Legatus

ଗଜପତି: ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପକ୍ଷରୁ ସମନ୍ଵିତ ଯୁବ ବିକାଶ କାର୍ଯ୍ୟକ୍ରମ ଅନୁଷ୍ଠିତ

 Breaking News

ଗଜପତି: ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପକ୍ଷରୁ ସମନ୍ଵିତ ଯୁବ ବିକାଶ କାର୍ଯ୍ୟକ୍ରମ ଅନୁଷ୍ଠିତ

December 10
10:14 2023

ଗଣେଶ କୁମାର ରାଜୁଙ୍କ ରିପୋର୍ଟ
ଗଜପତି,୧୦/୧୨: ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପକ୍ରୁ ଆଜି ସମନ୍ୱିତ ଯୁବ-ବିକାଶ କାର୍ଯ୍ୟକ୍ରମ ଅବସରରେ ସାଂସ୍କୃତିକ କାର୍ଯ୍ୟକ୍ରମ ଶୁଭାରମ୍ଭ ହୋଇଯାଇଛି ।
ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରାୟୋଜିତ ଉକ୍ତ କାର୍ଯ୍ୟକ୍ରମରେ ପାରଳାଖେମୁଣ୍ଡି ସହରର ବିଶିଷ୍ଟ ସଙ୍ଗୀତ ଗୁରୁ ପଣ୍ଡିତ ଶ୍ରୀ ରଘୁନାଥ ପାତ୍ର ମୁଖ୍ୟ ଅତିଥି ଭାବେ ଏବଂ ପାରଳାଖେମୁଣ୍ଡି ପୌର ପରିଷଦ ୧୫ ନଂ ଓ୍ବାର୍ଡ କାଉନସିଲର ଶ୍ରୀ ସୁରଜିତ ତ୍ରିପାଠୀ ପ୍ରମୁଖ ସମ୍ମାନିତ ଅତିଥି ରୂପେ ଯୋଗ ଦେଇଥିଲେ।
ଆୟୋଜିତ ଉତ୍ସବରେ ଶିକ୍ଷାନୁଷ୍ଠାନର ଅଧ୍ୟକ୍ଷା ଶ୍ରୀମତୀ ଅମ୍ବିକା ଦେବୀ ଅଧ୍ୟକ୍ଷତା କରିବା ସହ ତାଙ୍କ ବକ୍ତବ୍ୟରେ ଛାତ୍ରୀମାନଙ୍କ ପ୍ରତିଯୋଗିତାରେ ଅଂଶଗ୍ରହଣ ଏବଂ ତାର ସଫଳତା ଉପରେ ଆଲୋକପାତ କରିଥିଲେ।
ମୁଖ୍ୟ ଅତିଥି ଗୁରୁ ଶ୍ରୀ ରଘୁନାଥ ପାତ୍ର ଛାତ୍ରୀମାନଙ୍କ ଜୀବନରେ ପାଠ ବ୍ୟତୀତ ଅନ୍ୟାନ୍ୟ ପ୍ରତିଯୋଗିତା-ମୂଳକ କାର୍ଯ୍ୟକ୍ରମର ଆବଶ୍ୟକତାର ବିଭିନ୍ନ ଦିଗ ଉପରେ ଉଦବୋଧନ ଦେଇଥିଲେ।
ସମ୍ମାନୀତ ଅତିଥି ଭାବେ ଶ୍ରୀ ସୁରଜିତ ତ୍ରିପାଠୀ ଶିକ୍ଷାନୁଷ୍ଠାନର ଅନ୍ୟାନ୍ୟ ବିକାଶମୂଳକ କାର୍ଯ୍ୟ ଉପରେ ବାର୍ତ୍ତା ପ୍ରଦାନ କରିଥିଲେ।
କାର୍ଯ୍ୟକ୍ରମ ପ୍ରାରମ୍ଭରେ ସାଂସ୍କୃତିକ କାର୍ଯ୍ୟକ୍ରମ ବିଭାଗର ମୁଖ୍ୟ ଅଧ୍ୟାପିକା ଡଃ ମନସ୍ବିନୀ ଦାସ ଅତିଥି ପରିଚୟ ପ୍ରଦାନ ସହ କାର୍ଯ୍ୟକ୍ରମର ମୁଖ୍ୟ ଉଦ୍ଦେଶ୍ୟ ବିଷୟରେ ଛାତ୍ରୀମାନଙ୍କୁ ଅବଗତ କରାଇଥିଲେ।
ନୋଡାଲ୍ ଅଫିସର ଶ୍ରୀମତି ସୋଫିଆ ମଣ୍ଡଳ କାର୍ଯ୍ୟକ୍ରମର ସବିଶେଷ ବିବରଣୀ ପ୍ରଦାନ କରିଥିବା ବେଳେ କାର୍ଯ୍ୟକ୍ରମ ଶେଷରେ ସଂସ୍କୃତ ବିଭାଗ ଅଧ୍ୟାପିକା ଡି. ପ୍ରିୟଙ୍କା ଉପସ୍ଥିତ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।
ଏତଦ୍ ବ୍ୟତୀତ ଏହି କାର୍ଯ୍ୟକ୍ରମ ଅବସରରେ ବିଦ୍ୟାଳୟର ୧୦୦ ରୁ ଉର୍ଦ୍ଧ୍ଵ ଛାତ୍ରୀ ଓଡ଼ିଆ , ଇଂରାଜୀ ତେଲୁଗୁ ବକ୍ତୃତା , ପ୍ରବନ୍ଧ , ଫ୍ଲାବର ଏରେଞ୍ଜମେଣ୍ଟ , ମୋବାଇଲ୍ ଫଟୋଗ୍ରାଫି , ଚିତ୍ର , କାର୍ଟୁନ୍ ଚିତ୍ର , ରଙ୍ଗୋଲି ପ୍ରଭୃତି ପ୍ରତିଯୋଗିତା କାର୍ଯ୍ୟକ୍ରମରେ ଅଂଶ ଗ୍ରହଣ କରିଥିଲେ।

About Author

indadmin

indadmin

Related Articles

Archives

Calendar

April 2025
M T W T F S S
 123456
78910111213
14151617181920
21222324252627
282930