Indus Valley Times

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୭୧ କରୋନା ପଜିଟିଭ୍ ଚିହ୍ନଟ , ୧୮ ବର୍ଷରୁ କମ୍ ବୟସର ୭୩ ଜଣ

 Breaking News

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୭୧ କରୋନା ପଜିଟିଭ୍ ଚିହ୍ନଟ , ୧୮ ବର୍ଷରୁ କମ୍ ବୟସର ୭୩ ଜଣ

February 28
09:33 2022

ଭୁବନେଶ୍ୱର ୨୮/୨ : ସୋମବାର ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୭୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୫୦୩୮ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୯୮ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୭୩ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୭୩ ଜଣ ରହିଛନ୍ତି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୫ଜଣ, ବାଲେଶ୍ୱର ଜିଲ୍ଲାରୁ ଜଣେ. ବରଗଡ଼ ଜିଲ୍ଲାରୁ ୨ଜଣ, ଭଦ୍ରକ ଜିଲ୍ଲାରୁ ୩ଜଣ, ବଲାଙ୍ଗୀର ଜିଲ୍ଲାରୁ ୨ଜଣ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୬ଜଣ, ଦେଓଗଡ଼ ଜିଲ୍ଲାରୁ ୩ଜଣ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ୨୪ଜଣ, ଗଞ୍ଜାମ ଜିଲ୍ଲାରୁ ଜଣେ, ଜଗତସିଂହପୁର ଜିଲ୍ଲାରୁ ୩ଜଣ ଓ ଯାଜପୁର ଜିଲ୍ଲାରୁ ୧୫ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
ଝାରସୁଗୁଡ଼ା ଜିଲ୍ଲାରୁ ୨୧ଜଣ, କଳାହାଣ୍ଡି ଜିଲ୍ଲାରୁ ୩ଜଣ, କନ୍ଧମାଳ ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୨୩ଜଣ, କୋରାପୁଟ ଜିଲ୍ଲାରୁ ୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୮ଜଣ, ନବରଙ୍ଗପୁର ଜିଲ୍ଲାରୁ ୩ଜଣ, ପୁରୀ ଜିଲ୍ଲାରୁ ଜଣେ, ରାୟଗଡ଼ା ଜିଲ୍ଲାରୁ ୫ଜଣ, ସମ୍ବଲପୁର ଜିଲ୍ଲାରୁ ୨୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୭ଜଣ, ଷ୍ଟେଟ ପୁଲ୍ରୁ ୫ଜଣ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୫୦୩୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୬୧୦ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୭୩୩୦୪ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୯୨୬୩୦୫୬ସାମ୍ପୁଲ ଟେଷ୍ଟ୍ ହୋଇଛି ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031