Indus Valley Times

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୭୬ ଜଣ କରୋନା ପଜିଟିଭ୍ ଚିହ୍ନଟ , ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୩୮ ଜଣ

 Breaking News

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୭୬ ଜଣ କରୋନା ପଜିଟିଭ୍ ଚିହ୍ନଟ , ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୩୮ ଜଣ

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୭୬ ଜଣ କରୋନା ପଜିଟିଭ୍ ଚିହ୍ନଟ , ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୩୮ ଜଣ
November 08
10:57 2021

ଭୁବନେଶ୍ୱର, ୮/୧୧: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୭୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୫୯ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୧୧୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି।
ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୫୫ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି। ସୋମବାର ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୩୮ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ୧୫ ଜଣ, ଭଦ୍ରକରୁ ୩ ଜଣ, ବଲାଙ୍ଗୀରରୁ ୪ ଜଣ, କଟକରୁ ୧୭ ଜଣ, ଢେଙ୍କାନାଳରୁ ୧୦ ଜଣ, ଗଜପତିରୁ ୮ ଜଣ, ଜଗତସିଂହପୁରରୁ ୫ ଜଣ, ଯାଜପୁରରୁ ୧୦ ଜଣ, କଳାହାଣ୍ଡିରୁ ୨ ଜଣ ଓ କେନ୍ଦ୍ରାପଡ଼ାରୁ ୬ ଜଣ, କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ସେହିପରି ଖୋର୍ଦ୍ଧାରୁ ୧୩୮ ଜଣ, ମୟୂରଭଞ୍ଜରୁ ୨ ଜଣ, ନୟାଗଡ଼ରୁ ୨ ଜଣ, ନୂଆପଡ଼ାରୁ ୪ ଜଣ, ପୁରୀରୁ ୬ ଜଣ, ସମ୍ୱଲପୁରରୁ ୭ ଜଣ, ସୋନପୁରରୁ ୧ ଜଣ, ସୁନ୍ଦରଗଡ଼ରୁ ୫ ଜଣ ଓ ଷ୍ଟେଟ ପୁଲରୁ ୩୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୪୩ ହଜାର ୭୪୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦ ଲକ୍ଷ ୩୨ ହଜାର ୧୪୭ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୩ ହଜାର ୧୩୪ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031