Legatus

ଜନଜାତିଙ୍କ ଉପରୁ ହଟିବ ଛୋଟ ମାମଲା, ପ୍ରତ୍ୟାହାର ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

 Breaking News

ଜନଜାତିଙ୍କ ଉପରୁ ହଟିବ ଛୋଟ ମାମଲା, ପ୍ରତ୍ୟାହାର ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଜନଜାତିଙ୍କ ଉପରୁ ହଟିବ ଛୋଟ ମାମଲା, ପ୍ରତ୍ୟାହାର ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
February 21
17:41 2024

ଭୁବନେଶ୍ବର,୨୧/୨: ଅନୁସୂଚିତ ଜନଜାତି ଭାଇ-ଭଉଣୀଙ୍କ ଉପରୁ ଛୋଟଛୋଟ ମକଦ୍ଦମା ପ୍ରତ୍ୟାହାର ହେବ। ଗୃହ, ଅବକାରୀ ଓ ଜଙ୍ଗଲ ବିଭାଗ ଅଧୀନରେ ଥିବା ମାମଲା ପ୍ରତ୍ୟାହାର ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି।
ଆଦିବାସୀଙ୍କ ଉପରୁ ଜଙ୍ଗଲ ଓ ଅବକାରୀ ସଂପର୍କିତ ୪୮୦୧୮ ମାମଲା ପ୍ରତ୍ୟାହୃତ ହେବ। ଏହି ମାମଲା ଗୁଡିକ ମଧ୍ୟରେ ଅବକାରୀ ବିଭାଗ ଅଧିନରେ ୩୬୫୮୧ ମାମଲା, ଗୃହ ବିଭାଗ ଅଧୀନରେ ୯୮୪୬ ମାମଲା, ଜଙ୍ଗଲ ଓ ପରିବେଶ ବିଭାଗ ଅଧୀନରେ ୧୫୯୧ ମାମଲାକୁ ପ୍ରତ୍ୟାହାର କରାଯାଇଛି। ଏହିସବୁ ମାମଲା ପ୍ରତ୍ୟାହୃତ ହେବା ଦ୍ବାରା କୋର୍ଟ ଓ ନ୍ୟାୟିକ ବ୍ୟବସ୍ଥା ଉପରୁ ମଧ୍ୟ ଚାପ ହ୍ରାସ ପାଇବ।
ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ଗୃହ ବିଭାଗ, ଅବକାରୀ ବିଭାଗ ଓ ଜଙ୍ଗଲ ଓ ପରିବେଶ ବିଭାଗ ଜନଜାତି ବର୍ଗଙ୍କ ଉପରେ ଥିବା ମକଦ୍ଦମା ଗୁଡିକର ସମୀକ୍ଷା କରିଥିଲେ। ମୋକଦ୍ଦମା ଗୁଡିକର ପୁଙ୍ଖାନୁପୁଙ୍ଖ ଅନୁଧ୍ୟାନ ପରେ ଉପରୋକ୍ତ ତିନୋଟି ବିଭାଗର ସମୁଦାୟ ୪୮୦୧୮ଟି ଜଙ୍ଗଲ ଓ ଅବକାରୀ ସଂପର୍କିତ ମାମଲା ପ୍ରତ୍ୟାହୃତ କରିବା ପାଇଁ ନିଷ୍ପତ୍ତି ହୋଇଛି ।

About Author

indadmin

indadmin

Related Articles

Archives

Calendar

March 2025
M T W T F S S
 12
3456789
10111213141516
17181920212223
24252627282930
31