Indus Valley Times

ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୪୬ ଜଣ କରୋନା ପଜିଟିଭ୍ ଚିହ୍ନଟ, ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୭୨ ଜଣ

 Breaking News

ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୪୬ ଜଣ କରୋନା ପଜିଟିଭ୍ ଚିହ୍ନଟ, ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୭୨ ଜଣ

ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୪୬ ଜଣ କରୋନା ପଜିଟିଭ୍ ଚିହ୍ନଟ, ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୭୨ ଜଣ
December 21
11:03 2021

ଭୁବନେଶ୍ୱର,୨୧/୧୨: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୪୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୮୬ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୬୦ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୨୫ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି।
ମଙ୍ଗଳବାର ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୭୨ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ବର ଜିଲ୍ଲାରୁ ୪ ଜଣ, ବରଗଡ଼ରୁ ୧ ଜଣ, ଭଦ୍ରକରୁ ୨ ଜଣ, ବଲାଙ୍ଗୀରରୁ ୧ଜଣ, କଟକରୁ ୧୪ ଜଣ, ଦେବଗଡ଼ରୁ ୩ ଜଣ, ଢେଙ୍କାନାଳରୁ ୧ ଜଣ, ଗଞ୍ଜାମରୁ ୨ ଜଣ, ଯାଜପୁରରୁ ୩ ଜଣ, ଝାରସୁଗୁଡ଼ାରୁ ୨ ଜଣ, କେନ୍ଦ୍ରାପଡ଼ାରୁ ୩ ଜଣ, ଖୋର୍ଦ୍ଧାରୁ ୭୨ ଜଣ,କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।
ସେହିପରି ମୟୂରଭଞ୍ଜରୁ ୧ ଜଣ, ନୟାଗଡ଼ରୁ ୩ ଜଣ, ପୁରୀରୁ ୪ ଜଣ, ରାୟଗଡ଼ାରୁ ୩ ଜଣ, ସମ୍ୱଲପୁରରୁ ୭ ଜଣ, ସୁନ୍ଦରଗଡ଼ରୁ ୯ ଜଣ ଓ ଷ୍ଟେଟ ପୁଲରୁ ୧୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୫୩ ହଜାର ୧୬୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦ ଲକ୍ଷ ୪୨ ହଜାର ୮୭୫ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୧ ହଜାର ୭୯୨ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031