Indus Valley Times

ଗାଏବ ହେଲା ମୌସୁମୀ ବର୍ଷା: ବଢୁଛି ଦିନର ତାପମାତ୍ରା, ୧୨ ଜିଲ୍ଲାକୁ ରହିଛି କାଳବୈଶାଖୀ ଭୟ

 Breaking News

ଗାଏବ ହେଲା ମୌସୁମୀ ବର୍ଷା: ବଢୁଛି ଦିନର ତାପମାତ୍ରା, ୧୨ ଜିଲ୍ଲାକୁ ରହିଛି କାଳବୈଶାଖୀ ଭୟ

ଗାଏବ ହେଲା ମୌସୁମୀ ବର୍ଷା: ବଢୁଛି ଦିନର ତାପମାତ୍ରା, ୧୨ ଜିଲ୍ଲାକୁ ରହିଛି କାଳବୈଶାଖୀ ଭୟ
July 29
19:05 2022

ଭୁବନେଶ୍ୱର, ୨୯/୭: ରାଜ୍ୟ ଉପର ଦେଇ ଯାଇଥିବା ମୌସୁମୀ ଟ୍ରଫ୍ ଲାଇନ୍ ବର୍ତ୍ତମାନ ଦୁର୍ବଳ ଅବସ୍ଥାରେ ଗତି କରୁଛି। ସେଥିପାଇଁ ରାଜ୍ୟରେ ମୌସୁମୀ ବର୍ଷାର ସମ୍ଭାବନା ନାହିଁ।
ଏ ପରିସ୍ଥିତିରେ ରାଜ୍ୟର ଜିଲ୍ଲାଗୁଡ଼ିକରେ ଆସନ୍ତା ୩ ଦିନ ମଧ୍ୟରେ ଦିନବେଳା ସର୍ବାଧିକ ତାପମାତ୍ରା ସ୍ୱାଭାବିକ ଠାରୁ ୩ରୁ ୪ ଡିଗ୍ରି ସେଲ୍ସିୟସ୍ ପର୍ଯ୍ୟନ୍ତ ଅଧିକ ହେବାର ସମ୍ଭାବନା ରହିଛି।
ବିଶେଷ କରି ଓଡିଶାର ଉପକୂଳବର୍ତ୍ତୀ ଜିଲ୍ଲାଗୁଡ଼ିକରେ ଦିନର ତାପାମାତ୍ରା ବୃଦ୍ଧି ସହ ଗୁଳୁଗୁଳି ଅସହ୍ୟ ହେବ।
ତେବେ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୨ଟି ଜିଲ୍ଲାର ଅନେକ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ଓ ବର୍ଷା, ପବନ ସହ କାଳବୈଶାଖୀ ହେବାର ସମ୍ଭାବନା ରହିଛି ବୋଲି କହିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।
ଆଗାମୀ ୨୪ ଘଣ୍ଟା ମଧ୍ୟରେ ଅର୍ଥାତ ଜୁଲାଇ ୩୦ ତାରିଖ, ଶନିବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଗଜପତି, ନୟାଗଡ଼, ବୌଦ୍ଧ, ଅନୁଗୁଳ, କେନ୍ଦୁଝର ଓ ମୟୂରଭଞ୍ଜ ପ୍ରଭୃତି ୧୨ଟି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ଓ ବର୍ଷା, ପବନ ସହ କାଳବୈଶାଖୀ ହେବାର ସମ୍ଭାବନା ରହିଛି।
କାଳବୈଶାଖୀ ସମୟରେ ବଜ୍ରପାତ ହେବାର ସମ୍ଭାବନା ରହିଥିବାରୁ କାଳବୈଶାଖୀ ସମୟରେ ପଦାକୁ ନ ବାହାରିବା ପାଇଁ ପରାମର୍ଶ ଦେବା ସହ ଏହି ୧୨ଟି ଜିଲ୍ଲାକୁ ୟେଲୋଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।
ସେହିପରି ଏହି ସମୟ ମଧ୍ୟରେ ଭୁବନେଶ୍ୱର ଓ କଟକ ଆଖପାଖ ଅଞ୍ଚଳର ଆକାଶ ଆଂଶିକ ମେଘୁଆ ରହିବା ସହ ଅପରାହ୍ନ ପରଠାରୁ ବିଳମ୍ବିତ ରାତି ମଧ୍ୟରେ ଭୁବନେଶ୍ୱରର କିଛି ସ୍ଥାନରେ ବଜ୍ରପାତ ସହ ହାଲୁକା ବର୍ଷା ଓ କଟକର କିଛି ସ୍ଥାନରେ ବଜ୍ରପାତ ସହ ହାଲୁକା ବର୍ଷା ହୋଇପାରେ ବୋଲି ଆଜି ଅପରାହ୍ନରେ ଜାରି ଏକ ସତର୍କ ସୂଚନାରେ କହିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031