Indus Valley Times

ଗତ ୨୪ ଘଣ୍ଟା ମଧ୍ୟରେ ୪୪୧ କରୋନା ପଜିଟିଭ ଚିହ୍ନଟ,୧୮ ବର୍ଷରୁ କମ୍ ବୟସର ୭୫ ଜଣ

 Breaking News

ଗତ ୨୪ ଘଣ୍ଟା ମଧ୍ୟରେ ୪୪୧ କରୋନା ପଜିଟିଭ ଚିହ୍ନଟ,୧୮ ବର୍ଷରୁ କମ୍ ବୟସର ୭୫ ଜଣ

October 23
09:39 2021

ଭୁବନେଶ୍ୱର, ୨୩/୧୦ : ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୪୪୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୩୭୯୬୪ରେ ପହଞ୍ଚିଛି ।
ତେବେ ଶନିବାର ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୫୩ ଜଣ କ୍ୱାରେଣ୍ଟାଇନ୍ରୁ ହୋଇଥିବା ବେଳେ ୧୮୮ ଜଣ ଲୋକାଲ୍ କେସ୍ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୭୫ ଜଣ ପଜିଟିଭ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୩୭୯୬୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୪୫୮୧ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦୨୫୦୨୫ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୧୪୫୧୨୬୩ ସାମ୍ପୁଲ ଟେଷ୍ଟ୍ ହୋଇଛି ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031