Indus Valley Times

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭ ଜଣ କରୋନା ପଜିଟିଭ୍ ଚିହ୍ନଟ

 Breaking News

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭ ଜଣ କରୋନା ପଜିଟିଭ୍ ଚିହ୍ନଟ

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭ ଜଣ କରୋନା ପଜିଟିଭ୍ ଚିହ୍ନଟ
May 16
10:47 2022

ଭୁବନେଶ୍ୱର ୧୬/୫ : ସୋମବାର ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୩୧୧ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୨ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ୧୮ ବର୍ଷରୁ କମ୍ ବୟସ ମଧ୍ୟରେ ୨ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ୱର ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୨ଜଣ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୮୩୧୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୩୨ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୭୯୦୦୦ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୧୫୪୨୮୧୦ସାମ୍ପୁଲ ଟେଷ୍ଟ୍ ହୋଇଛି ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031