Indus Valley Times

ଗଜପତି: ସ୍ଵୟଂ ସହାୟକ ଗୋଷ୍ଠୀ ନେତ୍ରୀ ମାନଙ୍କୁ ନେଇ ଏକ ଦିବସୀୟ ତାଲିମ ଶିବିର କାର୍ଯ୍ୟକ୍ରମ ଅନୁଷ୍ଠିତ

 Breaking News

ଗଜପତି: ସ୍ଵୟଂ ସହାୟକ ଗୋଷ୍ଠୀ ନେତ୍ରୀ ମାନଙ୍କୁ ନେଇ ଏକ ଦିବସୀୟ ତାଲିମ ଶିବିର କାର୍ଯ୍ୟକ୍ରମ ଅନୁଷ୍ଠିତ

ଗଜପତି: ସ୍ଵୟଂ ସହାୟକ ଗୋଷ୍ଠୀ ନେତ୍ରୀ ମାନଙ୍କୁ ନେଇ ଏକ ଦିବସୀୟ ତାଲିମ ଶିବିର କାର୍ଯ୍ୟକ୍ରମ ଅନୁଷ୍ଠିତ
September 22
22:42 2023

ଗଣେଶ କୁମାର ରାଜୁଙ୍କ ରିପୋର୍ଟ
ଗଜପତି,୨୨/୯: ଗଜପତି ଜିଲ୍ଲା ଗୁମ୍ମା ବ୍ଲକ ଅନ୍ତର୍ଗତ କିତୁମ୍ବା ଗ୍ରାମ କୋଠାଗୃହ ଠାରେ ଆର.କେ.ଏସ.ଏସ: ସ୍ଵେଛାସେବୀ ଅନୁଷ୍ଠାନ ପକ୍ଷରୁ ନାବାର୍ଡ ସଂସ୍ଥା , ଭୁବନେଶ୍ଵର ସହାୟତା\’ରେ ୬ ଟି ସ୍ଵୟଂ ସହାୟକ ଗୋଷ୍ଠୀର ୫୦ ରୁ ଉର୍ଦ୍ଧ ଦଳର ନେତ୍ରୀ ମାନଙ୍କୁ ସୁଦୃଢ କରିବା ସହ ସେମାନଙ୍କ ଦକ୍ଷତା ବୃଦ୍ଧି ନିମନ୍ତେ ଏକ ସଚେତନତା ତାଲିମ ଶିବିର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।
ଉକ୍ତ ଶିବିରରେ ମୁଖ୍ୟତଃ ମହିଳା ସଶକ୍ତିକରଣ , ଦଳ ପରିଚାଳନା , ଦଳର ଦଶାସୃତି କାର୍ଯ୍ୟକ୍ରମ ଆରମ୍ଭ , ଖାତାପତ୍ର ଲେଖିବା , ଋଣ ଆଦାନ ପ୍ରଦାନ , ସୁଧର ହିସାବ ଓ ସରକାରଙ୍କ ବିଭିନ୍ନ ବିଭାଗ ସହ ସମନ୍ଵୟ ରକ୍ଷା କରି ଦଳ ଦ୍ଵାରା ରୋଜଗାର ଭିତ୍ତିକ କାର୍ଯ୍ୟକ୍ରମ ୟୁନିଅନ ଗ୍ରାମୀଣ ଆତ୍ମ ନିଯୁକ୍ତି ପ୍ରଶିକ୍ଷଣ ଅନୁଷ୍ଠାନ- ଗଜପତି-ଆର.ସେ.ଟି: ହଲ ଠାରେ ବିଭିନ୍ନ ପ୍ରକାର ଯଥା :- ମହିଳା ମାନଙ୍କୁ ଛତୁଚାଷ , କୁକୁଡା ପାଳନ , ମହମବତୀ ତିଆରି , ଧୂପକାଠି ତିଆରି , ଫିନାଇଲ ତିଆରି ଓ ସିଲାଇ ପ୍ରଭୃତି ତାଲିମ ନେଇ ନିଜେ କିପରି ରୋଜଗାର କରି ପାରିବେ , ଆର୍ଥିକ ସାକ୍ଷରତା ସହ ବିଭିନ୍ନ ପ୍ରକାର ବୀମା ଯଥା :- ପ୍ରଧାନମନ୍ତ୍ରୀ ସୁରକ୍ଷା ବୀମା , ପ୍ରଧାନମନ୍ତ୍ରୀ ଜୀବନଜ୍ୟାତି ବୀମା , ଅଟଳ ପେନସନ , ଫସଲ ବୀମା , ଫ୍ରେଡ ମୋବାଇଲକୁ ଫୋନ କରି ଟଙ୍କା ପଇସା ବ୍ୟାଙ୍କ ଖାତା ମାଧ୍ୟମରେ ଟଙ୍କାକୁ ଉଠାଇବା , ଏଟିଏମ: କାର୍ଡ ବ୍ୟବହାର ଓ ବ୍ୟାଙ୍କ ତରଫରୁ ଦଳକୁ ଆର୍ଥିକ ସହାୟତା ସଂପର୍କରେ ବୁଝାଇ ସଚେତନ କରା ଯାଇଥିଲା ।
ଏହି କାର୍ଯ୍ୟକ୍ରମରେ ଜିଲ୍ଲା ନାବାର୍ଡ ସଂସ୍ଥା\’ର ଡିଡିଏମ: ଶ୍ରୀ ପ୍ରତୀକ ପଣ୍ଡା ଙ୍କ ସମେତ ଶ୍ରୀମତୀ ପ୍ରୀତି ଭୁୟାଁ – ୱାର୍ଡ ମେମ୍ବର , ମିସ ଝିଲ୍ଲୀ ଗୌଡ – ଏମବିକେ: ଓଏଲମ , ଶ୍ରୀ ତରୁଣ କୁମାର ନାଇକ ବିଏଲଟି:, ଶ୍ରୀ ସୀମାନ ଶବର , ଏଫଏଲସି:, ତାଲିମ ଦାତା ଶ୍ରୀ ନରେଶ କୁମାର ମହାପାତ୍ର ପ୍ରମୁଖ ଉପସ୍ଥିତ ଥିଲେ ।
ଆରକେଏସଏସ: ଅନୁଷ୍ଠାନର ସଂପାଦକ ଲକ୍ଷ୍ମୀକାନ୍ତ ପଣ୍ଡା କାର୍ଯ୍ୟକ୍ରମ ସମ୍ପର୍କରେ ପ୍ରାରମ୍ଭିକ ସୂଚନା ପ୍ରଦାନ କରି ଆଜିର ତାଲିମ ଶିବିରର ଲକ୍ଷ ଓ ଉଦେଶ୍ୟ ବୁଝାଇ ସ୍ଵାଗତ ଭାଷଣ ଦେଇଥିବା ବେଳେ ଶ୍ରୀ ତରୁଣ କୁମାର ନାଇକ ଉପସ୍ଥିତ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।
ଉକ୍ତ କାର୍ଯ୍ୟକ୍ରମରେ ଓଡିଶା ଜୀବିକା ମିଶନ ସିଆରପି: ମାନେ ଉପସ୍ଥିତ ରହି କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ ଏବଂ ସର୍ବ ଶେଷରେ ଅପରାହ୍ନ ୪ ଘଣ୍ଟା ସମୟରେ ଗ୍ରାମର କ୍ଷେତ୍ର ପରିଦର୍ଶନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।

About Author

indadmin

indadmin

Related Articles

Archives

Calendar

June 2024
M T W T F S S
 12
3456789
10111213141516
17181920212223
24252627282930