Indus Valley Times

ଜୁଲାଇ ୨୬ରୁ ସ୍କୁଲ ସହ ହଷ୍ଟେଲ ଖୋଲିବାକୁ ଘୋଷଣା କଲେ ରାଜ୍ୟ ସରକାର

 Breaking News

ଜୁଲାଇ ୨୬ରୁ ସ୍କୁଲ ସହ ହଷ୍ଟେଲ ଖୋଲିବାକୁ ଘୋଷଣା କଲେ ରାଜ୍ୟ ସରକାର

ଜୁଲାଇ ୨୬ରୁ ସ୍କୁଲ ସହ ହଷ୍ଟେଲ ଖୋଲିବାକୁ ଘୋଷଣା କଲେ ରାଜ୍ୟ ସରକାର
July 21
18:58 2021

ଭୁବନେଶ୍ୱର, ୨୧/୭ : ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର। ସ୍କୁଲ ପରେ ଖୋଲିବ ହଷ୍ଟେଲ। ଆସନ୍ତା ୨୬ରୁ ସ୍କୁଲ ସହ ହଷ୍ଟେଲ ଖୋଲିବାକୁ ରାଜ୍ୟ ସରକାର ଘୋଷଣା କରିଛନ୍ତି। ଦଶମ ଓ ଦ୍ୱାଦଶ ଶ୍ରେଣୀ ପିଲାଙ୍କ ପାଇଁ ହଷ୍ଟେଲ ଖୋଲିବାକୁ ନିଷ୍ପତ୍ତି ହୋଇଛି। ମୁଖ୍ୟତଃ ଗଣଶିକ୍ଷା, SC/ST ଓ ସଂଖ୍ୟାଲଘୁ ବିଭାଗ ପରିଚାଳିତ ହଷ୍ଟେଲ ଖୋଲିବ। ସେହିପରି ଘରୋଇ ସଂସ୍ଥା ପରିଚାଳିତ ଇଂଲିଶ ମିଡିୟମ ସ୍କୁଲ ହଷ୍ଟେଲ ଖୋଲିବ। ହଷ୍ଟେଲ ଖୋଲିବା ନେଇ ଗଣଶିକ୍ଷା ବିଭାଗ ପକ୍ଷରୁ SOP ମଧ୍ୟ ଜାରି କରାଯାଇଛି।
ପୂର୍ବରୁ ଆସନ୍ତା ୨୬ ତାରିଖରୁ ସ୍କୁଲ୍ ଖୋଲିବାକୁ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର। କେବଳ ଦଶମ ଓ ଦ୍ୱାଦଶ ଶ୍ରେଣୀ ସ୍କୁଲ ଖୋଲିବାକୁ ନିଷ୍ପତ୍ତି ହୋଇଛି। ଏ ନେଇ ସୂଚନା ଦେଇଛନ୍ତି ଗଣଶିକ୍ଷା ସଚିବ ସତ୍ୟବ୍ରତ ସାହୁ। ସମସ୍ତ ସରକାରୀ ଏବଂ ବେସରକାରୀ ବିଦ୍ୟାଳୟ ଖୋଲିବ ବୋଲି ସେ କହିଛନ୍ତି। ଏଥିଲାଗି ସ୍କୁଲ ଓ ଗଣଶିକ୍ଷା ବିଭାଗ ଏସଓପି ଜାରି କରିଛି। ଅନଲାଇନ୍ ପାଠପଢ଼ାରେ ବିଭ୍ରାଟ ସୃଷ୍ଟି ହେବା କାରଣରୁ ବିଭାଗ ଏଭଳି ନିଷ୍ପତ୍ତି ନେଇଛି।
କଟକଣା ଆଉ ସୁରକ୍ଷା ବଳୟ ଭିତରେ ସ୍କୁଲ ଖୋଲିବ। ସାମାଜିକ ଦୂରତା ରଖି କ୍ଲାସରେ ୨୦ ରୁ ୨୫ ପିଲା ବସିବେ। ସମସ୍ତଙ୍କ ପାଇଁ ମାସ୍କ ବାଧ୍ୟତାମୂଳକ କରାଯାଇଛି। ସ୍କୁଲକୁ ନିୟମିତ ଭାବେ ସାନିଟାଇଜ୍ କରାଯିବ। ଏପରିକି ପ୍ରବେଶ ପଥରେ ସାନିଟାଇଜର ଓ ଥର୍ମାଲ ସ୍କ୍ରିନିଂର ବ୍ୟବସ୍ଥା ରହିବ। ତାସହିତ ସ୍କୁଲରେ ଆଇସୋଲେସନ ରୁମ୍ ବି ରହିବ। ତେବେ ହଷ୍ଟେଲ୍ ଖୋଲିବ ନାହିଁ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031