Legatus

ଜେଲ୍ ଗଲେ ଶିବଶଙ୍କର, ପ୍ରଦୀପ ପାଣିଗ୍ରାହୀଙ୍କୁ ଆକ୍ରମଣ ମାମଲାରେ ଆକ୍ସନ

 Breaking News

ଜେଲ୍ ଗଲେ ଶିବଶଙ୍କର, ପ୍ରଦୀପ ପାଣିଗ୍ରାହୀଙ୍କୁ ଆକ୍ରମଣ ମାମଲାରେ ଆକ୍ସନ

ଜେଲ୍ ଗଲେ ଶିବଶଙ୍କର, ପ୍ରଦୀପ ପାଣିଗ୍ରାହୀଙ୍କୁ ଆକ୍ରମଣ ମାମଲାରେ ଆକ୍ସନ
May 14
16:43 2024

ବ୍ରହ୍ମପୁର,୧୪/୫: ବ୍ରହ୍ମପୁରର ବିଜେପି ଲୋକସଭା ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀଙ୍କୁ ଆକ୍ରମଣ ଘଟଣାରେ ସ୍ୱାଧୀନ ପ୍ରାର୍ଥୀ ଶିବଶଙ୍କର ଦାସଙ୍କୁ ଗିରଫ କରାଯାଇଛି ।
ବ୍ରହ୍ମପୁର ବିଧାନସଭା ଆସନର ସ୍ୱାଧୀନ ପ୍ରାର୍ଥୀ ଶିବଶଙ୍କର ଦାସ ଆକ୍ରମଣ କରିିଥିବା ନେଇ ଅଭିଯୋଗ ହୋଇଥିଲା । ପ୍ରଥମ ପର୍ଯ୍ୟାୟ ଭୋଟିଂ ବେଳେ ଗତକାଲି ପ୍ରଦୀପ ପାଣିଗ୍ରାହୀଙ୍କୁ ଆକ୍ରମଣ କରିଥିଲେ ଶିବଶଙ୍କର ଦାସ। ପ୍ରଦୀପଙ୍କ ବେକ ଓ ଛାତିରେ ଆଘାତ ଲାଗିଥିବା ଅଭିଯୋଗ ହୋଇଥିଲା।
ପ୍ରଦୀପ ପାଣିଗ୍ରାହୀଙ୍କୁ ପ୍ରଥମେ ଏମକେସିଜି ହସ୍ପିଟାଲରେ ତାଙ୍କର ଚିକିତ୍ସା କରାଯିବା ପରେ ତାଙ୍କୁ ଏମ୍ସ ସ୍ଥାନାନ୍ତରିତ କରାଯାଇଛି। ଗୋଷାଣୀ ନୂଆଗାଁର ସରକାରୀ ଉକ୍ରଳ ମଣି ହାଇସ୍କୁଲ ସ୍ଥିତ ୧୩୩ ଓ ୧୩୪ ନମ୍ବର ବୁଥରେ ପୋଲିସ ସହ ପ୍ରଦୀପ କଥା ହେଉଥିଲେ।
ଏହି ସମୟରେ କୌଣସି ଏକ ଘଟଣାକୁ ନେଇ ଦୁଇ ନେତାଙ୍କ ମଧ୍ୟରେ ବଚସା ହୋଇଥିଲା। ପରେ କଥା କଟିକଟିରୁ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ସ୍ୱାଧୀନ ବିଧାୟକ ପ୍ରାର୍ଥୀ ଶିବଶଙ୍କର ଦାସ ଆକ୍ରମଣ କରିିଥିବା ଅଭିଯୋଗ ହୋଇଥିବା ବେଳେ ସାମ୍ନାକୁ ଆସିଥିଲା ଆକ୍ରମଣ ବେଳର ସିସିଟିଭି ଭିଜୁଆଲ।

About Author

indadmin

indadmin

Related Articles

Archives

Calendar

March 2025
M T W T F S S
 12
3456789
10111213141516
17181920212223
24252627282930
31