Indus Valley Times

ଜନନୀ ଯନ୍ତ୍ରଣା : ଆମ୍ବୁଲାନ୍ସ ପହଞ୍ଚି ନପାରିବାରୁ ଷ୍ଟ୍ରେଚରରେ ବୁହା ହେଲେ ଗର୍ଭବତୀ

 Breaking News

ଜନନୀ ଯନ୍ତ୍ରଣା : ଆମ୍ବୁଲାନ୍ସ ପହଞ୍ଚି ନପାରିବାରୁ ଷ୍ଟ୍ରେଚରରେ ବୁହା ହେଲେ ଗର୍ଭବତୀ

August 26
11:28 2021

ସଞ୍ଜୟ ପାଣିଗ୍ରାହୀଙ୍କ ରିପୋର୍ଟ

ବାଲିଗୁଡା,୨୬/୮. ଜନନୀ ବିକାଶର ଆଉ ଏକ ନଗ୍ନ ଚିତ୍ର । ରାସ୍ତା ଖରାପ ଯୋଗୁଁ ଠିକଣା ଜାଗାରେ ପହଞ୍ଚିପାରିଲାନି ଆମ୍ବୁଲାନ୍ସ । ଷ୍ଟ୍ରେଚରରେ ବୁହା ହେଲେ ଗର୍ଭବତୀ । ଅଧାରାସ୍ତାରେ ଜନ୍ମ ଦେଲେ ଶିଶୁ କନ୍ୟା । କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ବ୍ଲକ ଭ୍ରମରବାଡ଼ି ପଞ୍ଚାୟତ ଲଦାଙ୍ଗି ଗାଁର ଘଟିଛି ଏପରି ଘଟଣା ।
ଖବର ଅନୁଯାୟୀ, ଲଦାଙ୍ଗି ଗ୍ରାମର ମୃତ୍ୟୁଞ୍ଜୟ ପ୍ରଧାନଙ୍କ ପତ୍ନୀ ବନିତା ପ୍ରଧାନଙ୍କର ଗର୍ଭ ଯନ୍ତ୍ରଣା ହୋଇଥିଲା । ପରିବାର ଲୋକେ ଦାରିଙ୍ଗବାଡି ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଉପରେ ନିର୍ଭର କରିଥାନ୍ତି । ଏଥିଲାଗି ମୃତ୍ୟୁଞ୍ଜୟ ଦାରିଙ୍ଗବାଡି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ସହ ଯୋଗାଯୋଗ କରି ୧୦୮ ଆମ୍ବୁଲାନ୍ସକୁ ଡାକିଥିଲେ ।
ଏହାପରେ ଆମ୍ବୁଲାନ୍ସ ବନିତାଙ୍କୁ ଆଣିବା ପାଇଁ ଲଦାଙ୍ଗି ଅଭିମୁଖେ ବାହାରିଥିଲା । କିନ୍ତୁ ଲଦାଙ୍ଗି ଗାଁଠାରୁ ୨ କିମି ଦୂର ବଡ଼ାଙ୍ଗପିପିଲି ଠାରୁ ୧୦୮ ଆମ୍ବୁଲାନ୍ସ ଆଉ ଆଗକୁ ଯାଇପାରିନଥିଲା । ଗାଁକୁ ସଂଯୋଗ କରୁଥିବା ରାସ୍ତା କାଦୁଅ ଏବଂ ଅତ୍ୟନ୍ତ କଦର‌୍ୟ୍ୟ ହୋଇଥିବାରୁ ଗାଡି ଆଡକୁ ବଢିପାରିନଥିଲା ।
ଶେଷରେ ଆମ୍ବୁଲାନ୍ସ ଚାଳକ ଶିବରାମ ବଳିଆର ସିଂ ଗାଡ଼ିରୁ ଓହ୍ଲାଇଥିଲେ । ସ୍ୱାମୀ ମୃତ୍ୟୁଞ୍ଜୟ ଓ ଅନ୍ୟ କିଛି ଗାଁର ଲୋକଙ୍କ ସହାୟତାରେ ଗର୍ଭବତୀଙ୍କୁ ଷ୍ଟ୍ରେଚରେ ବୋହି ଆଣିଥିଲେ । ଷ୍ଟ୍ରେଚରରେ ବୋହି ଆଣିବା ସମୟରେ ବନିତା ଯନ୍ତ୍ରଣାରେ ଛଟପଟ ହୋଇ ଅଧାବାଟରେ ଏକ ଶିଶୁ କନ୍ୟା ପ୍ରସବ କରିଥିଲେ କ୍ଷ
ପ୍ରସବ ପରେ ଉଭୟ ମାଆ ଓ ଝିଅଙ୍କୁ ପୁଣି ଥରେ ଷ୍ଟ୍ରେଚରରେ ବୋହି ଆମ୍ବୁଲାନ୍ସ ନିକଟରେ ପହଞ୍ଚାଯାଇଥିଲା । ଏହାପରେ ଉଭୟଙ୍କୁ ଦାରିଙ୍ଗବାଡି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି କ୍ଷ ମା ଓ ଶିଶୁ କନ୍ୟା ଉଭୟେ ସୁସ୍ଥ ଥିବା ଜଣାପଡିଛି କ୍ଷ

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031