Indus Valley Times

ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଜିଲ୍ଲା ସ୍ତରୀୟ ମିଳିତ ଜନଶୁଣାଣି ଶିବିର ଅନୁଷ୍ଠିତ

 Breaking News

ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଜିଲ୍ଲା ସ୍ତରୀୟ ମିଳିତ ଜନଶୁଣାଣି ଶିବିର ଅନୁଷ୍ଠିତ

ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଜିଲ୍ଲା ସ୍ତରୀୟ ମିଳିତ ଜନଶୁଣାଣି ଶିବିର ଅନୁଷ୍ଠିତ
June 01
19:59 2026

ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟ
ଖୋରଧା, ୧/୬: ଆଜି ପୂର୍ବାହ୍ନରେ ଜିଲ୍ଲାପରିଷଦ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ଶ୍ରୀ ଅମ୍ରିତ୍ ଋତୁରାଜ ଏବଂ ନୂତନ ଭାବେ କାର୍ଯ୍ୟଭାର ଗ୍ରହଣ କରିଥିବା ଆରକ୍ଷୀ ଅଧିକ୍ଷକ ଶ୍ରୀ ପାରମାଣିକସ୍ମିତ୍ ପୁରୁଷୋତ୍ତମ ଦାସ ଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଅଛି ।
ଉକ୍ତ ଶିବିରରେ ଅତିରିକ୍ତ ଜିଲ୍ଲାପାଳ, ସାଧାରଣ ଶ୍ରୀ ପ୍ରତାପ ଚନ୍ଦ୍ର ବେଉରା, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ, ଶ୍ରୀ ଜ୍ୟୋତି ଶଙ୍କର ସାହୁ, ଉପଜିଲ୍ଲାପାଳ, ଖୋରଧା ଶ୍ରୀ ସଂକଳ୍ପ ସ୍ଵସ୍ତିକ ସାହୁ, ଆସିଷ୍ଟାଣ୍ଟ କଲେକ୍ଟର, ଅଭିଯୋଗ, ଭୁବନେଶ୍ଵରୀ କଅଁର , ଜିଲ୍ଲା ଜରୁରୀ କାଳୀନ ଅଧିକାରୀ ଶ୍ରୀତପା ମିଶ୍ର, ମୁଖ୍ୟ ଜିଲ୍ଲା ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ସଞ୍ଜୟ ଚନ୍ଦ୍ର ରାୟ ପ୍ରମୁଖ ଆଜିର ଏହି ପ୍ରଶାସନିକ ଜନ ଅଭିଯୋଗ ଶିବିରରେ ଯୋଗଦେଇ ଜନସାଧାରଣ ମାନଙ୍କ ବିଭିନ୍ନ ଆପତ୍ତି ଅଭିଯୋଗ ଗୁଡ଼ିକର ଶୁଣାଣିରେ ଜିଲ୍ଲାପାଳଙ୍କୁ ସହଯୋଗ ପ୍ରଦାନ କରିଥିଲେ ।
ଆଜିର ଅଭିଯୋଗ ଶିବିରକୁ ମୋଟ ୮୫ ଗୋଟି ଅଭିଯୋଗ ଆସିଥିବା ବେଳେ ତନ୍ମଧ୍ୟରୁ ୭୩ ଗୋଟି ବ୍ୟକ୍ତିଗତ ଅଭିଯୋଗ ଏବଂ ୧୨ ଗୋଟି ଗ୍ରାମୀଣ ସମସ୍ୟା ଜନିତ ଅଭିଯୋଗ ଥିଲା । ଜିଲ୍ଲାପାଳ ଅଭିଯୋଗ ଶିବିରରେ ୧୪ ଗୋଟି ଅଭିଯୋଗର ତତ୍କାଳ ସମାଧାନ କରିଥିଲେ ।
ଜିଲ୍ଲାପାଳ ଶ୍ରୀ ଋତୁରାଜ ଚିକିତ୍ସା ନିମନ୍ତେ କୁମାଣ୍ଡୋଳା ଗ୍ରାମ ପଞ୍ଚାୟତ, ବାଣପୁର ବ୍ଲକ୍ ର ଅଭିଯୋଗକାରୀ ମଞ୍ଜୁ ବେହେରାଙ୍କୁ କର୍କଟ ରୋଗ ଚିକିତ୍ସା ନିମନ୍ତେ ୧୫ ହଜାର ଏବଂ ଗୁରୁଜଙ୍ଗ ଗ୍ରାମ ଖୋରଧା ବ୍ଲକ ଗୁରୁଜଙ୍ଗର ଛବି ଦାସଙ୍କୁ ଆତ୍ମ ନିଯୁକ୍ତି ନିମନ୍ତେ ୧୫ ହଜାର ମୋଟ ୩୦ ହଜାର ଟଙ୍କା ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ସହାୟତା ରାଶି ପ୍ରଦାନ କରିଥିଲେ ।
ଅନ୍ୟ ସମସ୍ତ ଅଭିଯୋଗ ଗୁଡ଼ିକୁ ବିଭାଗୀୟ ଅଧିକାରୀ ମାନେ ଯତ୍ନବାନ ହୋଇ ତୁରନ୍ତ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଥିଲେ ।
ଜନଶୁଣାଣି
ଶିବିରରେ ବିଭିନ୍ନ ବିଭାଗର ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ ଓ ଲାଇନ୍ ଡିପାର୍ଟମେଣ୍ଟ ଅଧିକାରୀ, ସମସ୍ତ ବି ଡି ଓ, ତହସିଲଦାର, ଜନ ପ୍ରତିନିଧି ବୃନ୍ଦ ଓ ଗଣମାଧ୍ୟମ ପ୍ରତିନିଧି ବୃନ୍ଦ ଯୋଗ ଦେଇଥିଲେ।

About Author

indadmin

indadmin

Related Articles

Archives

Calendar

September 2026
M T W T F S S
 123456
78910111213
14151617181920
21222324252627
282930