Indus Valley Times

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୪୨ ଜଣ କରୋନା ପଜିଟିଭ୍ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ ୧୨୦ ଜଣ

 Breaking News

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୪୨ ଜଣ କରୋନା ପଜିଟିଭ୍ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ ୧୨୦ ଜଣ

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୪୨ ଜଣ କରୋନା ପଜିଟିଭ୍ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ ୧୨୦ ଜଣ
November 19
11:35 2021

ଭୁବନେଶ୍ବର,୧୯/୧୧: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୪୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୪୧ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୧୦୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି।
ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୪୫ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି। ଶୁକ୍ରବାର ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୨୦ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୧ ଜଣ, ବାଲେଶ୍ୱର ଜିଲ୍ଲାରୁ ୭ ଜଣ, ଭଦ୍ରକରୁ ୨ ଜଣ, ବରଗଡ଼ ଜିଲ୍ଲାରୁ ୬ ଜଣ, କଟକରୁ ୧୮ ଜଣ, ଜଗତସିଂହପୁରରୁ ୩ ଜଣ, ଯାଜପୁରରୁ ୫ ଜଣ, ଝାରସୁଗୁଡ଼ାରୁ ୧ ଜଣ, କଳାହାଣ୍ଡିରୁ ୧ଜଣ, କେନ୍ଦ୍ରାପଡ଼ାରୁ ୪ ଜଣ, ଖୋର୍ଦ୍ଧାରୁ ୧୨୦ ଜଣ, କୋରାପୁଟରୁ ୨ ଜଣ, ମାଲକାନଗିରିରୁ ୨ ଜଣ, କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ସେହିପରି ମୟୂରଭଞ୍ଜରୁ ୨୪ ଜଣ, ନୟାଗଡ଼ରୁ ୨ ଜଣ, ନୂଆପଡ଼ାରୁ ୧ ଜଣ, ପୁରୀରୁ ୪ ଜଣ, ସମ୍ୱଲପୁରରୁ ୭ ଜଣ, ସୁନ୍ଦରଗଡ଼ରୁ ୪ ଜଣ ଓ ଷ୍ଟେଟ ପୁଲରୁ ୨୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୪୬ ହଜାର ୫୫୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦ ଲକ୍ଷ ୩୫ ହଜାର ୬୧୩ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୨ ହଜାର ୫୦୪ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031