Indus Valley Times

ଗତ ୨୪ ଘଣ୍ଟାରେ ରାଜ୍ୟରେ ୫୨୪ ଜଣ କରୋନା ପଜିଟିଭ ଚିହ୍ନଟ, ୧୮ ବର୍ଷରୁ କମ୍ ବୟସ୍କ ୮୨ ଜଣ ଶିଶୁ ଓ କିଶୋର

 Breaking News

ଗତ ୨୪ ଘଣ୍ଟାରେ ରାଜ୍ୟରେ ୫୨୪ ଜଣ କରୋନା ପଜିଟିଭ ଚିହ୍ନଟ, ୧୮ ବର୍ଷରୁ କମ୍ ବୟସ୍କ ୮୨ ଜଣ ଶିଶୁ ଓ କିଶୋର

ଗତ ୨୪ ଘଣ୍ଟାରେ ରାଜ୍ୟରେ ୫୨୪ ଜଣ କରୋନା ପଜିଟିଭ ଚିହ୍ନଟ, ୧୮ ବର୍ଷରୁ କମ୍ ବୟସ୍କ ୮୨ ଜଣ ଶିଶୁ ଓ କିଶୋର
October 21
11:47 2021

ଭୁବନେଶ୍ବର,୨୧/୧୦ : ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୨୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୩୦୮ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୨୧୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୮୨ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି।
ମଙ୍ଗଳବାର ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୫୪ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୪ ଜଣ, ବାଲେଶ୍ୱରରୁ ୧୪ ଜଣ, ବରଗଡ଼ରୁ ୨ ଜଣ, ଭଦ୍ରକରୁ ୮ ଜଣ, ବଲାଙ୍ଗୀରରୁ ୧ ଜଣ, ବୌଦ୍ଧରୁ ୨ ଜଣ, କଟକରୁ ୬୬ଜଣ, ଦେବଗଡ଼ରୁ ୨ ଜଣ, ଢେଙ୍କାନାଳରୁ ୪ ଜଣ, ଗଞ୍ଜାମରୁ ୧ ଜଣ, ଜଗତସିଂହପୁରରୁ ୧୬ ଜଣ, ଯାଜପୁରରୁ ୧୦ ଜଣ, କେନ୍ଦ୍ରାପଡ଼ାରୁ ୧ ଜଣ, କନ୍ଧମାଳରୁ ୧ ଜଣ,ଓ ଖୋର୍ଦ୍ଧାରୁ ୨୫୪ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି ।
ସେହିପରି କୋରାପୁଟରୁ ୩ ଜଣ, ମୟୂରଭଞ୍ଜରୁ ୨୧ ଜଣ, ନବରଙ୍ଗପୁରରୁ ୧ ଜଣ, ନୟାଗଡ଼ରୁ ୫ ଜଣ, ପୁରୀରୁ ୧୧ ଜଣ, ରାୟଗଡ଼ାରୁ ୧ ଜଣ, ସମ୍ୱଲପୁରରୁ ୧୨ ଜଣ, ସୁନ୍ଦରଗଡ଼ରୁ ୧୯ ଜଣ ଓ ଷ୍ଟେଟ ପୁଲରୁ ୬୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୩୭ ହଜାର ୦୫୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦ ଲକ୍ଷ ୨୩ ହଜାର ୮୪୯ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୪ ହଜାର ୮୫୬ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031