Indus Valley Times

ଜଗତସିଂହପୁରସ୍ଥିତ ମା’ ଶାରଳାଙ୍କ ପୀଠରେ ୧୪୪ ଧାରା ଲାଗୁ

 Breaking News

ଜଗତସିଂହପୁରସ୍ଥିତ ମା’ ଶାରଳାଙ୍କ ପୀଠରେ ୧୪୪ ଧାରା ଲାଗୁ

ଜଗତସିଂହପୁରସ୍ଥିତ ମା’ ଶାରଳାଙ୍କ ପୀଠରେ ୧୪୪ ଧାରା ଲାଗୁ
October 12
08:45 2021

ଜଗତସିଂହପୁର,୧୨/୧୦: କଟକ ଜିଲ୍ଲା ଜଗତସିଂହପୁରସ୍ଥିତ ମା’ ଶାରଳାଙ୍କ ପୀଠରେ ୧୪୪ ଧାରା ଲାଗୁ କରାଯାଇଛି। ଆଜିଠୁ ୧୪ ତାରିଖ ଯାଏ ପୀଠ ଓ ଏହାର ଚତୁଃପାର୍ଶ୍ୱରେ ଏହି କଟକଣା ଲାଗୁ କରାଯାଇଛି। କୋଭିଡ ସଂକ୍ରମଣକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ତରଫରୁ ଏହି ପଦକ୍ଷେପ ନିଆଯାଇଛି।
ମହାଷ୍ଟମୀ ଏବଂ ଦଶହରା ବେଳେ ଶାରଳାଙ୍କ ପୀଠରେ ଅଧିକ ଶ୍ରଦ୍ଧାଳୁଙ୍କ ଭିଡ଼ ଜମିଥାଏ। ଜିଲ୍ଲା ତଥା ଜିଲ୍ଲା ବାହାରୁ ହଜାର ହଜାର ଶ୍ରଦ୍ଧାଳୁ ମା’ଙ୍କ ଦର୍ଶନ ପାଇଁ ଆସିଥାନ୍ତି। ଏଭଳି ସ୍ଥିତିରେ କୋଭିଡ ସଂକ୍ରମଣ ବ୍ୟାପିବା ସମ୍ଭାବନା ଥିବାରୁ ଜିଲ୍ଲା ପ୍ରଶାସନ ଏଭଳି ପଦକ୍ଷେପ ଗ୍ରହଣ କରିଛି।
ମନ୍ଦିର ଆଖପାଖରେ ଗୋଟିଏ ସ୍ଥାନରେ ୪ରୁ ଅଧିକ ଲୋକଙ୍କ ସମାଗମ ଉପରେ କଟକଣା ଲାଗିଛି। ଯଥା ସମ୍ଭବ କମ୍ ପୂଜକ ଓ ସେବାୟତଙ୍କୁ ନେଇ ସମସ୍ତ ନୀତିକାନ୍ତି ଶେଷ କରିବାକୁ ମନ୍ଦିର ପ୍ରଶାସନକୁ ନିର୍ଦ୍ଦେଶ ଦିଆଯାଇଛି।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031