Indus Valley Times

ଜୁଲାଇ ୧୫ରେ ୬ ଘଣ୍ଟିଆ ଓଡ଼ିଶା ବନ୍ଦ ପାଳନ କରିବ ବାମ ଦଳ

 Breaking News

ଜୁଲାଇ ୧୫ରେ ୬ ଘଣ୍ଟିଆ ଓଡ଼ିଶା ବନ୍ଦ ପାଳନ କରିବ ବାମ ଦଳ

July 07
17:37 2021

ଭୁବନେଶ୍ୱର, ୭/୭ : ପେଟ୍ରୋଲ, ଡିଜେଲ ଦର ବୃଦ୍ଧି ପ୍ରତିବାଦରେ ଆଜିଠୁ କଂଗ୍ରେସ ବିକ୍ଷୋଭ ପ୍ରଦର୍ଶନ କରୁଥିବା ବେଳେ ଆନ୍ଦୋଳନକୁ ଓହ୍ଲାଇବ ବାମ ଦଳ। ପେଟ୍ରୋଲ, ଡିଜେଲ ଓ ନିତ୍ୟ ବ୍ୟବହାର୍ଯ୍ୟ ଜିନିଷର ଦରବୃଦ୍ଧି ପ୍ରତିବାଦରେ ବାମପନ୍ଥୀ ଦଳ ପକ୍ଷରୁ ଆସନ୍ତା ୧୫ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ଜୁଲାଇ ୧୫ରେ ୬ ଘଣ୍ଟିଆ ଓଡ଼ିଶା ବନ୍ଦ ପାଳନ କରିବ ବାମ ଦଳ । ସକାଳ ୬ଟାରୁ ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି ।
କେନ୍ଦ୍ର ଓ ରାଜ୍ୟ ସରକାର ପେଟ୍ରୋଲ ଓ ଡିଜେଲ ଉପରୁ ଟିକସ ହ୍ରାସ କରିବା, ନିତ୍ୟ ବ୍ୟବହାର୍ଯ୍ୟ ଜିନିଷର ଦର ହ୍ରାସ, କଳାବଜାରୀ ଓ ମହଜୁଦତାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ, ପରିବାର ମୁଣ୍ଡପିଛା ୧୦ କେଜି ଚାଉଳ କିମ୍ବା ଗହମ ସହ ଅନ୍ୟାନ୍ୟ ଦାବି ନେଇ ଓଡ଼ିଶା ବନ୍ଦ ଡାକରା ଦେଇଛି ବାମ ଦଳ ।
ସୂଚନାଯୋଗ୍ୟ, ପେଟ୍ରୋଲ, ଡିଜେର ଦର ବୃଦ୍ଧି ପ୍ରତିବାଦରେ ଆଜି ରାସ୍ତାକୁ ଓହ୍ଲାଇଛି କଂଗ୍ରେସ । ଆଜିଠାରୁ ଆସନ୍ତା ୧୭ ତାରିଖ ଯାଏ ରାଜ୍ୟବ୍ୟାପୀ ବିକ୍ଷୋଭ ପ୍ରଦର୍ଶନ କରୁଛି ଦଳ । ଆଜି ସବୁ ବ୍ଲକରେ କଂଗ୍ରେସ କର୍ମୀ ବିକ୍ଷୋଭ କରୁଥିବା ବେଳେ ଆସନ୍ତା ୯ ତାରିଖରେ ଜିଲ୍ଲାସ୍ତରରେ ଧାରଣା ଓ୧୪ ତାରିଖରେ ଭୁବନେଶ୍ୱରରେ କରାଯିବ ବିକ୍ଷୋଭ । ଏନେଇ ପୂର୍ବରୁ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ସୂଚନା ଦେଇଥିଲେ ।
ସେ ଅଭିଯୋଗ କରିଥିଲେ, କରୋନା ବେଳେ କେନ୍ଦ୍ର ସରକାର ଲୋକଙ୍କୁ ସହାୟତା କରିବା ପରିବର୍ତ୍ତେ ସେମାନଙ୍କ ଉପରେ ଆର୍ଥିକ ବୋଝ ଲଦୁଛନ୍ତି । ପେଟ୍ରୋଲ, ଡିଜେଲ ବଢ଼ିବା ଯୋଗୁଁ ନିତିଦିନିଆ ସାମଗ୍ରୀ ଦର ବଢୁଛି । ତେଣୁ ଆସନ୍ତା ୧୫ରେ ଦିନିକିଆ ପେଟ୍ରୋଲ, ଡିଜେଲ୍ ବର୍ଜନ କରିବାକୁ ମଧ୍ୟ ସେ ଲୋକଙ୍କୁ ଆହ୍ୱାନ ଦେଇଥିଲେ। ଆସନ୍ତା ୧୭ରେ ରାଜ୍ୟର ସମସ୍ତ ପେଟ୍ରୋଲ ପମ୍ପରୁ ଲୋକଙ୍କ ଦସ୍ତଖତ ସଂଗ୍ରହ କରିବାକୁ କଂଗ୍ରେସ ନିଷ୍ପତ୍ତି ନେଇଛି ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031