Indus Valley Times

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୨ ଜଣ କରୋନା ପଜିଟିଭ୍ ଚିହ୍ନଟ, ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୦୪୬ଜଣକୁ ବୃଦ୍ଧି

 Breaking News

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୨ ଜଣ କରୋନା ପଜିଟିଭ୍ ଚିହ୍ନଟ, ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୦୪୬ଜଣକୁ ବୃଦ୍ଧି

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୨ ଜଣ କରୋନା ପଜିଟିଭ୍ ଚିହ୍ନଟ, ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୦୪୬ଜଣକୁ ବୃଦ୍ଧି
April 30
10:53 2022

ଭୁବନେଶ୍ୱର ୩୦/୪ : ଶନିବାର ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୦୪୬ଜଣକୁ ବୃଦ୍ଧି ପାଇଛି ।
ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୭ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୫ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବଲାଙ୍ଗୀର ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୩ଜଣ, ଯାଜପୁର ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୨ଜଣ, ନୂଆପଡ଼ା ଜିଲ୍ଲାରୁ ଜଣେ, ରାୟଗଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ, ଷ୍ଟେଟ ପୁଲ୍ରୁ ଜଣେ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୮୦୪୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୮୦ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୭୮୭୮୯ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୧୨୯୬୩୯୯ ସାମ୍ପୁଲ ଟେଷ୍ଟ୍ ହୋଇଛି ।

About Author

indadmin

indadmin

Related Articles

Archives

Calendar

May 2024
M T W T F S S
 12345
6789101112
13141516171819
20212223242526
2728293031