Indus Valley Times

ଜୱାଦ୍ ଅପଡେଟ୍: ଓଡ଼ିଶାରେ ଲ୍ୟାଣ୍ଡଫଲ୍ କରିନପାରେ ବାତ୍ୟା

 Breaking News

ଜୱାଦ୍ ଅପଡେଟ୍: ଓଡ଼ିଶାରେ ଲ୍ୟାଣ୍ଡଫଲ୍ କରିନପାରେ ବାତ୍ୟା

ଜୱାଦ୍ ଅପଡେଟ୍: ଓଡ଼ିଶାରେ ଲ୍ୟାଣ୍ଡଫଲ୍ କରିନପାରେ ବାତ୍ୟା
December 04
19:56 2021

ଭୁବନେଶ୍ବର,୪/୧୨ : ବଙ୍ଗୋପସାଗରରେ ସୃଷ୍ଟ ବାତ୍ୟା ଜଓ୍ବାଦ ଧୀରେ ଧୀରେ ଦୁର୍ବଳ ହେବା ଆରମ୍ଭ କରିଛି । ଆଜି ଅପରାହ୍ଣ ସାଢେ ୨ଟା ବେଳେ ଏହା ବିଶାଖାପାଟଣାଠାରୁ ୨୦୦ କିଲୋମିଟର ପୂର୍ବ, ଦକ୍ଷିଣ-ପୂର୍ବ ଦିଗରେ ତଥା ଗୋପାଳପୁରଠାରୁ ୩୧୦ କିଲୋମିଟର ପୂର୍ବ, ଦକ୍ଷିଣ-ପୂର୍ବ ଦିଗରେ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ଥିଲା ।
ଶନିବାର ରାତି ସୁଦ୍ଧା ବାତ୍ୟା ଦୁର୍ବଳ ହେବା ସହ ଏକ ଡିପ୍ ଡିପ୍ରେସନରେ ପରିଣତ ହେବ ଓ ଉତ୍ତର ଦିଗରେ ଗତି କରିବ । ଏହା ଆସନ୍ତା କାଲି ଅର୍ଥାତ ରବିବାର ମଧ୍ୟାହ୍ଣ ସୁଦ୍ଧା ପୁରୀ ନିକଟବର୍ତ୍ତୀ ହେବ କିନ୍ତୁ ଏହା ଲାଣ୍ଡଫଲ ନ କରିବାର ଯଥେଷ୍ଟ ସମ୍ଭାବନା ରହିଛି । ରାଜ୍ୟ ସ୍ବତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା ମଧ୍ୟ ଟ୍ବିଟ କରି ସୂଚନା ଦେଇଛନ୍ତି ଯେ ପ୍ରଭୁ ଜଗନ୍ନାଥଙ୍କ କୃପାରୁ ଓଡ଼ିଶାରେ ବାତ୍ୟା ଲାଣ୍ଡଫଲ କରିବାର ସମ୍ଭାବନା ନାହିଁ ।
ଘରୋଇ ପାଣିପାଗ ସଂସ୍ଥା ସ୍କାଏମେଟ୍ ବି ସମାନ ପୂର୍ବାନୁମାନ କରିଛି ଯେ ବାତ୍ୟା ଓଡ଼ିଶାରେ ଲାଣ୍ଡଫଲ୍ ହୋଇନପାରେ । ଏକ ଡିପଡିପ୍ରେସନ ରୂପରେ ଏହା ପଶ୍ଚିମବଙ୍ଗ ଆଡ଼କୁ ଗତି କରି ଧୀରେ ଧୀରେ ଦୂର୍ବଳ ହୋଇଯିବ ।
ତେବେ ବାତ୍ୟା ଦୁର୍ବଳ ହୋଇଗଲେ ବି ଏହାର ପ୍ରଭାବରେ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହା ସହିତ ସମୁଦ୍ର ଅଶାନ୍ତ ରହିବାର ସମ୍ଭାବନା ରହିଛି ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031