Indus Valley Times

ଜିଲ୍ଲା ସ୍ତରୀୟ ଜନଶୁଣାଣୀ ଶିବିର ଅନୁଷ୍ଠିତ

 Breaking News

ଜିଲ୍ଲା ସ୍ତରୀୟ ଜନଶୁଣାଣୀ ଶିବିର ଅନୁଷ୍ଠିତ

ଜିଲ୍ଲା ସ୍ତରୀୟ ଜନଶୁଣାଣୀ ଶିବିର ଅନୁଷ୍ଠିତ
September 01
20:07 2025

ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟ
ଖୋର୍ଦ୍ଧା, ୧/୯ : ଖୋର୍ଦ୍ଧା ଜିଲ୍ଲାପାଳଙ୍କ ଜିଲ୍ଲାସ୍ତରୀୟ ଜନଶୁଣାଣି ଶିବିର ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ଶ୍ରୀ ଅମ୍ରିତ୍ ଋତୁରାଜ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଅଛି ।
ଜିଲ୍ଲାପାଳ ଶ୍ରୀ ଋତୁରାଜ ମାନ୍ୟବର ରାଜ୍ୟପାଳ ଶ୍ରୀ ହରିବାବୁ କମ୍ଭମ୍ ପାଟି, ମାନ୍ୟବର ସାଂସଦ ଶ୍ରୀମତୀ ଅପରାଜିତା ଷଡ଼ଙ୍ଗୀ ଏବଂ ଜିଲ୍ଲା ଉନ୍ନୟନ ଦାୟିତ୍ୱରେ ଥିବା ଶାସନ ସଚିବ ଶ୍ରୀମତୀ ଚିତ୍ରା ଅରୁମୁଗମଙ୍କ ଜିଲ୍ଲା ପରିକ୍ରମା ଓ ବିଭିନ୍ନ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଉନ୍ନୟନ ଯୋଜନା ସମୀକ୍ଷାର ଅନୂପାଳନ ରିପୋର୍ଟ ଯଥାଶୀଘ୍ର ସମସ୍ତ ବିଭାଗୀୟ ଅଧିକାରୀ ଜିଲ୍ଲାପାଳଙ୍କୁ ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ବିଭିନ୍ନ ଜନ କଲ୍ୟାଣକାରୀ ଯୋଜନା କୁ ଜିଲ୍ଲାର ପ୍ରତ୍ୟେକ ପଲ୍ଲୀ ରେ ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିରରେ ହିତାଧିକାରୀଙ୍କୁ ସୁବିଧା ଯୋଗାଇ ସେମାନଙ୍କୁ ସମାଜର ମୁଖ୍ୟ ସ୍ରୋତରେ ସାମିଲ କରି ବିକଶିତ ଓଡ଼ିଶା ୨୦୩୬ ଏବଂ ବିକଶିତ ଭାରତ ୨୦୪୭ ଭିଜନ କୁ ସାକାର ଜନିତ ସମସ୍ତ ଅଧିକାରୀ ଓ କର୍ମଚାରୀ ନିରନ୍ତର ନିଷ୍ଠାପର ସେବା ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇଥିଲେ ।
ଜିଲ୍ଲାପାଳଙ୍କ ନିର୍ଦ୍ଦେଶ ମତେ ବ୍ଲକ୍ ଓ ପଞ୍ଚାୟତ ମାନଙ୍କରେ ଜନଶୁଣାଣି ଶିବିରରେ ପ୍ରତ୍ୟେକ ଯୋଜନାର ହିତାଧିକାରୀ ମାନଙ୍କୁ ସୁବିଧା ଯୋଗାଇ ଦିଆଯିବ। ସୁକନ୍ୟା ସମୃଦ୍ଧି ଯୋଜନା ଠାରୁ ନେଇ, ସ୍ଵାସ୍ଥ୍ୟ, ପଶୁସମ୍ପଦ, କୃଷି ଓ ଆନୁସଙ୍ଗିକ କୃଷି , ଓଡ଼ିଶା ଜୀବିକା ମିଶନ୍,ପ୍ରଧାନମନ୍ତ୍ରୀ ଜୀବନ ଜ୍ୟୋତି ଯୋଜନା, ଆୟୁଷମାନ ଭାରତ ପ୍ରଧାନ ମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା, ଅଟଳ ପେନସନ ଯୋଜନା, ବସୁନ୍ଧରା, ରାଜସ୍ବ ବିଭାଗ ଅଧୀନ ବିଭିନ୍ନ ସାର୍ଟିଫିକେଟ, ପ୍ରତ୍ୟେକ ପଂଚାୟତ ଓ ଗ୍ରାମ୍ୟ ସ୍ତରୀୟ କାର‌୍ୟ୍ୟାଳୟ ଗୃହ ନିର୍ମାଣ ଜମି ସମସ୍ୟା, ଦକ୍ଷତା ବିକାଶ, ମତ୍ସ୍ୟ ଚାଷ, ଅଣୁ କ୍ଷୁଦ୍ର ମଧ୍ୟମ ଶିଳ୍ପ ଉଦ୍ୟୋଗ, ସୁଷମ ବଣ୍ଟନ, ଶିଶୁ ଓ ମାତୃଯତ୍ନ ଭି ଏଚ୍ ଏନ୍ ଡି ଯୋଜନା ,ପି ଏମ ସୂର୍ଯ୍ୟ ଘର, ମାଟି ସ୍ୱାସ୍ଥ୍ୟ କାର୍ଡ,ପି ଏମ କିଶାନ ଓ ସି ଏମ କିଶାନ୍ ଯୋଜନା, ପ୍ରଧାନମନ୍ତ୍ରୀ ମୁଦ୍ରା ଓ ପ୍ରଧାନମନ୍ତ୍ରୀ ବିଶ୍ଵକର୍ମା ଯୋଜନା ଆଦି ଅଗ୍ରଣୀ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଯୋଜନା ସିଧା ପଲ୍ଲୀ ବାସିନ୍ଦାଙ୍କୁ ସୁବିଧା ଯୋଗାଇ ଦିଆଯିବ ।
ଆଜିର ଅଭିଯୋଗ ଶୁଣାଣିରେ ମୋଟ ୧୦୨ ଗୋଟି ଅଭିଯୋଗ ଆସିଥିବା ବେଳେ, ବ୍ୟକ୍ତିଗତ ୯୨ ଗୋଟି ଓ ଗ୍ରାମୀଣ ସମସ୍ୟା ଜନିତ ୧୦ ଗୋଟି ଅଭିଯୋଗ ଥିଲା। ଜିଲ୍ଲାପାଳ ଅଭିଯୋଗ ସ୍ଥଳରେ ୦୬ ଗୋଟି ଅଭିଯୋଗର ତତତ୍କାଳ ସମାଧାନ କରିଥିଲେ। ଅତିରିକ୍ତ ଆରକ୍ଷୀ ଅଧିକ୍ଷକ, ଶ୍ରୀ ଅନାଦି ଚରଣ ସେଠୀ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ, ଶ୍ରୀ ଜ୍ୟୋତି ଶଙ୍କର ସାହୁ, ଉପଜିଲ୍ଲାପାଳ ଶ୍ରୀ କିଶୋର କୁମାର ପଣ୍ଡା, ଅତିରିକ୍ତ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ ଶ୍ରୀମତୀ କସ୍ତୁରୀ ବାଳା ଜେନା ମଞ୍ଚାଷୀନ ଥିବାବେଳେ, ସଦର ବି ଡି ଓ ଶ୍ରୀମତୀ କ୍ଷୀରାଦ୍ଵି ତନୟା ସାହୁ, ତହସିଲଦାର ଶ୍ରୀ ବିଭାଷ୍ ପାଣିଗ୍ରାହୀ,ସହକାରୀ ଜିଲ୍ଲାପାଳ, ଅଭିଯୋଗ ଭୁବନେଶ୍ୱରୀ କଅଁର, ସମସ୍ତ ବି ଡି ଓ ଏବଂ ତହସିଲଦାର,ଅଧିକ୍ଷଣ ଯନ୍ତ୍ରୀ, ଗ୍ରାମ୍ୟ ଜଳଯୋଗାଣ ଓ ପରିମଳ ଶ୍ରୀମତୀ ରଶ୍ମିତା ଦାସ, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ଵାସ୍ଥ୍ୟ ଅଧିକାରୀ ଡାକ୍ତର ସଞ୍ଜୟ ଚନ୍ଦ୍ର ରାୟ,ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀମତୀ ସୋନାମିକା ରାୟ, ମୁଖ୍ୟ ଜିଲ୍ଲା କୃଷି ଅଧିକାରୀ ଶ୍ରୀ ରବି ନାରାୟଣ ସେନାପତି, ଜିଲ୍ଲା ପଂଚାୟତ ଅଧିକାରୀ ଶ୍ରୀ ଶ୍ୟାମଳେନ୍ଦୁ ନାୟକ, ଅବକାରୀ ଅଧିକ୍ଷକ ଶ୍ରୀମତୀ ସୁମିତ୍ରା ତ୍ରିପାଠୀ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀ ଦିଲ୍ଲୀପ କୁମାର ହିଆଲ, ଜିଲ୍ଲା ସଂସ୍କୃତି ଅଧିକାରୀ ଚୋଧୁରୀ ଅରବିନ୍ଦ ଦାସ, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଲକ୍ଷ୍ମଣ କୁମାର ବେହେରା, ଜିଲ୍ଲା ଦକ୍ଷତା ବିକାଶ ଏବଂ କର୍ମ ନିୟୋଜନ ଅଧିକାରୀ ଶ୍ରୀ ସୁବାସ ଚନ୍ଦ୍ର ବେହେରା, ଜିଲ୍ଲା ବେସାମରିକ ଯୋଗାଣ ଅଧିକାରୀ ଶ୍ରୀ ଜ୍ଞାନେନ୍ଦ୍ରିୟ ମିଶ୍ର, ଜିଲ୍ଲା ମଙ୍ଗଳ ଅଧିକାରୀ ଡ.ଗୀତାଂଶୁ ଦାଶ ଙ୍କ ସମେତ ବିଭିନ୍ନ ବିଭାଗୀୟ ଜିଲ୍ଲାସ୍ତରୀୟ ଅଧିକାରୀ ଏବଂ ଲାଇନ ଡିପାର୍ଟମେଣ୍ଟ ବରିଷ୍ଠ ଯନ୍ତ୍ରୀ ଓ ଅଧିକାରୀ ମାନେ ଯୋଗ ଦେଇଥିଲେ।

About Author

indadmin

indadmin

Related Articles

Archives

Calendar

August 2026
M T W T F S S
 12
3456789
10111213141516
17181920212223
24252627282930
31