Legatus

ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନୂଆଁଖାଇ ଭେଟି, ଖାତାକୁ ଗଲା କାଳିଆ ଟଙ୍କା

 Breaking News

ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନୂଆଁଖାଇ ଭେଟି, ଖାତାକୁ ଗଲା କାଳିଆ ଟଙ୍କା

ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନୂଆଁଖାଇ ଭେଟି, ଖାତାକୁ ଗଲା କାଳିଆ ଟଙ୍କା
September 20
21:03 2023

ଭୁବନେଶ୍ଵର,୨୦/୯: ଆଜି ପବିତ୍ର ନୂଆଁଖାଇ ପର୍ବ ଅବସରରେ ରାଜ୍ୟର ୪୪ ଲକ୍ଷ ୫୬ ହଜାର ଚାଷୀ ପରିବାର କାଳିଆ ସହାୟତା ପାଇଛନ୍ତି।
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡ଼ିଓ କନଫରେନ୍ସ ଜରିଆରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଏହି ସହାୟତା ପ୍ରଦାନ କରିଛନ୍ତି। ରବି ଫସଲ ପାଇଁ ଏହି ସହାୟତା ଦିଆଯାଇଛି।
ପ୍ରତ୍ୟେକ ଚାଷୀ ପରିବାରଙ୍କ ବ୍ୟାଙ୍କ୍ ଆକାଉଣ୍ଟକୁ ୨୦୦୦ ଟଙ୍କା ଦିଆ ଯାଇଛି। ଏଥିରେ ୪୩ ଲକ୍ଷ ୮୮ ହଜାର କ୍ଷୁଦ୍ର ଓ ନାମ ମାତ୍ର ଚାଷୀଥିବା ବେଳେ ୬୮ ହଜାର ୭୫୦ ଜଣ ଭୂମିହୀନ ଚାଷୀ ପରିବାର ଅଛନ୍ତି।
ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଚାଷୀ ଆମର ଗୌରବ। ମୋ ରାଜ୍ୟର ଚାଷୀ ପରିବାର ସମ୍ମାନର ସହ, ସ୍ୱାଭିମାନର ସହ ବଂଚୁ ବୋଲି ସେ ଚାହାନ୍ତି। ବିକାଶର ସୁଫଳରେ ଚାଷୀ ସାମିଲ ହେଉ ବୋଲି ସେ କହିଛନ୍ତି।
ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆଜି ପର୍ଯ୍ୟନ୍ତ କାଳିଆ ଯୋଜନାରେ ରାଜ୍ୟର ଚାଷୀ ଭାଇ ଭଉଣୀ ମାନଙ୍କୁ ୧୨,୫୦୦ କୋଟି ଟଙ୍କାର ସହାୟତା ଦିଆଯାଇଛି। ସେହିପରି କାଳିଆ ସହାୟତା ପାଉଥିବା ଚାଷୀମାନଙ୍କ ପିଲାମାନଙ୍କୁ ରାଜ୍ୟ ସରକାର କାଳିଆ ସ୍କଲାରସିପ ଦେଉଛନ୍ତି।

About Author

indadmin

indadmin

Related Articles

Archives

Calendar

March 2025
M T W T F S S
 12
3456789
10111213141516
17181920212223
24252627282930
31