Indus Valley Times

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୮୨୯ ଜଣ କରୋନା ପଜିଟିଭ୍ ଚିହ୍ନଟ, ୧୮ ବର୍ଷରୁ କମ୍ ବୟସ୍କ ୪୪୮ ଜଣ ଶିଶୁ ଓ କିଶୋର

 Breaking News

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୮୨୯ ଜଣ କରୋନା ପଜିଟିଭ୍ ଚିହ୍ନଟ, ୧୮ ବର୍ଷରୁ କମ୍ ବୟସ୍କ ୪୪୮ ଜଣ ଶିଶୁ ଓ କିଶୋର

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୮୨୯ ଜଣ କରୋନା ପଜିଟିଭ୍ ଚିହ୍ନଟ, ୧୮ ବର୍ଷରୁ କମ୍ ବୟସ୍କ ୪୪୮ ଜଣ ଶିଶୁ ଓ କିଶୋର
January 10
11:06 2022

ଭୁବନେଶ୍ବର, ୧୦/୧: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୮୨୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୨୮୨୩ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୨୦୦୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି।
ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୪୪୮ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି। ସୋମବାର ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୬୧୯ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୬୯ ଜଣ, ବାଲେଶ୍ବର ଜିଲ୍ଲାରୁ ୨୧୦ ଜଣ, ବରଗଡ଼ରୁ ୮୪ ଜଣ, ଭଦ୍ରକରୁ ୬୯ ଜଣ, ବଲାଙ୍ଗୀରୁ ୧୦୪ ଜଣ, ବୌଦ୍ଧରୁ ୬ ଜଣ, କଟକରୁ ୪୦୧ ଜଣ, ଦେବଗଡ଼ରୁ ୧୯ ଜଣ, ଢେଙ୍କାନାଳରୁ ୨୩ ଜଣ, ଗଞ୍ଜାମରୁ ୪୯ ଜଣ, ଗଜପତିରୁ ୩୨ ଜଣ, ଜଗତସିଂହପୁରରୁ ୪୬ ଜଣ, ଯାଜପୁରରୁ ୬୬ ଜଣ, ଝାରସୁଗୁଡ଼ାରୁ ୧୮୯ ଜଣ, କଳାହାଣ୍ଡିରୁ ୪୮ ଜଣ, କନ୍ଧମାଳରୁ ୮ ଜଣ, କେନ୍ଦ୍ରାପଡ଼ାରୁ ୨୪ ଜଣ, କେନ୍ଦୁଝରରୁ ୬୩ ଜଣ, ଖୋର୍ଦ୍ଧାରୁ ୯୩୩ ଜଣ, କୋରାପୁଟରୁ ୭୭ ଜଣ, ମାଲକାନଗିରିରୁ ୧୧ ଜଣ, ମୟୂରଭଞ୍ଜରୁ ୧୮୨ ଜଣ, ନବରଙ୍ଗପୁରରୁ ୮୫ ଜଣ, ନୟାଗଡ଼ରୁ ୨୪ ଜଣ, ନୂଆପଡ଼ାରୁ ୫୧ ଜଣ, ପୁରୀରୁ ୧୩୦ ଜଣ, ରାୟଗଡ଼ାରୁ ୮୨ ଜଣ, ସମ୍ୱଲପୁରରୁ ୬୪୪ ଜଣ, ସୋନପୁରରୁ ୩୨ ଜଣ, ସୁନ୍ଦରଗଡ଼ରୁ ୮୬୯ ଜଣ ଓ ଷ୍ଟେଟ ପୁଲରୁ ୨୧୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୭୫ ହଜାର ୬୯୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦ ଲକ୍ଷ ୪୬ ହଜାର ୬୧୭ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୨୦ ହଜାର ୫୬୦ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।
ସୂଚନାଯୋଗ୍ୟ, ଗତକାଲି ୪୭୧୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଜାନୁଆରି ୮ ତାରିଖରେ ୩୬୭୯ ଜଣ , ଜାନୁଆରି ୭ ତାରିଖରେ ୨୭୦୩ ଜଣ, ଜାନୁଆରି ୬ ତାରିଖରେ ୧୮୯୭ ଜଣ , ଜାନୁଆରି ୫ ରେ ୧୨୧୬, ଜାନୁଆରି ୪ ରେ ୬୮୦, ଜାନୁଆରି ୩ ରେ ୪୨୪, ଜାନୁଆରି ୨ରେ ୪୨୪, ଜାନୁଆରି ୧ରେ ୨୯୮, ଡିସେମ୍ବର ୩୧ରେ ୨୨୮, ଡିସେମ୍ବର ୩୦ରେ ୨୨୫, ଡିସେମ୍ବର ୨୯ରେ ୨୨୧ ଓ ଡିସେମ୍ବର ୨୮ରେ ୧୫୬ ଜଣ ପଜିଟିଭ ଚିହ୍ନଟ ହୋଇଥିଲେ। ଖୋର୍ଦ୍ଧା, କଟକ, ସମ୍ବଲପୁର ଓ ସୁନ୍ଦରଗଡ଼ ଜିଲ୍ଲାରେ ସ୍ଥିତି ଉଦବେଗଜନକ ଥିବା ଜଣାଯାଇଛି।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031