Indus Valley Times

ଛାତ୍ର ଛାତ୍ରୀଙ୍କ ପାଇଁ ବଡ଼ ଖବର : ପଞ୍ଚମ ଓ ଅଷ୍ଟମ ଶ୍ରେଣୀରେ ଏଣିକି ପାସ୍ ଫେଲ୍‌

 Breaking News

ଛାତ୍ର ଛାତ୍ରୀଙ୍କ ପାଇଁ ବଡ଼ ଖବର : ପଞ୍ଚମ ଓ ଅଷ୍ଟମ ଶ୍ରେଣୀରେ ଏଣିକି ପାସ୍ ଫେଲ୍‌

October 23
18:29 2025

ଭୁବନେଶ୍ୱର, ୨୩/୧୦ : ଛାତ୍ରଛାତ୍ରୀଙ୍କ ପାଇଁ ଆସିଲା ବଡ଼ ଖବର। ଏଣିକି ପଞ୍ଚମ ଓ ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ବାର୍ଷିକ ପରୀକ୍ଷାର ମୂଲ୍ୟାୟନ କରାଯିବ। ଜିଲ୍ଲାସ୍ତରରେ ପ୍ରଶ୍ନପତ୍ର ଛପାଯିବା ସହ ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ତାହାକୁ ରଖାଯିବ ଏବଂ ପରୀକ୍ଷା ଦିନ ସକାଳେ ବିଦ୍ୟାଳୟରେ ପ୍ରଶ୍ନପତ୍ର ପହଞ୍ଚିବ।
ପରୀକ୍ଷାର ସୁପରିଚାଳନା ପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଗାଇଡ୍‌ଲାଇନ୍ ଜାରି ସହ ୩ ସ୍ତରୀୟ ଷ୍ଟିୟରିଂ କମିଟି ଗଠନ କରାଯାଇଛି। ଗଣଶିକ୍ଷା ବିଭାଗ ସଚିବଙ୍କ ଅଧ୍ୟକ୍ଷତାରେ ଗଠିତ ରାଜ୍ୟ ସ୍ତରୀୟ ଷ୍ଟିୟରିଂ କମିଟିରେ ଓସେପା ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ, ମାଧ୍ୟମିକ, ପ୍ରାଥମିକ, ଏସ୍‌ଟି ଆଣ୍ଡ ଏସ୍‌ସି ଉନ୍ନୟନ ବିଭାଗ ନିର୍ଦ୍ଦେଶକ, ମାଧ୍ୟମିକ ଶିକ୍ଷା ପରିଷଦ ସଭାପତି, ଟେକ୍ସଟ୍‌ବୁକ୍ ପ୍ରଡକ୍ସନ୍ ଆଣ୍ଡ ମାର୍କେଟିଂ ନିର୍ଦ୍ଦେଶକ, ଆରଆଇଇ ଭୁବନେଶ୍ୱରର ଅଧ୍ୟକ୍ଷ ଏହି କମିଟିର ସଦସ୍ୟ ରହିଛନ୍ତି।
ଟିଇ ଆଣ୍ଡ୍ ଏସ୍‌ସିଇଆରଟି ନିର୍ଦ୍ଦେଶକ ସଦସ୍ୟ ଆବାହକ ଭାବେ ସ୍ଥାନ ପାଇଛନ୍ତି। ସେହିପରି ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଜିଲ୍ଲାସ୍ତରୀୟ ପରିଚାଳନା କମିଟି ଏବଂ ବ୍ଲକସ୍ତରରେ ବ୍ଲକ ଶିକ୍ଷା ଅଧିକାରୀଙ୍କ ଅଧ୍ୟକ୍ଷତାରେ କମିଟି ଗଠନ ହୋଇଛି।
ନିଷ୍ପତ୍ତି ଅନୁଯାୟୀ ଟିଇ ଆଣ୍ଡ୍ ଏସ୍‌ସିଇଆରଟି ଦ୍ୱାରା ପରୀକ୍ଷା ଓ ମୂଲ୍ୟାଙ୍କନ ପାଇଁ ଢାଞ୍ଚା ପ୍ରସ୍ତୁତ ସହ ଶିକ୍ଷଣ ଫଳାଫଳ/ଦକ୍ଷତା-ଆଧାରିତ ନମୁନା ପ୍ରଶ୍ନବ୍ୟାଙ୍କ, ଡିଆଇଇଟି ଅଧ୍ୟାପକଙ୍କ ତାଲିମ ଦିଆଯିବ। କାର୍ଯ୍ୟାନ୍ୱୟନ ପାଇଁ ବିସ୍ତୃତ ନିର୍ଦ୍ଦେଶାବଳୀ, ରାଜ୍ୟସ୍ତରୀୟ ପରୀକ୍ଷା ସୂଚୀ ପ୍ରସ୍ତୁତି, ଜିଲ୍ଲା ସହ ନମୁନା ପ୍ରଶ୍ନର ଆଦାନପ୍ରଦାନ, ଡିଆଇଇଟି ବ୍ୟତୀତ ଅନ୍ୟ ଅଂଶୀଦାର ଯେପରିକି ଡିଇଓ, ବିଇଓ ଓ ସିଆରସିସିଙ୍କୁ ତାଲିମ ପ୍ରଦାନ ଓସେପା କରିବ।
ଜିଲ୍ଲାସ୍ତରୀୟ ମନିଟରିଂ କମିଟି ମାର୍ଗଦର୍ଶନରେ ଜିଲ୍ଲା ଶିକ୍ଷା କାର‌୍ୟ୍ୟାଳୟ(ଡିଇଓ) ଓ ଡିଆଇଇଟି ସେମାନଙ୍କ ଜିଲ୍ଲା ପାଇଁ ପ୍ରଶ୍ନପତ୍ର ପ୍ରସ୍ତୁତ କରିବେ। ପ୍ରଶ୍ନପତ୍ରଗୁଡ଼ିକ ଟିଇ ଆଣ୍ଡ୍ ଏସ୍‌ସିଇଆରଟି ଦ୍ୱାରା ପ୍ରଦାନ କରାଯାଇଥିବା ମୂଲ୍ୟାଙ୍କନ ଢାଞ୍ଚା ଓ ନମୁନା ପ୍ରଶ୍ନ ଉପରେ ଆଧାରିତ ହେବ। ଡିଇଓମାନେ ପ୍ରଶ୍ନପତ୍ର ମୁଦ୍ରଣ ପାଇଁ ପଦକ୍ଷେପ ନେବା ସହ ଜିଲ୍ଲାସ୍ତରରେ ସେଗୁଡ଼ିକର ସୁରକ୍ଷିତ ସଂରକ୍ଷଣକୁ ସୁନିଶ୍ଚିତ କରିବେ।
ଧାର୍ଯ୍ୟ ପରୀକ୍ଷା ତାରିଖର ଅତିକମ୍‌ରେ ୭ ଦିନ ପୂର୍ବରୁ ବ୍ଲକ ଶିକ୍ଷା ଅଧିକାରୀଙ୍କୁ ପ୍ରଶ୍ନପତ୍ର ପ୍ରଦାନ କରାଯିବ। ବିଇଓମାନେ ବ୍ଲକସ୍ତରରେ ଏକ ନିର୍ଦ୍ଦିଷ୍ଟ ଷ୍ଟ୍ରଙ୍ଗ ରୁମ୍‌ରେ ପ୍ରଶ୍ନପତ୍ରଗୁଡ଼ିକର ସୁରକ୍ଷିତ ସଂରକ୍ଷଣ ସୁନିଶ୍ଚିତ କରାଇବେ।
ବ୍ଲକ ଶିକ୍ଷା ଅଧିକାରୀଙ୍କ ଦ୍ୱାରା ଗଠିତ ଦଳ ପରୀକ୍ଷାର ତିନି ଦିନ ପୂର୍ବରୁ ପ୍ରଶ୍ନପତ୍ର ସଂଗ୍ରହ କରିବେ ଏବଂ ସେମାନଙ୍କର ସୁରକ୍ଷିତ ସଂରକ୍ଷଣ ସୁନିଶ୍ଚିତ କରାଇବେ । ପ୍ରାଥମିକ ଭାବେ କ୍ଲଷ୍ଟର ସ୍ତରରେ ନୋଡାଲ ହାଇସ୍କୁଲ(ଯେଉଁଠାରେ ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷା ପତ୍ର ସଂରକ୍ଷଣ କରାଯାଏ)ରେ ରଖିବେ।
ସିଆରସିସିମାନେ ଏହି ଦଳର ନେତୃତ୍ୱ ନେବେ। ପରୀକ୍ଷା ଦିନ ସକାଳେ ବିଇଓଙ୍କ ଦ୍ୱାରା ଗଠିତ ଦଳ ଦ୍ୱାରା କଡ଼ା ସୁରକ୍ଷା ଓ ଗୋପନୀୟ ଭାବେ ସମସ୍ତ ସ୍କୁଲକୁ ପ୍ରଶ୍ନପତ୍ର ନେବେ।
ପଞ୍ଚମ ଶ୍ରେଣୀ ପିଲାଙ୍କ ପାଇଁ ମୌଖିକ ଓ ଲିଖିତ ପରୀକ୍ଷା ଅନୁଷ୍ଠିତ ହେବ। ମୋଟ ୫୦ ମାର୍କରୁ ୧୦ ମାର୍କ ମୌଖିକ ଓ ୪୦ ମାର୍କ ଲିଖିତ ପରୀକ୍ଷା ରହିବ। ୮ମ ଶ୍ରେଣୀ ପାଇଁ କେବଳ ୫୦ ମାର୍କର ଲିଖିତ ପରୀକ୍ଷା କରାଯିବ। ପ୍ରଶ୍ନପତ୍ରରେ ସମିଟିଭ୍ ଆସେସ୍‌ମେଣ୍ଟ-୧ ପୂର୍ବରୁ ପଢ଼ାଯାଇଥିବା ପାଠ୍ୟକ୍ରମରୁ ୩୦% ପ୍ରଶ୍ନ ଓ ପରେ ପଢ଼ାଯାଇଥିବା ପାଠ୍ୟକ୍ରମରୁ ୭୦% ପ୍ରଶ୍ନ ରହିବ। ୩୦% ସହଜ, ୪୦% ହାରାହାରି ଓ ୩୦% କଷ୍ଟକର ପ୍ରଶ୍ନ ରହିବ। ସଂକ୍ଷିପ୍ତ ଉତ୍ତରମୂଳକ ପ୍ରଶ୍ନ ୬୦% ଅର୍ଥାତ୍ ୩୦ ମାର୍କର ଓ ଦୀର୍ଘ ଉତ୍ତରମୂଳକ ୪୦% ଅର୍ଥାତ୍ ୨୦ ମାର୍କର ରହିବ।
ସ୍କୁଲ ସ୍ତରରେ ବିଷୟଭିତ୍ତିକ ଶିକ୍ଷକଙ୍କ ଦ୍ୱାରା ଉତ୍ତରଖାତାଗୁଡ଼ିକର ମୂଲ୍ୟାୟନ କରାଯାଇ ଛାତ୍ରଛାତ୍ରୀଙ୍କୁ ପ୍ରୋଗ୍ରେସ୍ ରିପୋର୍ଟ ଦିଆଯିବ। ଫେବ୍ରୁଆରିରେ ପରୀକ୍ଷା କରାଯିବା ସହ ମାର୍ଚ୍ଚ ଶେଷ ସପ୍ତାହ ସୁଦ୍ଧା ଫଳ ପ୍ରକାଶ କରିବା ଦିଗରେ ପଦକ୍ଷେପ ନେବେ।

About Author

indadmin

indadmin

Related Articles

Archives

Calendar

September 2026
M T W T F S S
 123456
78910111213
14151617181920
21222324252627
282930