Indus Valley Times

ଗଭୀର ଅବପାତର ରୂପ ନେଲା ଲଘୁଚାପ, ୫ ଜିଲ୍ଲାକୁ ରେଡ୍ ୱାର୍ଣ୍ଣଂ, ୩ ନମ୍ବର ବିପଦ ସଂକେତରେ ବନ୍ଦର

 Breaking News

ଗଭୀର ଅବପାତର ରୂପ ନେଲା ଲଘୁଚାପ, ୫ ଜିଲ୍ଲାକୁ ରେଡ୍ ୱାର୍ଣ୍ଣଂ, ୩ ନମ୍ବର ବିପଦ ସଂକେତରେ ବନ୍ଦର

ଗଭୀର ଅବପାତର ରୂପ ନେଲା ଲଘୁଚାପ, ୫ ଜିଲ୍ଲାକୁ ରେଡ୍ ୱାର୍ଣ୍ଣଂ, ୩ ନମ୍ବର ବିପଦ ସଂକେତରେ ବନ୍ଦର
September 09
10:22 2024

ଓଡ଼ିଶା, ୯/୯ : ପଶ୍ଚିମ କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ହୋଇଥିବା ଅବପାତଟି ଘନୀଭୂତ ହୋଇ ଗଭୀର ଅବପାତରେ ପରିଣତ
ହୋଇଛି। ଏହା ଘଣ୍ଟା ପ୍ରତି ୭ କିମି ବେଗରେ ଉତ୍ତର ପଶ୍ଚିମ ଦିଗରେ ଗତି କରୁଛି।
ଏହା ପୁରୀଠାରୁ ୧୧୦ କିମି ଦୂର କେନ୍ଦ୍ରୀଭୂତ ହୋଇଛି। ଆଜି ମଧ୍ୟାହ୍ନ ସମୟରେ ପୁରୀ ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଛି। ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି।
ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଗଭୀର ଅବପାତ ପ୍ରଭାବରେ ରାଜ୍ୟରେ ବର୍ଷା ଲାଗି ରହିବା ସହ ଉପକୂଳ ଓଡ଼ିଶାରେ ୪୦ରୁ ୬୦ କି.ମି ବେଗରେ ପବନ ବୋହିବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ୧୧ତାରିଖ ପର‌୍ୟ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।
ଅନ୍ୟପକ୍ଷରେ ଭୀଷଣ ବର୍ଷା ନେଇ ଆଜି ୫ ଜିଲ୍ଲାକୁ ରେଡ ଆଲର୍ଟ ଜାରି କରାଯାଇଛି। ପୁରୀ, ଜଗତସିଂହପୁର, କଟକ, ଖୋର୍ଦ୍ଧା ଏବଂ ଢେଙ୍କାନାଳ ଜିଲ୍ଲାରେ ୨୦ ସେଣ୍ଟିମିଟର ଯାଏ ବର୍ଷା ହେବାର ସମ୍ଭାବନା ରହିଛି। ସେହିଭଳି ୧୨ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଏବଂ ଅନ୍ୟ ୧୩ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ଆସନ୍ତା ୧୧ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି। ଧାମରା, ପାରାଦୀପ, ପୁରୀ ଏବଂ ଗୋପାଳପୁର ପୋର୍ଟକୁ ୩ ନମ୍ବର ବିପଦ ସଂକେତ ଜାରି କରାଯାଇଛି।

About Author

indadmin

indadmin

Related Articles

Archives

Calendar

July 2026
M T W T F S S
 12345
6789101112
13141516171819
20212223242526
2728293031