Indus Valley Times

ଜୀବନ ବିନ୍ଦୁ କାର୍ଯ୍ୟକ୍ରମ, ୪୦ ୟୁନିଟ୍ ରକ୍ତ ସଂଗ୍ରହ

 Breaking News

ଜୀବନ ବିନ୍ଦୁ କାର୍ଯ୍ୟକ୍ରମ, ୪୦ ୟୁନିଟ୍ ରକ୍ତ ସଂଗ୍ରହ

July 30
21:49 2020

ପୁଷ୍ପଲତା ପ୍ରଧାନ ଙ୍କ ରିପୋର୍ଟ

ନୂଆଗାଁ,୩୦/୭: ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ଅନ୍ତର୍ଗତ ମହିପୁର ସିଏଚ୍‌ସି ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଠାରେ ଅନୁଷ୍ଠିତ ଜୀବନ ବିନ୍ଦୁ କାର୍ଯ୍ୟକ୍ରମ ମାଧ୍ୟମରେ ସ୍ଵେଚ୍ଛାକୃତ ରକ୍ତଦାନ ଶିବିର ରେ ୪୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଛି।ଏହି କାର୍ଯ୍ୟକ୍ରମ କୁ ନୟାଗଡ ଜିଲ୍ଲା ବିଜେଡ଼ି ସଭାପତି ତଥା ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଦ୍ଘାଟନ କରିଥିଲେ।


ଅନ୍ୟ ଅତିଥି ମାନଙ୍କ ମଧ୍ୟରେ ନୂଆଗାଁ ବ୍ଲକ୍ ଅଧ୍ୟକ୍ଷ ଅନ୍ତର୍ଯ୍ୟାମୀ ସ୍ୱାଇଁ, ବିଡ଼ିଓ ପ୍ରମୋଦ କୁମାର ଦଳ ବେହେରା,ଉପାଧ୍ୟକ୍ଷ ପୁଷ୍ପାଞ୍ଜଳି ସାହୁ,ସାଂସଦ ଙ୍କ ପ୍ରତିନିଧି ବିଜୟ କୁମାର ସାସମଲ୍,ବ୍ଲକ୍ ବିଜେଡ଼ି ସଭାପତି ସନାତନ ସାମଲ,ସ୍ଥାନୀୟ ସରପଞ୍ଚ ଙ୍କ ପ୍ରତିନିଧି ଅରୁଣ କୁମାର ସାହୁ,ପୂର୍ବତନ ସମିତି ସଭ୍ୟ ଦିଲ୍ଲୀପ କୁମାର ଦଳ ବେହେରା,ଯୁବ ସଂଗଠକ ସଞ୍ଜୀବ ସାହୁ, ଜିତେନ୍ଦ୍ର ସାହୁ,ବିଭୂତି ପ୍ରଧାନ,ପ୍ରତାପ ପ୍ରଧାନ, ସିଙ୍ଗାର ପଲ୍ଲୀ ପୂର୍ବତନ ସରପଂଚ ମୁରଲୀ ଜେନା,ପ୍ରମୁଖ ଉପସ୍ଥିତ ଥିଲେ।ମହିପୁର୍, ଚାହାଳି , ପା ରା ଢିପି ଗ୍ରାମ ପଞ୍ଚାୟତ ବିଜୁ ଜନତା ଦଳ ତରଫରୁ ଏହି ସ୍ଵେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଥିଲା ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031