Indus Valley Times

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୯୬ ଜଣ କରୋନା ପଜିଟିଭ୍ ଚିହ୍ନଟ, ୧୮ ବର୍ଷରୁ କମ୍ ବୟସ୍କ ୫୮ ଜଣ ଶିଶୁ

 Breaking News

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୯୬ ଜଣ କରୋନା ପଜିଟିଭ୍ ଚିହ୍ନଟ, ୧୮ ବର୍ଷରୁ କମ୍ ବୟସ୍କ ୫୮ ଜଣ ଶିଶୁ

November 09
10:33 2021

ଭୁବନେଶ୍ବର, ୯/୧୧: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୯୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୭୪ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୧୨୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି।
ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୫୮ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୫୨ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ୪ ଜଣ, ଭଦ୍ରକରୁ ୪ ଜଣ, ବଲାଙ୍ଗୀରରୁ ୨ ଜଣ, କଟକରୁ ୨୩ ଜଣ, ଦେବଗଡ଼ରୁ ୧ ଜଣ, ଢେଙ୍କାନାଳରୁ ୧ ଜଣ, ଗଜପତିରୁ ୧୦ ଜଣ, ଜଗତସିଂହପୁର ଜିଲ୍ଲାରୁ ୩ ଜଣ, ଯାଜପୁରରୁ ୧୪ ଜଣ, କେନ୍ଦ୍ରାପଡ଼ାରୁ ୧ ଜଣ, ଖୋର୍ଦ୍ଧାରୁ ୧୫୨ ଜଣ, କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ସେହିପରି କୋରାପୁଟର ଜିଲ୍ଲାରୁ ୧ ଜଣ, ମାଲକାନଗିରିରୁ ୪ ଜଣ, ମୟୂରଭଞ୍ଜରୁ ୪ ଜଣ, ନବରଙ୍ଗପୁର ଜିଲ୍ଲାରୁ ୧ ଜଣ, ନୟାଗଡ଼ରୁ ୧ ଜଣ, ପୁରୀରୁ ୧ ଜଣ, ରାୟଗଡ଼ାରୁ ୧ ଜଣ, ସମ୍ୱଲପୁରରୁ ୪ ଜଣ, ସୋନପୁରରୁ ୧ ଜଣ, ସୁନ୍ଦରଗଡ଼ରୁ ୨୩ ଜଣ ଓ ଷ୍ଟେଟ ପୁଲରୁ ୩୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୪୪ ହଜାର ୦୪୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦ ଲକ୍ଷ ୩୨ ହଜାର ୫୬୬ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୩ ହଜାର ୫୮ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031