେଷ୍ଟା ରହିବା ଉପରେ କହିଥିଲେ ।
ପରେ ପୌର ପରିଷଦ କାର୍ଯ୍ୟାଳୟ ପରିସରରୁ ଏକ ସ୍ୱଚ୍ଛତା ସଚେତନତା ଶୋଭାଯାତ୍ରା ବାହାରି ସହର ପରିକ୍ରମା କରିଥିଲା ।
ଏହି ଅବସରରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଛକ ନିକଟରେ ପୌର ପରିଷଦ ପକ୍ଷରୁ ଏକ ଭେଣ୍ଡିଂ ଜୋନ କୁ ବ୍ରହ୍ମପୁର ସାଂସଦ ଶ୍ରୀ ଚନ୍ଦ୍ରଶେଖର ସାହୁ ଉଦଘାଟନ କରିଥିଲେ ।
ଏହାପରେ ସ୍ଥାନୀୟ ବିଜୁ କଲ୍ୟାଣ ମଣ୍ଡପ ସମ୍ମିଳନୀ କକ୍ଷ ଠାରେ ମୁକ୍ତା ଯୋଜନାରେ ୮୧ ଗୋଟି ସ୍ଵୟଂ ସହାୟକ ଗୋଷ୍ଠୀଙ୍କୁ ୪ କୋଟି ୪୩ ଲକ୍ଷ ଟଙ୍କାର କାର୍ଯ୍ୟାଦେଶ ବଣ୍ଟନ କରିଥିଲେ ।
ପୌର ଅଧ୍ୟକ୍ଷା ଶ୍ରୀମତୀ ନିର୍ମଳା ସେଠୀଙ୍କ ସଭାପତିତ୍ବରେ ଏବଂ କନିଷ୍ଠ ଯନ୍ତ୍ରୀ ଶ୍ରୀମତୀ ମଧୁସ୍ମିତା ଦାସଙ୍କ ସଂଯୋଜନାରେ ଏହି କାର୍ଯ୍ୟକ୍ରମ ରେ ମୁଖ୍ୟଅତିଥି ଭାବେ ବ୍ରହ୍ମପୁର ସାଂସଦ ଶ୍ରୀ ଚନ୍ଦ୍ରଶେଖର ସାହୁ ଯୋଗଦେଇ ହିତାଧିକାରୀ ମାନଙ୍କୁ ମୁକ୍ତା ଯୋଜନାରେ କାର୍ଯ୍ୟାଦେଶ ବଣ୍ଟନ କରିଥିଲେ ।
ଏହି କାର୍ଯ୍ୟକ୍ରମ ରେ ଅନ୍ୟମାନଙ୍କ ମଧ୍ୟରେ ପୌର ଉପାଧ୍ୟକ୍ଷ ଶ୍ରୀ ଲେଙ୍କା ମଧୁ , ପୌର ନିର୍ବାହୀ ଅଧିକାରୀ ଶ୍ରୀ ବନମାଳୀ ଶତପଥୀ ପ୍ରମୁଖ ମଞ୍ଚାସିନ ଅତିଥି ଭାବେ ଯୋଗଦେଇ ମୁକ୍ତା ଯୋଜନାର ବିଭିନ୍ନ ଦିଗ ଉପରେ ଆଲୋଚନା କରିଥିଲେ ।
ଏହି ସମସ୍ତ କାର୍ଯ୍ୟକ୍ରମ ମାନଙ୍କରେ ପୌର ପରିଷଦର ସମସ୍ତ କାଉନସିଲର , ସ୍ୱଚ୍ଛ ସାଥୀ , ସଫେଇ କର୍ମଚାରୀ ଏବଂ ଅଧିକାରୀ ଓ କର୍ମଚାରୀ ବହୁ ସଂଖ୍ୟାରେ ଯୋଗ ଦେଇଥିଲେ ।

About Author

indadmin

indadmin

Related Articles

Archives

Calendar

March 2025
M T W T F S S
 12
3456789
10111213141516
17181920212223
24252627282930
31