Indus Valley Times

ଗତ ୨୪ ଘଣ୍ଟାରେ ରାଜ୍ୟରେ ୩୨୭ ଜଣ କରୋନା ପଜିଟିଭ ଚିହ୍ନଟ,୧୮ ବର୍ଷରୁ କମ୍ ବୟସ୍କ ୪୪ ଜଣ ଶିଶୁ ଓ କିଶୋର

 Breaking News

ଗତ ୨୪ ଘଣ୍ଟାରେ ରାଜ୍ୟରେ ୩୨୭ ଜଣ କରୋନା ପଜିଟିଭ ଚିହ୍ନଟ,୧୮ ବର୍ଷରୁ କମ୍ ବୟସ୍କ ୪୪ ଜଣ ଶିଶୁ ଓ କିଶୋର

ଗତ ୨୪ ଘଣ୍ଟାରେ ରାଜ୍ୟରେ ୩୨୭ ଜଣ କରୋନା ପଜିଟିଭ ଚିହ୍ନଟ,୧୮ ବର୍ଷରୁ କମ୍ ବୟସ୍କ ୪୪ ଜଣ ଶିଶୁ ଓ କିଶୋର
November 02
10:30 2021

ଭୁବନେଶ୍ୱର, ୨/୧୧: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୨୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୯୧ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୧୩୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୪୪ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି।
ମଙ୍ଗଳବାର ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୭୭ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
ଗତ ୨୪ ଘଣ୍ଟା ମଧ୍ୟରେ ଭଦ୍ରକ ଜିଲ୍ଲାରୁ ୮ ଜଣ, ବଲାଙ୍ଗୀରରୁ ୫ ଜଣ, ବୌଦ୍ଧରୁ ୧ ଜଣ, କଟକରୁ ୨୯ ଜଣ, ଢେଙ୍କାନାଳରୁ ୧ ଜଣ, ଗଞ୍ଜାମରୁ ୪ ଜଣ, ଜଗତସିଂହପୁରରୁ ୭ ଜଣ, ଯାଜପୁରରୁ ୯ ଜଣ, ଝାରସୁଗୁଡ଼ାରୁ ୨ ଜଣ ଓ କେନ୍ଦ୍ରାପଡ଼ାରୁ ୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ସେହିପରି ଖୋର୍ଦ୍ଧାରୁ ୧୭୭ ଜଣ, କୋରାପୁଟ ଜିଲ୍ଲାରୁ ୩ ଜଣ, ମୟୂରଭଞ୍ଜରୁ ୧୩ ଜଣ, ନୟାଗଡ଼ରୁ ୩ ଜଣ, ପୁରୀରୁ ୬ ଜଣ, ସମ୍ୱଲପୁରରୁ ୧୦ ଜଣ, ସୁନ୍ଦରଗଡ଼ରୁ ୪ ଜଣ ଓ ଷ୍ଟେଟ ପୁଲରୁ ୪୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୪୨ ହଜାର ୧୦୦ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦ ଲକ୍ଷ ୨୯ ହଜାର ୫୮୫ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୪ ହଜାର ୧୨୨ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031