Indus Valley Times

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୮୬ ଜଣ କରୋନା ପଜିଟିଭ୍ ଚିହ୍ନଟ , ୪୦ ଜଣ ଶିଶୁ ଓ କିଶୋର ସଂକ୍ରମିତ

 Breaking News

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୮୬ ଜଣ କରୋନା ପଜିଟିଭ୍ ଚିହ୍ନଟ , ୪୦ ଜଣ ଶିଶୁ ଓ କିଶୋର ସଂକ୍ରମିତ

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୮୬ ଜଣ କରୋନା ପଜିଟିଭ୍ ଚିହ୍ନଟ , ୪୦ ଜଣ ଶିଶୁ ଓ କିଶୋର ସଂକ୍ରମିତ
December 10
10:11 2021

ଭୁବନେଶ୍ୱର,୧୦/୧୨: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୮୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୬୮ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୧୧୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୪୦ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି। ଶୁକ୍ରବାରଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୪୭ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୧ ଜଣ, ବାଲେଶ୍ବରରୁ ୩ ଜଣ, କଟକରୁ ୧୭ ଜଣ, ଢେଙ୍କାନାଳରୁ ୯ ଜଣ, ଗଞ୍ଜାମରୁ ୫ ଜଣ, ଜଗତସିଂହପୁରରୁ ୩ ଜଣ, ଯାଜପୁରରୁ ୪ ଜଣ, ଝାରସୁଗୁଡ଼ାରୁ ୫ ଜଣ, କେନ୍ଦ୍ରାପଡ଼ାରୁ ୪ ଜଣ, କେନ୍ଦୁଝରରୁ ୩ ଜଣ, ଖୋର୍ଦ୍ଧାରୁ ୧୪୭ ଜଣ, ମୟୂରଭଞ୍ଜରୁ ୨୧ ଜଣ, ନୟାଗଡ଼ରୁ ୧ ଜଣ, ପୁରୀରୁ ୮ ଜଣ, ସମ୍ୱଲପୁରରୁ ୬ ଜଣ, ସୁନ୍ଦରଗଡ଼ରୁ ୧୫ ଜଣ ଓ ଷ୍ଟେଟ ପୁଲରୁ ୩୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୫୧ହଜାର ୨୪୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦ ଲକ୍ଷ ୪୦ ହଜାର ୬୨୦ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୨ ହଜାର ୧୩୭ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031