Indus Valley Times

ଘୂର୍ଣ୍ଣିବଳୟ ଆଜି ଓଡ଼ିଶା ଉପକୂଳ ଛୁଇଁବ, ୧୯ରୁ ୨୪ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା

 Breaking News

ଘୂର୍ଣ୍ଣିବଳୟ ଆଜି ଓଡ଼ିଶା ଉପକୂଳ ଛୁଇଁବ, ୧୯ରୁ ୨୪ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା

ଘୂର୍ଣ୍ଣିବଳୟ ଆଜି ଓଡ଼ିଶା ଉପକୂଳ ଛୁଇଁବ, ୧୯ରୁ ୨୪ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା
September 19
12:20 2021

ଭୁବନେଶ୍ୱର, ୧୯।୯: ବଙ୍ଗୋପସାଗରରେ ଥିବା ଘୂର୍ଣ୍ଣିବଳୟ ରବିବାର ଦିନ ଓଡ଼ିଶା ଉପକୂଳ ଛୁଇଁବ। ଏହା ପ୍ରଭାବରେ ଆଜି ଉତ୍ତରଓଡ଼ିଶା ଓ ଆସନ୍ତାକାଲି ଉପକୂଳ ଓଡ଼ିଶା ସମେତ ସଂଲଗ୍ନ ଅଞ୍ଚଳଗୁଡ଼ିକରେ ବର୍ଷା ହେବ। ୧୯ରୁ ୨୪ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏଥିସହ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ମୁତାବକ ଗତକାଲି ପୂର୍ବ-କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଆଜି ଉତ୍ତରପଶ୍ଚିମ ଓ ସଂଲଗ୍ନ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ରହିଛି। ଏହା ଦକ୍ଷିଣ-ପଶ୍ଚିମ ଆଡ଼କୁ ଢ଼ଳି ରହିଥିବା ବେଳେ ଆସନ୍ତା ୧୨ଘଣ୍ଟାରେ ଓଡ଼ିଶା ଉପକୂଳ ସ୍ପର୍ଶ କରିବ। ଫଳରେ ରାଜ୍ୟରେ ବର୍ଷା ବଢ଼ିବ।
କେନ୍ଦ୍ରର ସୂଚନା ମୁତାବକ ଆଜି ସୁନ୍ଦରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼, ସୋନପୁର, ନୂଆପଡ଼ା, ବଲାଙ୍ଗୀର ଓ ଦେବଗଡ଼ ଆଦି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏଣୁ ଏହି ୮ ଜିଲ୍ଲା ପାଇଁ ୟେଲୋୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର। ରାଜ୍ୟର ଅବଶିଷ୍ଟ ଅଞ୍ଚଳରେ ହାଲୁକାରୁ ମଧ୍ୟମଧରଣର ବର୍ଷାର ସମ୍ଭାବନା ରହିଛି। ସେହିଭଳି ୨୦ ତାରିଖ ଦିନ ନବରଙ୍ଗପୁର, ନୂଆପଡ଼ା ଓ ବଲାଙ୍ଗୀର ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। କିନ୍ତୁ ଅନ୍ୟ ସମସ୍ତ ଜିଲ୍ଲାରେ ମଧ୍ୟମଧରଣର ବର୍ଷା ହେବ ବୋଲି କେନ୍ଦ୍ର କହିଛି।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031