Indus Valley Times

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୦୮ କରୋନା ପଜିଟିଭ୍ ଚିହ୍ନଟ, ୧୮ ବର୍ଷରୁ କମ୍ ବୟସର ୩୦ ଜଣ

 Breaking News

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୦୮ କରୋନା ପଜିଟିଭ୍ ଚିହ୍ନଟ, ୧୮ ବର୍ଷରୁ କମ୍ ବୟସର ୩୦ ଜଣ

March 10
10:04 2022

ଭୁବନେଶ୍ୱର, ୧୦/୩ : ଗୁରୁବାର ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୦୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୬୩୫୩ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୪ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୪୪ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୩୦ ଜଣ ରହିଛନ୍ତି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ୱର ଜିଲ୍ଲାରୁ ୩ଜଣ, ବରଗଡ଼ ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ୩ଜଣ, ବୌଦ୍ଧ ଜିଲ୍ଲାରୁ ୮ଜଣ, କଟକ ଜିଲ୍ଲାରୁ ୮ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ୧୬ଜଣ, ଗଞ୍ଜାମ ଜିଲ୍ଲାରୁ ୭ଜଣ, ଜଗତସିଂହପୁର ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୩ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୩ଜଣ, କଳାହାଣ୍ଡି ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୭ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ଜଣେ, ନବରଙ୍ଗପୁର ଜିଲ୍ଲାରୁ ୬ଜଣ, ନୂଆପଡ଼ା ଜିଲ୍ଲାରୁ ଜଣେ, ରାୟଗଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୮ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୯ଜଣ, ଷ୍ଟେଟ ପୁଲ୍ରୁ ୩ଜଣ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୬୩୫୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୦୪୭ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୭୬୧୫୦ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୯୭୩୬୪୯୦ସାମ୍ପୁଲ ଟେଷ୍ଟ୍ ହୋଇଛି ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031