Indus Valley Times

ଗତ ୨୪ଘଣ୍ଟାରେ ଭୁବନେଶ୍ୱରରେ ୨୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

 Breaking News

ଗତ ୨୪ଘଣ୍ଟାରେ ଭୁବନେଶ୍ୱରରେ ୨୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

February 23
21:25 2022

ଭୁବନେଶ୍ବର,୨୩/୨: ରାଜଧାନୀ ଭୁବନେଶ୍ୱରରେ କମୁଛି କରୋନା ସଂକ୍ରମଣ ହାର । ବୁଧବାର ଦିନ ଭୁବନେଶ୍ୱରରେ ୨୬ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ୮୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ଭୁବନେଶ୍ବର ମହାନଗର ନିଗମ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।
ଚିହ୍ନଟ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୫ ଜଣ ଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୨୧ ଜଣ ରହିଛନ୍ତି। ଏଯାବତ ରାଜଧାନୀରୁ ୧୫୬୧୫୮ ଜଣ ଚିହ୍ନଟ ହୋଇଥିବା ବେଳେ ୧୫୪୩୬୫ ଜଣ କରୋନାରେ ସଂକ୍ରମିତ ସୁସ୍ଥ ହୋଇଥିବା ଭୁବନେଶ୍ବର ମହାନଗର ନିଗମ ସୂଚନା ଦେଇଛି। ଏବେ ବି ଭୁବନେଶ୍ବରରେ ୫୮୯ ଜଣ ସକ୍ରିୟ କରୋନା ଆକ୍ରାନ୍ତ ଥିବା ବେଳେ ୧୧୮୩ ଜଣଙ୍କର ମୃତ୍ୟୁ ହୋଇଛି। ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟାକୁ ଦୃଷ୍ଟିରେ ରଖି ଏବେ ବି ଆମକୁ ସତର୍କ ରହିବା ସହିତ ମାସ୍କ ପିନ୍ଧିବା ଓ ସାମାଜିକ ଦୂରତା ଅବଲମ୍ବନ କରିବାକୁ ସରକାର ପରାମର୍ଶ ଦେଇଛନ୍ତି।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031