Indus Valley Times

ଗତ ୨୪ ଘଣ୍ଟାରେ ରାଜ୍ୟରେ ବାହାରିଲେ ୭୪୧ କରୋନା ପଜିଟିଭ୍, ୧୮ ବର୍ଷ ବୟସ ମଧ୍ୟରେ ୧୩୮ ଜଣ

 Breaking News

ଗତ ୨୪ ଘଣ୍ଟାରେ ରାଜ୍ୟରେ ବାହାରିଲେ ୭୪୧ କରୋନା ପଜିଟିଭ୍, ୧୮ ବର୍ଷ ବୟସ ମଧ୍ୟରେ ୧୩୮ ଜଣ

ଗତ ୨୪ ଘଣ୍ଟାରେ ରାଜ୍ୟରେ ବାହାରିଲେ ୭୪୧ କରୋନା ପଜିଟିଭ୍, ୧୮ ବର୍ଷ ବୟସ ମଧ୍ୟରେ ୧୩୮ ଜଣ
August 02
10:55 2022

, ଭୁବନେଶ୍ୱର ୨/୮ : ମଙ୍ଗଳବାର ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭୪୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୩୩ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୩୦୮ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।
ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୩୮ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୧୪୬୮୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୩ଜଣ, ବାଲେଶ୍ୱର ଜିଲ୍ଲାରୁ ୧୨ଜଣ, ବରଗଡ଼ ଜିଲ୍ଲାରୁ ୧୭ଜଣ, ଭଦ୍ରକ ଜିଲ୍ଲାରୁ ୧୨ଜଣ, ବଲାଙ୍ଗୀର ଜିଲ୍ଲାରୁ ୨୮ଜଣ, ବୌଦ୍ଧ ଜିଲ୍ଲାରୁ ୬ଜଣ, କଟକ ଜିଲ୍ଲାରୁ ୩୮ଜଣ, ଦେଓଗଡ଼ ଜିଲ୍ଲାରୁ ୯ଜଣ, ଢେଙ୍କାନାଳ ଜିଲ୍ଲାରୁ ୨ଜଣ, ଗଜପତି ଜିଲ୍ଲାରୁ ୫ଜଣ, ଗଞ୍ଜାମ ଜିଲ୍ଲାରୁ ୬ଜଣ, ଜଗତସିଂହପୁର ଜିଲ୍ଲାରୁ ୫ଜଣ, ଯାଜପୁର ଜିଲ୍ଲାରୁ ୧୦ଜଣ ଓ ଝାରସୁଗୁଡ଼ା ଜିଲ୍ଲାରୁ ୬ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
ସେହିପରି କଳାହାଣ୍ଡି ଜିଲ୍ଲାରୁ ୩୬ଜଣ, କନ୍ଧମାଳ ଜିଲ୍ଲାରୁ ୧୫ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୫ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୪୦ଜଣ, କୋରାପୁଟ ଜିଲ୍ଲାରୁ ୧୬ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୫୯ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୧ଜଣ, ନୟାଗଡ଼ ଜିଲ୍ଲାରୁ ୮ଜଣ, ନୂଆପଡ଼ା ଜିଲ୍ଲାରୁ ୧୬ଜଣ, ପୁରୀ ଜିଲ୍ଲାରୁ ୬ଜଣ, ରାୟଗଡ଼ା ଜିଲ୍ଲାରୁ ୧୦ଜଣ, ସମ୍ବଲପୁର ଜିଲ୍ଲାରୁ ୪୧ଜଣ, ସୋନପୁର ଜିଲ୍ଲାରୁ ୨୦ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୭୬ଜଣ, ଷ୍ଟେଟ ପୁଲ୍ରୁ ୨୭ଜଣ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୧୪୬୮୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୬୬୧୬ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୯୮୮୭୨ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୨୬୮୧୦୭୮ ସାମ୍ପୁଲ ଟେଷ୍ଟ୍ ହୋଇଛି ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031