Indus Valley Times

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୩୮ କରୋନା ପଜିଟିଭ୍ ଚିହ୍ନଟ, ୧୮ ବର୍ଷରୁ କମ୍ ବୟସର ୩୩ ଜଣ

 Breaking News

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୩୮ କରୋନା ପଜିଟିଭ୍ ଚିହ୍ନଟ, ୧୮ ବର୍ଷରୁ କମ୍ ବୟସର ୩୩ ଜଣ

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୩୮ କରୋନା ପଜିଟିଭ୍ ଚିହ୍ନଟ, ୧୮ ବର୍ଷରୁ କମ୍ ବୟସର ୩୩ ଜଣ
March 03
10:11 2022

ଭୁବନେଶ୍ୱର, ୩/୩ : ଗୁରୁବାର ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୩୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୫୪୮୭ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୭୮ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୬୦ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୩୩ ଜଣ ରହିଛନ୍ତି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୪ଜଣ, ବାଲେଶ୍ୱର ଜିଲ୍ଲାରୁ ୬ଜଣ, ବଲାଙ୍ଗୀର ଜିଲ୍ଲାରୁ ୩ଜଣ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୫ଜଣ, ଦେଓଗଡ଼ ଜିଲ୍ଲାରୁ ୫ଜଣ, ଗଜପତି ଜିଲ୍ଲାରୁ ୧୮ଜଣ, ଗଞ୍ଜାମ ଜିଲ୍ଲାରୁ ୩ଜଣ, ଜଗତସିଂହପୁର ଜିଲ୍ଲାରୁ ଜଣେ, ଓ ଯାଜପୁର ଜିଲ୍ଲାରୁ ୩ଜଣ ଚିହ୍ନଟ ହୋଇଛନ୍ତି ।
ସେହିପରି ଝାରସୁଗୁଡ଼ା ଜିଲ୍ଲାରୁ ୧୩ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୪ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୭ଜଣ, କୋରାପୁଟ ଜିଲ୍ଲାରୁ ୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୧ଜଣ, ନବରଙ୍ଗପୁର ଜିଲ୍ଲାରୁ ୩ଜଣ, ନୟାଗଡ଼ ଜିଲ୍ଲାରୁ ଜଣେ, ନୂଆପଡ଼ା ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ୩୧ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୧ଜଣ, ଷ୍ଟେଟ ପୁଲ୍ରୁ ୨ଜଣ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୫୪୮୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୯୨୩ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୭୪୪୨୬ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୯୪୦୨୪୧୦ସାମ୍ପୁଲ ଟେଷ୍ଟ୍ ହୋଇଛି ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031