Indus Valley Times

ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୦୯୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୮୯ଜଣ

 Breaking News

ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୦୯୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୮୯ଜଣ

ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୦୯୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୮୯ଜଣ
August 07
09:22 2021

ଭୁବନେଶ୍ୱର,୭/୮: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୦୯୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୬୩୭ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୪୫୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଶନିବାର ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୮୯ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୪୦ ଜଣ, ବାଲେଶ୍ୱରରୁ ୭୭ ଜଣ, ବରଗଡ଼ରୁ ୧୧ ଜଣ, ଭଦ୍ରକରୁ ୨୧ ଜଣ, ବଲାଙ୍ଗୀରରୁ ୭ ଜଣ, କଟକରୁ ୯୨ ଜଣ, ଦେବଗଡ଼ରୁ ୧ ଜଣ, ଢେଙ୍କାନାଳରୁ ୯ ଜଣ, ଗଜପତିରୁ ୪ ଜଣ, ଗଞ୍ଜାମରୁ ୫ ଜଣ, ଜଗତସିଂହପୁରରୁ ୫୮ ଜଣ, ଯାଜପୁରରୁ ୬୮ ଜଣ ଓ ଝାରସୁଗୁଡ଼ାରୁ ୫ ଜଣଚିହ୍ନଟ ହୋଇଛନ୍ତି ।
କଳାହାଣ୍ଡିରୁ ୩ ଜଣ, କନ୍ଧମାଳରୁ ୧୭ ଜଣ, କେନ୍ଦ୍ରାପଡ଼ାରୁ ୩୬ ଜଣ, କେଉଁଝରରୁ ୧୩ ଜଣ, ଖୋର୍ଦ୍ଧାରୁ ୩୮୯ ଜଣ, କୋରାପୁଟରୁ ୭ ଜଣ, ମାଲକାନଗିରିରୁ ୪ ଜଣ, ମୟୁରଭଞ୍ଜରୁ ୩୨ ଜଣ, ନୟାଗଡ଼ରୁ ୨୯ ଜଣ, ନୂଆପଡ଼ାରୁ ୨, ପୁରୀରୁ ୪୮ ଜଣ, ରାୟଗଡ଼ାରୁ ୬ ଜଣ, ସମ୍ୱଲପୁରରୁ ୮ ଜଣ, ସୋନପୁରରୁ ୨, ସୁନ୍ଦରଗଡ଼ରୁ ୨୦ ଓ ଷ୍ଟେଟ ପୁଲରୁ ୮୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୯, ୮୫, ୮୨୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୯, ୬୬, ୯୨୮ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୧୨, ୪୮୦ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031