Indus Valley Times

ଗତ ୨୪ ଘଣ୍ଟା ମଧ୍ୟରେ ୧୪୮୦ କରୋନା ପଜିଟିଭ୍ ଚିହ୍ନଟ , ୧୮ ବର୍ଷରୁ କମ୍ ବୟସର ୩୩୪ ଜଣ

 Breaking News

ଗତ ୨୪ ଘଣ୍ଟା ମଧ୍ୟରେ ୧୪୮୦ କରୋନା ପଜିଟିଭ୍ ଚିହ୍ନଟ , ୧୮ ବର୍ଷରୁ କମ୍ ବୟସର ୩୩୪ ଜଣ

February 10
10:16 2022

ଭୁବନେଶ୍ୱର ୧୦/୨: ଗୁରୁବାର ଗତ ୨୪ ଘଣ୍ଟା ମଧ୍ୟରେ ୧୪୮୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୭୩୦୦୩ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୮୬୨ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୬୧୮ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୩୩୪ଜଣ ରହିଛନ୍ତି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୭୨ଜଣ, ବାଲେଶ୍ୱର ଜିଲ୍ଲାରୁ ୩୪ଜଣ, ବରଗଡ଼ ଜିଲ୍ଲାରୁ ୨୫ଜଣ, ଭଦ୍ରକ ଜିଲ୍ଲାରୁ ୨୦ଜଣ, ବଲାଙ୍ଗୀର ଜିଲ୍ଲାରୁ ୩୭ଜଣ, ବୌଦ୍ଧ ଜିଲ୍ଲାରୁ ୩୬ଜଣ, କଟକ ଜିଲ୍ଲାରୁ ୧୩୩ଜଣ, ଦେଓଗଡ଼ ଜିଲ୍ଲାରୁ ୨୭ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୩ଜଣ, ଗଜପତି ଜିଲ୍ଲାରୁ ୪୩ଜଣ, ଗଞ୍ଜାମ ଜିଲ୍ଲାରୁ ୨୭ଜଣ, ଜଗତସିଂହପୁର ଜିଲ୍ଲାରୁ ୪୩ଜଣ, ଯାଜପୁର ଜିଲ୍ଲାରୁ ୭୩ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୩୯ଜଣ, କଳାହାଣ୍ଡି ଜିଲ୍ଲାରୁ ୪୧ଜଣ, କନ୍ଧମାଳ ଜିଲ୍ଲାରୁ ୧୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୪୯ଜଣ, କେନ୍ଦୁଝର ଜିଲ୍ଲାରୁ ୩୪ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୬୩ଜଣ, କୋରାପୁଟ ଜିଲ୍ଲାରୁ ୫୮ଜଣ, ମାଲକାନଗିରି ଜିଲ୍ଲାରୁ ୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୪୦ଜଣ, ନବରଙ୍ଗପୁର ଜିଲ୍ଲାରୁ ୩୫ଜଣ, ନୟାଗଡ଼ ଜିଲ୍ଲାରୁ ୫୯ଜଣ, ନୂଆପଡ଼ା ଜିଲ୍ଲାରୁ ୫୭ଜଣ, ପୁରୀ ଜିଲ୍ଲାରୁ ୩୭ଜଣ, ରାୟଗଡ଼ା ଜିଲ୍ଲାରୁ ୪୭ଜଣ, ସମ୍ବଲପୁର ଜିଲ୍ଲାରୁ ୨୧ଜଣ, ସୋନପୁର ଜିଲ୍ଲାରୁ ୨୭ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୩୯ଜଣ, ଷ୍ଟେଟ ପୁଲ୍ରୁ ୩୬ଜଣ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୭୩୦୦୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୫୯୮୦ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୪୮୧୫୨ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୮୨୨୫୬୦୨ ସାମ୍ପୁଲ ଟେଷ୍ଟ୍ ହୋଇଛି ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031