Indus Valley Times

ଘିଅ ଓ ଗୁଡ଼ର ମିଶ୍ରଣ ଶରୀର ପାଇଁ ସୁପର ଫୁଡ ଭଳି କାମ କରିଥାଏ : ସ୍ୱାସ୍ଥ୍ୟ ବିଶେଷଜ୍ଞ

 Breaking News

ଘିଅ ଓ ଗୁଡ଼ର ମିଶ୍ରଣ ଶରୀର ପାଇଁ ସୁପର ଫୁଡ ଭଳି କାମ କରିଥାଏ : ସ୍ୱାସ୍ଥ୍ୟ ବିଶେଷଜ୍ଞ

ଘିଅ ଓ ଗୁଡ଼ର ମିଶ୍ରଣ ଶରୀର ପାଇଁ ସୁପର ଫୁଡ ଭଳି କାମ କରିଥାଏ : ସ୍ୱାସ୍ଥ୍ୟ ବିଶେଷଜ୍ଞ
October 13
10:20 2021

ଭୁବନେଶ୍ୱର ୧୩/୧୦ : ଘିଅ ଓ ଗୁଡ ପ୍ରାୟ ସମସ୍ତଙ୍କ ରୋଷେଇ ଘରେ ଉପଲବ୍ଧ। ଉଭୟ ଘିଅ ଓ ଗୁଡ ସ୍ୱାସ୍ଥ୍ୟ ପାଇଁ ହିତକର।
କିନ୍ତୁ ସାଧାରଣତଃ ଏହାକୁ ଆମେ ଅଲଗା ଅଲଗା ବ୍ୟବହାର କରିଥାଉ। ଯଦି ଘିଅ ଓ ଗୁଡକୁ ଏକାସାଙ୍ଗେ ସେବନ କରଯାଏ ତାହେଲେ ଅନେକ ଲାଭ ମିଳିବ। ବିଶେଷଜ୍ଞଙ୍କ କହିବାନୁଯାୟୀ, ଘିଅ ଓ ଗୁଡର ମିଶ୍ରଣ ସୁପରଫୁଡ ଭଳି କାମ କରିଥାଏ।
ଘିଅ ଓ ଗୁଡକୁ ଆୟୁର୍ବେଦରେ ମଧ୍ୟ ଅନେକ ସମସ୍ୟା ଦୂର କରିବାକୁ ଉତ୍ତମ ବିକଳ୍ପ ବୋଲି କୁହାଯାଏ। ଏହି ଦୁଇଟିର ମିଶ୍ରଣ ଶରୀରକୁ ସୁସ୍ଥ ରଖିବାରେ ସାହାଯ୍ୟ କରେ ।
ଘିଅ ଓ ଗୁଡ ଆପଣ ମଧ୍ୟାହ୍ନ ଭୋଜନ ପରେ ସେବନ କରିପାରିବେ। ନଚେତ ରାତ୍ରି ଭୋଜନ ପରେ ମଧ୍ୟ କରିପାରିବେ। ଏଥିପାଇଁ ଗୋଟିଏ ଚାମଚ ଶୁଦ୍ଧ ଘିଅରେ କିଛି ଗୁଡ ମିଶାନ୍ତୁ। ଏହାକୁ ଭୋଜନର ୫-୧୦ ମିନିଟ ପରେ ସେବନ କରିପାରିବେ।
ଘିଅ ଓ ଗୁଡର ସମ୍ମିଶ୍ରଣକୁ ଏଇଥିପାଇଁ ସୁପରଫୁଡ କୁହାଯାଇଛି କାରଣ ଏଥିରେ ଆୟରନ, ମ୍ୟାଗନେସିୟମରେ, ପୋଟାସିୟମ ଓ ଭିଟାମିନ ବି-ସି ଭଳି ଅନେକ ପୋଷାକ ତତ୍ତ୍ୱ ରହିଛି।
ଘିଅରେ ଭିଟାମିନ ଏ, କେ, ଇ, ଡି ସହ ଫ୍ୟାଟି ଏସିଡ ମଧ୍ୟ ରହିଛି। ଏହା କେବଳ ସ୍ୱାସ୍ଥ୍ୟ ପାଇଁ ନୁହେଁ ବରଂ ତ୍ୱଚା ଓ କେଶକୁ ମଧ୍ୟ ଭରପୁର ପୋଷଣ ପ୍ରଦାନ କରିଥାଏ।
ଘିଅ ଓ ଗୁଡର ମିଶ୍ରଣ ପ୍ରତିରୋଧକ କ୍ଷମତା ମଜବୁତ କରିଥାଏ। ଏହା ଶରୀରରେ ହର୍ମୋନ ସନ୍ତୁଳନକୁ ମେଣ୍ଟେନ କରିବାରେ ସାହାଯ୍ୟ କରିଥାଏ। ଏହା ଶରୀରକୁ ଡିଟକ୍ସିଫାଏ ମଧ୍ୟ କରିଥାଏ। ଘିଅ ଓ ଗୁଡର ମିଶ୍ରଣ ଏନିମିଆ ସମସ୍ୟା ଦୂର କରିବାରେ ମଧ୍ୟ ସାହାଯ୍ୟ କରିଥାଏ।
-ପ୍ରମେୟ

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031