Indus Valley Times

ଜିଲ୍ଲାପାଳଙ୍କ ଅଧ୍ୟକ୍ଷତା ରେ ସ୍ବାସ୍ଥ୍ୟ ବିଭାଗ ର ସମସ୍ତ ମୁଖ୍ୟ ବିତରଣୀୟ ଉପରେ ସମୀକ୍ଷା କରିବା ବୈଠକ ଅନୁଷ୍ଠିତ

 Breaking News

ଜିଲ୍ଲାପାଳଙ୍କ ଅଧ୍ୟକ୍ଷତା ରେ ସ୍ବାସ୍ଥ୍ୟ ବିଭାଗ ର ସମସ୍ତ ମୁଖ୍ୟ ବିତରଣୀୟ ଉପରେ ସମୀକ୍ଷା କରିବା ବୈଠକ ଅନୁଷ୍ଠିତ

August 21
19:09 2025

ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟ
ନୟାଗଡ଼, ୨୧/୮ : ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ସ୍ବାସ୍ଥ୍ୟ ବିଭାଗ ର ସମସ୍ତ ମୁଖ୍ୟ ବିତରଣୀୟ ଉପରେ ସମୀକ୍ଷା କରିବା ବୈଠକ ଅନୁଷ୍ଠିତ ହେଇଥିଲା।
ମାତୃ ଓ ଶିଶୁ ସ୍ୱାସ୍ଥ୍ୟ ର ବିଭିନ୍ନ କାର୍ଯ୍ୟକ୍ରମ ସମିକ୍ଷା କରିବା ସହିତ, ସମସ୍ତ କାର୍ଯ୍ୟକ୍ରମକୁ ଲୋକ ଙ୍କ ପାଖରେ ସଠିକ୍ ଭାବରେ ପହଞ୍ଚାଇବା ତଥା ଜିଲ୍ଲା କୁ ରାଜ୍ୟ ସ୍ଥରରେ ଏକ ଉତ୍ତମ ସ୍ଥାନ ରେ ପହଞ୍ଚାଇବା ଉପରେ ଜିଲ୍ଲାପାଳ ଜୋର୍ ଦେବା ସହିତ ସମସ୍ତ ସ୍ୱାସ୍ଥ୍ୟ ବିଭାଗ ର ଉପସ୍ଥିତ ଥିବା ଅଧିକାରୀ ମାନଙ୍କୁ ତାଗିତ କରିଥିଲେ।
ବିଶେଷ କରି ତୃଣ ମୂଳ ସ୍ଥର ରେ ଯଥା ମମତା ଦିବସ, ଟୀକାକରଣ ଦିବସ ଆଦିକୁ ଉତ୍ତମ ରୂପ ରେ ପରିଚାଳନା ପାଇଁ ଉଭୟ ଗୋଷ୍ଠୀ ତଥା ଜିଲ୍ଲା ସ୍ତରୀୟ ଅଧିକାରୀ ମାନଙ୍କୁ ତଦାରଖ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ। ଜିଲ୍ଲା ରେ ମାତୃ ଓ ଶିଶୁ ମୃତ୍ୟୁ କୁ ହ୍ରାସ କରିବା ପାଇଁ ଆଶା ତଥା ସ୍ବାସ୍ଥ୍ୟ କର୍ମୀ ମାନଙ୍କୁ ଅନବରତ ତାଲିମ୍ ଓ ସମୀକ୍ଷା କରିବା ଉପରେ ଜୋର୍ ଦେଇଥିଲେ।
ସେହିଭଳି ଜିଲ୍ଲାରେ କନ୍ୟା ସନ୍ତାନ ଦିନକୁ ଦିନ ହ୍ରାସ ପାଇବା ବି ଏକ ଉଦ୍ଜନକ ବିଷୟ, ତେଣୁ ବିଭିନ୍ନ ଅଲଟ୍ରାସାଉଣ୍ଡ କ୍ଲିନିକ୍ ଗୁଡ଼ିକ ଉପରେ ଚଢ଼ାଉ ତଥା ଲୋକଙ୍କ ମଧ୍ୟ ରେ ସଚେତନ ସୃଷ୍ଟି କରିବାକୁ ନିର୍ଦ୍ଦେଶ ଦେଇଥିଲେ।
ଏହା ବ୍ୟତୀତ ବିଭିନ୍ନ ସ୍ୱାସ୍ଥ୍ୟ ଗୃହ ନିର୍ମାଣ ଗୁଡ଼ିକ ଯଥା ଶୀଘ୍ର ସମାପ୍ତ କରିବା କୁ ଉକ୍ତ ବିଭାଗ ଗୁଡ଼ିକୁ ନିର୍ଦ୍ଦେଶ ଦେଇଥିଲେ।
ସଭା ରେ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡ ସୁଶାନ୍ତ ଦାସ, ଅନ୍ୟ ବିଭାଗିୟ ଅଧିକାରୀ, ସମସ୍ତ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ର ଅଧିକାରୀ ତଥା ଜାତୀୟ ସ୍ୱାସ୍ଥ୍ୟ ମିଶନ ର ସମସ୍ତ ଜିଲ୍ଲା ଓ ବ୍ଲକ ସ୍ତରୀୟ ଅଧିକାରୀ ମାନେ ଉପସ୍ଥିତ ଥିଲେ।

About Author

indadmin

indadmin

Related Articles

Archives

Calendar

September 2026
M T W T F S S
 123456
78910111213
14151617181920
21222324252627
282930