Indus Valley Times

ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ସର୍ତ୍ତମୂଳକ ଜାମିନ ପ୍ରଦାନ କଲେ ଓଡ଼ିଶା ହାଇକୋର୍ଟ

 Breaking News

ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ସର୍ତ୍ତମୂଳକ ଜାମିନ ପ୍ରଦାନ କଲେ ଓଡ଼ିଶା ହାଇକୋର୍ଟ

ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ସର୍ତ୍ତମୂଳକ ଜାମିନ ପ୍ରଦାନ କଲେ ଓଡ଼ିଶା ହାଇକୋର୍ଟ
October 21
15:17 2021

କଟକ, ୨୧/୧୦: ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ଓଡ଼ିଶା ହାଇକୋର୍ଟ ଜାମିନ୍ ମଞ୍ଜୁର କରିଛନ୍ତି। ଆବଶ୍ୟକ ସର୍ତ୍ତ ରଖି ନିମ୍ନ ଅଦାଲତ ତାଙ୍କୁ ଜାମିନରେ ଛାଡ଼ିବେ ବୋଲି ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।
ସାକ୍ଷୀଙ୍କୁ ପ୍ରଭାବିତ ନ କରିବା ଭଳି ସର୍ତ୍ତ ରହିଛି। ଖୋର୍ଦ୍ଧା ଅତିରିକ୍ତ ଦୌରା ଜଜ୍ ଅଦାଲତଙ୍କ ଅକ୍ଟୋବର ୮ ତାରିଖରେ ଜାମିନ ଖାରଜ ନିର୍ଦ୍ଦେଶ ବିରୋଧରେ ଚିଲିକା ବିଧାୟକ ହାଇକୋର୍ଟରେ ଆବେଦନ କରିଥିଲେ।
ଏଠାରେ ଉଲ୍ଲେଖଯୋଗ୍ୟ ଯେ ବିଜେପି ମଣ୍ଡଳ ସଭାପତିଙ୍କୁ ମାଡ଼ ମାରିବା ଅଭିଯୋଗ ନେଇ ଦାୟର ମାମଲାରେ ଅତିରିକ୍ତ ଦୌରା ଜଜ୍ ଅଦାଲତ ଶ୍ରୀ ଜଗଦ୍ଦେବଙ୍କ ଜାମିନ ଆବେଦନ ଖାରଜ କରିଥିଲେ।
ପୂର୍ବରୁ ଏହି ମାମଲାରେ ଶ୍ରୀ ଜଗଦ୍ଦେବ ହାଇକୋର୍ଟରେ ଦାୟର କରିଥିବା ଆଗୁଆ ଜାମିନ ଆବେଦନ ଖାରଜ ହୋଇଥିଲା। ଏହାପରେ ସେ ନିମ୍ନ ଅଦାଲତରେ ଆତ୍ମସମର୍ପଣ କରି ଜାମିନ ପାଇଁ ଆବେଦନ କରିଥିଲେ।
ଜାମିନ ଆବେଦନ ନିମ୍ନ ଅଦାଲତ ଖାରଜ କରିବା ସହିତ ବିଧାୟକଙ୍କୁ ବିଚାରବିଭାଗୀୟ ହାଜତକୁ ପଠାଇଥିଲେ। ତେବେ ବିଧାୟକଙ୍କ ଶରୀର ଅସୁସ୍ଥ ହୋଇ ପଡ଼ିବାରୁ ତାଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031