Indus Valley Times

ଟ୍ବିନ୍ ସିଟିରେ ଘନ କୁହୁଡ଼ିର ଆସ୍ତରଣ; ଯାନବାହନ ଚଳାଚଳ ବାଧାପ୍ରାପ୍ତ

 Breaking News

ଟ୍ବିନ୍ ସିଟିରେ ଘନ କୁହୁଡ଼ିର ଆସ୍ତରଣ; ଯାନବାହନ ଚଳାଚଳ ବାଧାପ୍ରାପ୍ତ

ଟ୍ବିନ୍ ସିଟିରେ ଘନ କୁହୁଡ଼ିର ଆସ୍ତରଣ; ଯାନବାହନ ଚଳାଚଳ ବାଧାପ୍ରାପ୍ତ
January 18
10:26 2024

ଭୁବନେଶ୍ୱର,୧୮/୧: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅଧିକାଂଶ ଜିଲାରେ କୁହୁଡ଼ି ହେବାର ସମ୍ଭାବନା ରହିଛି। ଟ୍ବିନ୍ ସିଟିରେ ଘନ କୁହୁଡ଼ିର ଆସ୍ତରଣ; ଯାନବାହନ ଚଳାଚଳ ବାଧାପ୍ରାପ୍ତଫ
ପାଣିପାଗ ବିଭାଗ ସୂଚନା ଅନୁଯାୟୀ କଳାହାଣ୍ଡି, କନ୍ଧମାଳ, କୋରାପୁଟ, ନବରଙ୍ଗପୁର, ସୁନ୍ଦରଗଡ଼, କେନ୍ଦୁଝର ଏବଂ ଝାରସୁଗୁଡ଼ା ଜିଲାର ଗୋଟିଏ ଦୁଇଟି ସ୍ଥାନରେ ଘନ କୁହୁଡ଼ି ହେବାର ସମ୍ଭାବନା ରହିଛି। କୁହୁଡ଼ି ଯୋଗୁ ଯାତାୟାତ ଗୁରୁତର ଭାବେ ପ୍ରଭାବିତ ହେବାର ସମ୍ଭାବନା ରହିଛି।
ଏହି ଜିଲାଗୁଡ଼ିକ ପାଇଁ ଏଲୋଓ୍ବାର୍ନିଂ ଜାରି କରାଯାଇଛି। ସେହିପରି ଏହି ସମୟରେ ପୁରୀ, ଜଗତ୍ସିଂହପୁର, କେନ୍ଦ୍ରାପଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, ଖୋର୍ଦ୍ଧା ଜିଲାର ଅଳ୍ପ କେତେକ ସ୍ଥାନରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି।
ଅନ୍ୟପକ୍ଷରେ ରାଜ୍ୟରେ ଶୀତ ହ୍ରାସ ପାଇଛି। ବୁଧବାର କେବଳ କୋରାପୁଟରେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ୯.୨ ରହିଛି। ଅନ୍ୟ ସମସ୍ତ ଜିଲାରେ ରାତିର ସର୍ବନିମ୍ନ ତାପମାତ୍ରା ୧୨ରୁ ୨୧ ଡିଗ୍ରୀ ସେଲସିୟସ ମଧ୍ୟରେ ରହିଛି। ପୁରୀରେ ୧.୩ ମିଲିମିଟର ବର୍ଷା ରେକର୍ଡ କରାଯାଇଛି।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031