Indus Valley Times

ଗତ ୨୪ ଘଣ୍ଟାରେ କରୋନା ନେଲା ୪୫ ଜଣଙ୍କ ଜୀବନ , ଖୋର୍ଦ୍ଧାଜିଲ୍ଲାରେ ସର୍ବାଧିକ ୯ ଜଣଙ୍କ ମୃତ୍ୟୁ

 Breaking News

ଗତ ୨୪ ଘଣ୍ଟାରେ କରୋନା ନେଲା ୪୫ ଜଣଙ୍କ ଜୀବନ , ଖୋର୍ଦ୍ଧାଜିଲ୍ଲାରେ ସର୍ବାଧିକ ୯ ଜଣଙ୍କ ମୃତ୍ୟୁ

ଗତ ୨୪ ଘଣ୍ଟାରେ କରୋନା ନେଲା ୪୫ ଜଣଙ୍କ ଜୀବନ , ଖୋର୍ଦ୍ଧାଜିଲ୍ଲାରେ ସର୍ବାଧିକ ୯ ଜଣଙ୍କ ମୃତ୍ୟୁ
July 03
09:57 2021

ଭୁବନେଶ୍ୱର, ୩/୭ : ରାଜ୍ୟରେ କରୋନା ମହାବାୀ ଧୀରେ ଧୀରେ କମିବାରେ ଲାଗିଛି । କିନ୍ତୁ କରୋନା ମୃତକଙ୍କ ସଂଖ୍ୟା ବ୍ରେକ୍ ନେବାର ନାଁ ଧରୁନାହିଁ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପୁଣି ୪୫ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଥିବାର ସୂଚନା ମିଳିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
ପ୍ରାପ୍ତ ସୂଚନା ଅନୁଯାୟୀ, ଏହି ୪୫ ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯ ଜଣ ଅଛନ୍ତି। ଏହାଛଡ଼ା ବରଗଡ଼ ଓ କଟକରୁ ୫ ଜଣ ଲେଖାଏଁ, ଢେଙ୍କାନାଳରୁ ୪, କୋରାପୁଟ, ସମ୍ବଲପୁର, ସୁବର୍ଣ୍ଣପୁର ଓ ସୁନ୍ଦରଗଡ଼ ଜିଲ୍ଲାରୁ ୩ ଜଣ ଲେଖାଏଁ, ନୟାଗଡ଼ ଓ ପୁରୀ ଜିଲ୍ଲାରୁ ୨ ଜଣ ଲେଖାଏଁ ଏବଂ ଅନୁଗୁଳ, ଗଞ୍ଜାମ, ଝାରସୁଗୁଡ଼ା, କନ୍ଧମାଳ, କେନ୍ଦ୍ରାପଡ଼ା ଓ ମୟୂରଭଞ୍ଜ ଜିଲ୍ଲାରୁ ଜଣେ ଲେଖାଏଁ କରୋନାରେ ପ୍ରାଣ ହରାଇଛନ୍ତି। ଏମାନେ ଡାକ୍ତରଖାନାରେ ଚିକିତ୍ସାଧୀନ ଥିବା ସମୟରେ ମୃତ୍ୟୁବରଣ କରିଛନ୍ତି।
ଉଲ୍ଲେଖଯୋଗ୍ୟ, ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨,୯୧୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୧୬୭୭ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୧୨୪୦ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଶନିବାର ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ସର୍ବାଧିକ ୫୪୯ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
ଏଯାବତ୍ ରାଜ୍ୟରେ ୯,୧୯,୦୨୬ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୮,୮୪,୨୬୨ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୩୦, ୫୫୭ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031