Indus Valley Times

ଗଜପତି: ମହିଳା ସ୍ନାତକ ମହାବିଦ୍ୟାଳୟ ର ନୂତନ କୋଠା ନିର୍ମାଣର ଭିତ୍ତିପ୍ରସ୍ତର ସ୍ଥାପନ କାର୍ଯ୍ୟକ୍ରମ ଅନୁଷ୍ଠିତ

 Breaking News

ଗଜପତି: ମହିଳା ସ୍ନାତକ ମହାବିଦ୍ୟାଳୟ ର ନୂତନ କୋଠା ନିର୍ମାଣର ଭିତ୍ତିପ୍ରସ୍ତର ସ୍ଥାପନ କାର୍ଯ୍ୟକ୍ରମ ଅନୁଷ୍ଠିତ

ଗଜପତି: ମହିଳା ସ୍ନାତକ ମହାବିଦ୍ୟାଳୟ ର ନୂତନ କୋଠା ନିର୍ମାଣର ଭିତ୍ତିପ୍ରସ୍ତର ସ୍ଥାପନ କାର୍ଯ୍ୟକ୍ରମ ଅନୁଷ୍ଠିତ
July 02
19:30 2022

ଗଣେଶ କୁମାର ରାଜୁଙ୍କ ରିପୋର୍ଟ
ଗଜପତି,୨/୭: ପାରଳାଖେମୁଣ୍ଡି ଉପକଣ୍ଠରେ ଥିବା ଫରେଷ୍ଟ ଗେଟ ନିକଟସ୍ଥ ଗୋପିନାଥପୁର ମୌଜା ଅନ୍ତର୍ଗତ ହାତୀବାଡି ଠାରେ ପାରଳାଖେମୁଣ୍ଡି ମହିଳା ସ୍ନାତକ ମହାବିଦ୍ୟାଳୟର ନୂତନ କୋଠା ନିର୍ମାଣର ଭିତ୍ତିପ୍ରସ୍ତର ସ୍ଥାପନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।
ରାଜ୍ୟ ଉଚ୍ଚଶିକ୍ଷା ବିଭାଗ , ଓଡିଶା ସରକାରଙ୍କ ଭିତ୍ତିଭୂମି ବିକାଶ ଯୋଜନା ଅନ୍ତର୍ଗତ ଅନୁଦାନ ଆନୁକୂଲ୍ୟରେ ଏହି ଭିତ୍ତିପ୍ରସ୍ତର ସ୍ଥାପନ ହୋଇଥିଲା ।
ଏହି କା ର୍ଯ୍ୟକ୍ରମରେ ବ୍ରହ୍ମପୁର ସାଂସଦ ଶ୍ରୀ ଚନ୍ଦ୍ର ଶେଖର ସାହୁ , ମୁଖ୍ୟଅତିଥି ଭାବେ ଯୋଗଦେଇ ଶୁଭଶୀଳା ପ୍ରତ୍ୟର୍ପଣ ତଥା ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ ।
ଅନ୍ୟମାନଙ୍କ ମଧ୍ୟରେ ଏହି ଭିତ୍ତିପ୍ରସ୍ତର ସ୍ଥାପନ କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବେ ଜିଲ୍ଲା ପରିଷଦ ସଭାପତି ଶ୍ରୀ ଜି: ତିରୁପତି ରାଓ , ପାରଳା ବିଧାୟକ ଶ୍ରୀ କେ ନାରାୟଣ ରାଓ , ଜିଲ୍ଲାପାଳ ଶ୍ରୀ ଲିଙ୍ଗରାଜ ପଣ୍ଡା , ଏସପି ଶ୍ରୀ ଜୟରାମ ଶତପଥୀ , ଅତିରିକ୍ତ ଜିଲ୍ଲାପାଳ ତଥା ମହିଳା ସ୍ନାତକ ମହାବିଦ୍ୟାଳୟର ପରିଚାଳନା କମିଟି ସଭାପତି ଶ୍ରୀ ସଂଗ୍ରାମ ଶେଖର ପଣ୍ଡା , ଉପଜିଲ୍ଲାପାଳ ଶ୍ରୀ ଆଲୋକ କୁମାର ପ୍ରଧାନ , ପାରଳା ପୌରାଧ୍ୟକ୍ଷା ଶ୍ରୀମତୀ ନିର୍ମଳା ସେଠୀ , ଉପାଧ୍ୟକ୍ଷ୍ୟ ଶ୍ରୀ ଲେଙ୍କା ମଧୁ ଏବଂ ଉଚ୍ଚଶିକ୍ଷା ବିଭାଗ ବ୍ରହ୍ମପୁରର ଆଞ୍ଚଳିକ ନିର୍ଦ୍ଦେଶକ ଶ୍ରୀ ଲକ୍ଷ୍ମୀକାନ୍ତ ତ୍ରିପାଠୀ ପ୍ରମୁଖ ଉପସ୍ଥିତ ଥିଲେ ।
ଏହି ସମସ୍ତ କାର୍ଯ୍ୟକ୍ରମ ମହାବିଦ୍ୟାଳୟର ଅଧ୍ୟକ୍ଷା ତଥା ପରିଚାଳନା କମିଟି ସମ୍ପାଦିକା ଡ଼ଃ ରିନା ସାହୁଙ୍କ ପ୍ରତ୍ୟକ୍ଷ ତତ୍ତ୍ଵବଧାନରେ ପରିଚାଳିତ ହୋଇଥିଲା ।
ଏହି ଶୁଭ ଅବସରରେ ମହାବିଦ୍ୟାଳୟର ସମସ୍ତ ଅଧ୍ୟାପକଅଧ୍ୟାପିକା , କର୍ମଚାରି ଛାତ୍ରୀଗଣ ଓ ପାରଳା ସହରର ବୁଦ୍ଧିଜୀବୀ ମାନେ ଉପସ୍ଥିତ ଥିଲେ ।
ମହାବିଦ୍ୟାଳୟ ନିର୍ମାଣ ପାଇଁ ଏକ ନୂତନ ଭିତ୍ତିଭୂମି ପାଇବାର ପରିତୃପ୍ତିରେ ମହାବିଦ୍ୟାଳୟର ଅଧ୍ୟାପିକା , କର୍ମଚାରି ଓ ଛାତ୍ରୀଗଣ ମହଲ ମଧ୍ୟରେ ବେଶ ଆନନ୍ଦ ଓ ଉତ୍ସାହର ଲହରୀ ଖେଳିଯାଇଛି ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031