Indus Valley Times

ଗତ ୨୪ ଘଣ୍ଟାରେ ରାଜ୍ୟରେ ୪୭୧ ଜଣ କରୋନା ପଜିଟିଭ ଚିହ୍ନଟ, ଖୋର୍ଦ୍ଧାଜିଲ୍ଲାରୁ ସର୍ବାଧିକ ୧୯୬ ଜଣ

 Breaking News

ଗତ ୨୪ ଘଣ୍ଟାରେ ରାଜ୍ୟରେ ୪୭୧ ଜଣ କରୋନା ପଜିଟିଭ ଚିହ୍ନଟ, ଖୋର୍ଦ୍ଧାଜିଲ୍ଲାରୁ ସର୍ବାଧିକ ୧୯୬ ଜଣ

September 13
10:16 2021

ଭୁବନେଶ୍ବର, ୧୩/୯ : ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୭୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୨୭୪ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୧୯୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୫୭ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ କିଶୋର ଥିବା ଜଣାଯାଇଛି। ସୋମବାର ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୯୬ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୪ ଜଣ, ବାଲେଶ୍ୱରରୁ ୨୬ ଜଣ, ବରଗଡ଼ରୁ ୨ ଜଣ, ଭଦ୍ରକରୁ ୪ ଜଣ, ବଲାଙ୍ଗୀରରୁ ୧ ଜଣ, କଟକରୁ ୮୧ ଜଣ, ଦେବଗଡ଼ରୁ୨ ଜଣ, ଢେଙ୍କାନାଳରୁ ୫ ଜଣ, ଜଗତସିଂହପୁରରୁ ୧୬ ଜଣ, ଯାଜପୁରରୁ ୨୨ ଜଣ, ଝାରସୁଗୁଡ଼ାରୁ ୩ ଜଣ, କନ୍ଧମାଳରୁ ୧ ଜଣ, କେନ୍ଦ୍ରାପଡ଼ାରୁ ୯ ଜଣ ଓ କେଉଁଝରରୁ ୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
ଖୋର୍ଦ୍ଧାରୁ ୧୯୬ ଜଣ, ମାଲକାନଗିରିରୁ୨ ଜଣ, ମୟୁରଭଞ୍ଜରୁ ୨୨ ଜଣ, ନୟାଗଡ଼ରୁ ୭ ଜଣ, ପୁରୀରୁ ୧୯ ଜଣ, ସମ୍ୱଲପୁରରୁ ୧ଜଣ, ସୁନ୍ଦରଗଡ଼ରୁ ୧ ଜଣ ଓ ଷ୍ଟେଟ ପୁଲରୁ ୮୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ଏଣେ ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦,୧୬,୮୩୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୦,୦୨, ୧୨୮ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୬,୫୪୮ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031