Indus Valley Times

ଜିରୋ କାଜୁଆଲିଟି ବଜାୟ ପାଇଁ ସଭିଙ୍କୁ କୃତଜ୍ଞତା ଜଣାଇଲେ ମୁଖ୍ୟମନ୍ତ୍ରୀ

 Breaking News

ଜିରୋ କାଜୁଆଲିଟି ବଜାୟ ପାଇଁ ସଭିଙ୍କୁ କୃତଜ୍ଞତା ଜଣାଇଲେ ମୁଖ୍ୟମନ୍ତ୍ରୀ

ଜିରୋ କାଜୁଆଲିଟି ବଜାୟ ପାଇଁ ସଭିଙ୍କୁ କୃତଜ୍ଞତା ଜଣାଇଲେ ମୁଖ୍ୟମନ୍ତ୍ରୀ
October 26
21:30 2024

ଭୁବନେଶ୍ୱର,୨୬/୧୦: ବାତ୍ୟାରେ ଜିରୋ କାଜୁଆଲିଟି ବଜାୟ ରଖିଥିବାରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସମସ୍ତଙ୍କୁ କୃତଜ୍ଞତା ଜଣାଇଛନ୍ତି। ମନ୍ତ୍ରୀପରିଷଦ, ଏମ୍‌ପି, ବିଧାୟକ, ପ୍ରଶାସନିକ ଅଧିକାରୀଙ୍କୁ ବିପତ୍ତି ସମୟରେ ଲୋକଙ୍କୁ ସୁରକ୍ଷିତ ରଖି ସେବା ପ୍ରଦାନ କରିଥିବାରୁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଜଣାଇଛନ୍ତି। ଏଥିସହିତ ଥଇଥାନ ଓ କ୍ଷୟକ୍ଷତି ଆକଳନ ପାଇଁ ସମ୍ପୃକ୍ତ ବିଭାଗକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।
ମୁଖ୍ୟମନ୍ତ୍ରୀ କହିଛନ୍ତି, ପ୍ରଭୁ ଜଗନ୍ନାଥଙ୍କ, ଅପାର କରୁଣାରୁ, ଆମ ରାଜ୍ୟ ଉପରୁ, ଏତେ ବଡ଼ ବିପତ୍ତି ହଟିଗଲା।
ବାତ୍ୟା ‘ଦାନା’ ଏବଂ ଏହାର ପ୍ରଭାବରୁ, କୌଣସି ମୃତାହତ ହୋଇନାହିଁ। ସରକାରଙ୍କ ‘ଜିରୋ କାଜୁଆଲଟି’ ନୀତିକୁ , ସଫଳତାର ସହିତ, କାର‌୍ୟ୍ୟକାରୀ କରିଥିବାରୁ, ମନ୍ତ୍ରୀପରିଷଦର ସମସ୍ତ ସଦସ୍ୟ, ସଦସ୍ୟା, ଏମ୍‌ପି, ବିଧାୟକ, ବିଧାୟିକା ତଥା ପ୍ରଶାସନିକ ଅଧିକାରୀ, ସରକାରୀ କର୍ମଚାରୀ ଓ ସ୍ବେଚ୍ଛାସେବୀ ଅନୁଷ୍ଠାନଗୁଡ଼ିକୁ ମୁଁ ଆନ୍ତରିକତାର ସହିତ ଧନ୍ୟବାଦ ଜଣାଉଛି।
ଲୋକଙ୍କୁ ସୁରକ୍ଷିତ କରି, ସେମାନଙ୍କୁ ଆବଶ୍ୟକୀୟ, ସେବା ପ୍ରଦାନ କରିବା ପାଇଁ ସମସ୍ତେ ଦିନ ରାତି ଏକ କରିଦେଇଥିଲେ।ବାତ୍ୟା ପରବର୍ତ୍ତୀ ଥଇଥାନ, ଏବଂ କ୍ଷୟକ୍ଷତିର ଆକଳନ କରି, ଉପଯୁକ୍ତ କାର‌୍ୟ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ, ସମ୍ପୃକ୍ତ ବିଭାଗ ଗୁଡିକୁ ନିର୍ଦ୍ଦେଶ ଦିଆ ଯାଇଛି ।
ଏ ସରକାର ଜନସାଧାରଣଙ୍କର। ଆପଣଙ୍କ ସେବା ଓ ସହଯୋଗ କରିବା, ଆମର ନୈତିକ କର୍ତ୍ତବ୍ୟ ଓ ଦାୟିତ୍ୱ।
ଶାନ୍ତିଶୃଙ୍ଖଳା, ଏବଂ ଧୈର‌୍ୟ୍ୟର ସହିତ ବାତ୍ୟାକୁ ସଫଳତାର ସହିତ ମୁକାବିଲା କରି, ସରକାରଙ୍କ ନିୟମାବଳୀକୁ ମାନି, ନିଜ ଏବଂ ନିଜ ପରିବାରର, ସୁରକ୍ଷା କରିଥିବାରୁ ଆପଣମାନେ ସମସ୍ତେ ପ୍ରଶଂସାର ପାତ୍ର। ସମଗ୍ର ଓଡ଼ିଶାବାସୀଙ୍କୁ, ମୁଁ ଆନ୍ତରିକତାର ସହିତ ଧନ୍ୟବାଦ ଜଣାଉଛି। ସରକାର ଆପଣମାନଙ୍କ ସହିତ ସବୁବେଳେ, ସବୁସମୟରେ, ଦୃଢ଼ ଭାବେ ଛିଡା ହୋଇଛନ୍ତି, ହୋଇଥିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
କେନ୍ଦ୍ରାପଡ଼ା ଜିଲା ରାଜନଗର ଅଞ୍ଚଳରେ ‘ଦାନା’ର ତାଣ୍ଡବ ସମୟରେ ରାଜନଗର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଥିବା ୧୦୮ ଆମ୍ବୁଲାନ୍ସ ଡ୍ରାଇଭର ମାନସ ମଳିକ ସାହସିକତା ଦେଖାଇଥିବାରୁ ମୁଖ୍ୟମନ୍ତ୍ରୀ ତାଙ୍କୁ ଖୁବ୍ ପ୍ରଶଂସା କରିଛନ୍ତି।
ସେହିପରି ବାତ୍ୟା ‘ଦାନା’ ଆସିବା ପୂର୍ବରୁ ବୃଦ୍ଧ, ବୃଦ୍ଧା ଓ ଗର୍ଭବତୀ ମାନଙ୍କୁ ବାତ୍ୟା ଆଶ୍ରୟସ୍ଥଳୀ ଓ ରିଲିଫ କ୍ୟାମ୍ପରେ ପହଞ୍ଚାଇବାରେ ଆଶାକର୍ମୀ ଶିବାନୀ ମଣ୍ଡଳ ହେଳା କରି ନ ଥିଲେ। ତଳିଆ ଅଞ୍ଚଳରେ ରହୁଥିବା ବୃଦ୍ଧା ଓ ଗର୍ଭବତୀଙ୍କୁ ନିଜ କାନ୍ଧରେ ବୋହି ଆଶ୍ରୟସ୍ଥଳୀରେ ପହଞ୍ଚାଇଥିଲେ ଶିବାନୀ। ଅସହାୟଙ୍କ ପାଇଁ ସେ ପାଲଟିଥିଲେ ଦେବଦୂତ । ତାଙ୍କର ଏଭଳି କାର‌୍ୟ୍ୟ ପାଇଁ ଚାରିଆଡୁ ଶୁଭେଚ୍ଛାର ସୁଅ ଛୁଟିଥିବାବେଳେ ତୁରନ୍ତ ଆବାସ ଘର ପ୍ରଦାନ ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ଆଜି ବିଡିଓ ନିଜେ ଶିବାନୀଙ୍କ ଘରେ ପହଞ୍ଚି ତାଙ୍କୁ ଆବାସ ଯୋଜନାର ୱାର୍କଅର୍ଡର ଦେଇଛନ୍ତି।

About Author

indadmin

indadmin

Related Articles

Archives

Calendar

June 2026
M T W T F S S
1234567
891011121314
15161718192021
22232425262728
2930