Indus Valley Times

ଡାକ୍ତର ଦାମୋଦର ରାଉତଙ୍କ ଦେହାନ୍ତ, ୮୩ ବର୍ଷ ବୟସରେ ଚିକିତ୍ସାଧୀନ ଅବସ୍ଥାରେ ପରଲୋକ

 Breaking News

ଡାକ୍ତର ଦାମୋଦର ରାଉତଙ୍କ ଦେହାନ୍ତ, ୮୩ ବର୍ଷ ବୟସରେ ଚିକିତ୍ସାଧୀନ ଅବସ୍ଥାରେ ପରଲୋକ

ଡାକ୍ତର ଦାମୋଦର ରାଉତଙ୍କ ଦେହାନ୍ତ, ୮୩ ବର୍ଷ ବୟସରେ ଚିକିତ୍ସାଧୀନ ଅବସ୍ଥାରେ ପରଲୋକ
March 22
10:57 2024

ଭୁବନେଶ୍ୱର, ୨୨/୩: ବରିଷ୍ଠ ରାଜନେତା ତଥା ପୂର୍ବତନ ମନ୍ତ୍ରୀ ଡାକ୍ତର ଦାମୋଦର ରାଉତଙ୍କ ଦେହାନ୍ତ ହୋଇଛି। ୮୧ ବର୍ଷ ବୟସରେ ଶୁକ୍ରବାର ସକାଳ ୫ଟା ୨୩ ମିନିଟ ସମୟରେ ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ହୋଇଯାଇଛି। ଦାମୋଦରଙ୍କ ପୁଅ ତଥା ବିଧାୟକ ସମ୍ବିତ ରାଉତରାୟ ଏହି ସୂଚନା ଦେଇଛନ୍ତି।
ଗତ ୧୮ ତାରିଖରୁ ଏକ ଘରୋଇ ହସ୍ପିଟାଲରେ ଦାମ ରାଉତଙ୍କ ଚିକିତ୍ସା ଜାରି ରହିଥିଲା। ହୃଦଘାତ ପରେ ଦାମୋଦର ଗୁରୁତର ହୋଇଥିଲେ। ତିନିମାସ ତଳେ ଦାମୋଦର ରାଉତ ମଧ୍ୟ ଅସୁସ୍ଥ ହୋଇପଡ଼ିଥିଲେ। ଯକୃତରେ ପାଣି ଜମିଥିବାରୁ ତାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ତେବେ ସୁସ୍ଥ ହେବା ପରେ ସେ ଘରକୁ ଫେରିଥିଲେ।
ଓଡ଼ିଶା ରାଜନୀତିରେ ଦାମୋଦର ରାଉତ ବଡ଼ ରାଜନେତା ଭାବେ ଜଣାଶୁଣା ଥିଲେ। ପ୍ରଥମେ ଜନତା ଦଳ ଓ ପରବର୍ତ୍ତୀ ସମୟରେ ବିଜେଡିରୁ ବିଧାୟକ ଭାବେ ନିର୍ବାଚିତ ହେବା ସହ ନବୀନଙ୍କ ସରକାରରେ ଏକାଧିକ ଥର ମନ୍ତ୍ରୀ ଭାବେ ମଧ୍ୟ ଦାୟିତ୍ୱ ତୁଲାଇଥିଲେ।
ତେବେ ୨୦୧୯ରେ ବିଜେପି ଟିକେଟରୁ ନିର୍ବାଚନ ଲଢି ପରାଜିତ ହୋଇଥିଲେ। କିନ୍ତୁ ପରବର୍ତ୍ତୀ ସମୟରେ ବିଜେପିକୁ ବାଏ ବାଏ କରି ପୁଣି ବିଜେଡିକୁ ଫେରିଥିଲେ।
ସୂଚନାଯୋଗ୍ୟ, ଡ. ଦାମୋଦର ରାଉତ ୧୯୪୨ ମସିହା ଜୁଲାଇ ୨ ତାରିଖରେ ଜଗତସିଂହପୁର ଜିଲ୍ଲା ଏରସମା ବ୍ଲକ ମହିମାଦେଇପୁର ଡାକଘର ଅଧୀନ ମାଳିପୁର ଗାଁରେ ଜନ୍ମ ଗ୍ରହଣ କରିଥିଲେ। ତାଙ୍କର ବାପା ଥିଲେ କପିଳ ଚନ୍ଦ୍ର ରାଉତ।
ତାଙ୍କର ଏକମାତ୍ର ପୁଅ ସମ୍ବିତ ରାଉତ ଓ ଦୁଇ ଜଣ ଝିଅ (ପ୍ରୀତିନନ୍ଦା ରାଉତରାୟ) ଅଛନ୍ତି। ସମାଜ ସେବାକୁ ଭଲ ପାଇବା ସହିତ ସେ ଓଡ଼ିଶା ରାଜନୀତିର ଜଣେ ଅଭିଜ୍ଞ ରାଜନୀତିଜ୍ଞ ଥିଲେ। ରୁଷ, ଚୀନ, ଜାପାନ, ଥାଇଲାଣ୍ଡ, ଫିଲିପାଇନ୍ସ, ମାଲେସିଆ ଓ ତାଇୱାନ ଭ୍ରମଣ କରିଥିଲେ।
ଡ. ଦାମ ରାଉତ ୧୯୭୭ରୁ ୧୯୮୫ ଜନତା ଦଳ ଟିକେଟରେ ଏରସମାରୁ ବିଧାୟକ ହୋଇଥିଲେ। ୧୯୯୦ରୁ ୧୯୯୫ରେ ପୁଣି ଜନତ ଦଳ ଟିକେଟରେ ଏରସମାରୁ ବିଧାୟକ ହୋଇଥିଲେ। ବିଜେଡି ଟିକେଟରେ ୨୦୦୨ରୁ ୨୦୦୯ ଯାଏଁ ଏରସମାରୁ ଓ ୨୦୦୯ରୁ ୨୦୧୯ ଯାଏଁ ପାରାଦୀପରୁ ବିଧାୟକ ହୋଇଥିଲେ।
ସାତ ଥର ବିଧାୟକ ହେବା ସହିତ ସେ ରାଜ୍ୟ ସରକାରଙ୍କ ବିଜ୍ଞାନ ଓ ସୂଚନା ପ୍ରଯୁକ୍ତିବିଦ୍ୟା, ସାମାଜିକ କଲ୍ୟାଣ, ପଞ୍ଚାୟତିରାଜ ଓ ଅବକାରୀ, ମହିଳା ଓ ଶିଶୁ ବିକାଶ, ସୂଚନା ଓ ଲୋକସଂପର୍କ, ସଂସ୍କୃତି, କୃଷି, ସମବାୟ, ମତ୍ସ୍ୟ ଓ ପ୍ରାଣୀ ସଂପଦ ଉନ୍ନୟନ, ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ଆଦି ବିଭାଗରେ ମନ୍ତ୍ରୀ ଥିଲେ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031